ଗଞ୍ଜାମ ଜିଲା ପୋଲିସର ସାଗର କବଚ-୨ ସମରାଭ୍ୟାସ, ଶତ୍ରୁପକ୍ଷ ଆସିଲେ…

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ /ସନ୍ତୋଷ ପାଢ଼ୀ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ସମୁଦ୍ରତଟ ସୁରକ୍ଷା ନେଇ ୨ଦିନିଆ ସାଗର କବଚ ସମରାଭ୍ୟାସ ଚାଲିଛି। ସମୁଦ୍ର ନିକଟ ଥାନା ଆର୍ଯ୍ୟପଲ୍ଲୀ, ଗଞ୍ଜାମ, ଛତ୍ରପୁର, ରମ୍ଭା, ଚମାଖଣ୍ଡି ପୋଲିସ ପକ୍ଷରୁ ଏହି ସମରାଭ୍ୟାସ କରାଯାଉଛି। ଜଳପଥ କିମ୍ବା ସ୍ଥଳପଥ ଯେଉଁବାଟ ଦେଇ ଶତ୍ରୁପକ୍ଷ ଆସିଲେ କିଭଳି କଡା ଜବାବ ଦିଆଯିବ ସେ ନେଇ ଅଭ୍ୟାସ କରାଯାଉଛି। ଗଞ୍ଜାମ ପୋଲିସ ଜିଲା ଆର୍ଯ୍ୟପଲ୍ଲୀ ମେରାଇନ ଥାନା ଅଧୀନରେ ପ୍ରୟାଗୀଠାରୁ ହରିପୁର ଦୀର୍ଘ ୪୦ କିମି ପର୍ଯ୍ୟନ୍ତ ପାଟ୍ରୋଲିଂ କରିଥାନ୍ତି। ଏହି ସମରାଭ୍ୟାସରେ ପୋଲିସ, ମତ୍ସ୍ୟ ବିଭାଗ, ଅଗ୍ନିଶମ ବିଭାଗ, ସ୍ବାସ୍ଥ୍ୟ ବିଭାଗ, କୋଷ୍ଟଗାର୍ଡ ସାମିଲ ହୋଇଥିଲେ। ପ୍ରତ୍ୟେକ ସ୍ଥାନରେ କଡାକଡି ଯାଞ୍ଚ କରାଯାଉଛି। ଏଥିପାଇଁ ବ୍ଲୁ ଓ ରେଡ ୨ଟି ଟିମ ଗଠନ ହୋଇଛି। ବ୍ଲୁ ଟିମର ନେତୃତ୍ୱ ନେଉଥିଲେ ଛତ୍ରପୁର ଏସ୍‌ଡିପିଓ ଚନ୍ଦନ ଘଡେଇ। ଏହି ଟିମ ଜଳପଥରେ ପାଟ୍ରୋଲିଂ କରିବା ବେଳେ ଏକ ବୋଟ ଯୋଗେ ଯାଉଥିବା ୪ଜଣ ଡମି ଆତଙ୍କବାଦୀଙ୍କୁ ଧରିଥିଲା। ସାଗର କବଚ-୨ କାର୍ଯ୍ୟକ୍ରମ ଗୁରୁବାର ଶେଷ ହେବ ବୋଲି ମେରାଇନ ଥାନା ଅଧିକାରୀ ବିଦ୍ୟାଭାରତୀ ନାୟକ କହିଛନ୍ତି। ସେହିପରି ବିଭିନ୍ନ ଛକରେ ମଧ୍ୟ ପୋଲିସ ଗାଡିମୋଟର ଯାଞ୍ଚ କରୁଛି। ମତ୍ସ୍ୟଜୀବୀମାନଙ୍କୁ ମଧ୍ୟ ସଚେତନ କରାଯାଉଛି। କେହି ଅପରିଚିତ ବ୍ୟକ୍ତି ଆସିଲେ ତୁରନ୍ତ ପୋଲିସକୁ ଅଗବତ କରାଇବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

କମାଲ ଦେଖାଇଲେ ଶିଶୁ ବୈଜ୍ଞାନିକ, ଜିଲାପାଳ କହିଲେ…

ବରଗଡ଼,୬ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ରାଣା ପ୍ରତାପ ସ୍କୁଲ ପଡ଼ିଆରେ ଶନିବାର ଜିଲାସ୍ତରୀୟ ବିଜ୍ଞାନ ମେଳା ଉଦ୍‌ଘାଟିତ ହୋଇଛି। ଜିଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କ ଅଧ୍ୟକ୍ଷତା...

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ...

ନାଡ଼ାପାଟାଙ୍ଗ, ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଦାବିପତ୍ର

ବାଲିଗୁଡ଼ା, ୬।୧୨(ସଞ୍ଜୟ ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଅନ୍ତର୍ଗତ ବାରଖମା ପଞ୍ଚାୟତର ନାଡ଼ାପାଟାଙ୍ଗ ଏବଂ ସିନ୍ଦ୍ରିଗାଁ ପଞ୍ଚାୟତର ମାଣିକୁଟିକୁ ନୂତନ ପଞ୍ଚାୟତ କରିବା ପାଇଁ ଉପଜିଲାପାଳଙ୍କ ଜରିଆରେ...

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri