ଗଞ୍ଜାମ ଜିଲା ପୋଲିସର ସାଗର କବଚ-୨ ସମରାଭ୍ୟାସ, ଶତ୍ରୁପକ୍ଷ ଆସିଲେ…

ଛତ୍ରପୁର,୩ା୯(ଦିଲ୍ଲୀପ ସାମଲ /ସନ୍ତୋଷ ପାଢ଼ୀ): ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ସମୁଦ୍ରତଟ ସୁରକ୍ଷା ନେଇ ୨ଦିନିଆ ସାଗର କବଚ ସମରାଭ୍ୟାସ ଚାଲିଛି। ସମୁଦ୍ର ନିକଟ ଥାନା ଆର୍ଯ୍ୟପଲ୍ଲୀ, ଗଞ୍ଜାମ, ଛତ୍ରପୁର, ରମ୍ଭା, ଚମାଖଣ୍ଡି ପୋଲିସ ପକ୍ଷରୁ ଏହି ସମରାଭ୍ୟାସ କରାଯାଉଛି। ଜଳପଥ କିମ୍ବା ସ୍ଥଳପଥ ଯେଉଁବାଟ ଦେଇ ଶତ୍ରୁପକ୍ଷ ଆସିଲେ କିଭଳି କଡା ଜବାବ ଦିଆଯିବ ସେ ନେଇ ଅଭ୍ୟାସ କରାଯାଉଛି। ଗଞ୍ଜାମ ପୋଲିସ ଜିଲା ଆର୍ଯ୍ୟପଲ୍ଲୀ ମେରାଇନ ଥାନା ଅଧୀନରେ ପ୍ରୟାଗୀଠାରୁ ହରିପୁର ଦୀର୍ଘ ୪୦ କିମି ପର୍ଯ୍ୟନ୍ତ ପାଟ୍ରୋଲିଂ କରିଥାନ୍ତି। ଏହି ସମରାଭ୍ୟାସରେ ପୋଲିସ, ମତ୍ସ୍ୟ ବିଭାଗ, ଅଗ୍ନିଶମ ବିଭାଗ, ସ୍ବାସ୍ଥ୍ୟ ବିଭାଗ, କୋଷ୍ଟଗାର୍ଡ ସାମିଲ ହୋଇଥିଲେ। ପ୍ରତ୍ୟେକ ସ୍ଥାନରେ କଡାକଡି ଯାଞ୍ଚ କରାଯାଉଛି। ଏଥିପାଇଁ ବ୍ଲୁ ଓ ରେଡ ୨ଟି ଟିମ ଗଠନ ହୋଇଛି। ବ୍ଲୁ ଟିମର ନେତୃତ୍ୱ ନେଉଥିଲେ ଛତ୍ରପୁର ଏସ୍‌ଡିପିଓ ଚନ୍ଦନ ଘଡେଇ। ଏହି ଟିମ ଜଳପଥରେ ପାଟ୍ରୋଲିଂ କରିବା ବେଳେ ଏକ ବୋଟ ଯୋଗେ ଯାଉଥିବା ୪ଜଣ ଡମି ଆତଙ୍କବାଦୀଙ୍କୁ ଧରିଥିଲା। ସାଗର କବଚ-୨ କାର୍ଯ୍ୟକ୍ରମ ଗୁରୁବାର ଶେଷ ହେବ ବୋଲି ମେରାଇନ ଥାନା ଅଧିକାରୀ ବିଦ୍ୟାଭାରତୀ ନାୟକ କହିଛନ୍ତି। ସେହିପରି ବିଭିନ୍ନ ଛକରେ ମଧ୍ୟ ପୋଲିସ ଗାଡିମୋଟର ଯାଞ୍ଚ କରୁଛି। ମତ୍ସ୍ୟଜୀବୀମାନଙ୍କୁ ମଧ୍ୟ ସଚେତନ କରାଯାଉଛି। କେହି ଅପରିଚିତ ବ୍ୟକ୍ତି ଆସିଲେ ତୁରନ୍ତ ପୋଲିସକୁ ଅଗବତ କରାଇବା ପାଇଁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶି ମହିଳାଙ୍କୁ ଅସଦାଚରଣ ମାମଲା: ଅଭିଯୁକ୍ତଙ୍କୁ ଏମିତି ରାୟ ଶୁଣାଇଲେ….

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସିଭିଲ କୋର୍ଟ ସିନିୟର ଡିଭିଜନ କୋର୍ଟରେ ଏକ ମାମଲାର ଚୂଡାନ୍ତ ଶୁଣାଣି ହୋଇଛି। ଗତ ୨ ବର୍ଷ…

କାର ବାଇକ୍ ମୁହାମୁହିଁ ଧକ୍କା,ଦୁଇ ଗୁରୁତର

ଗୁଣପୁର,୧୪।୮( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ରୋଡ ଠାରେ ବାଇକ୍ କାର ମୁହାଁ ମୁହିଁ ଯୋଗୁଁ ଦୁଇ ବାଇକ୍ ଆରୋହୀ ଗୁରୁତର ହୋଇ…

୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ

ମୋହନା,୧୪ା୮(ମନ୍ମଥ ମିଶ୍ର): ଗୋପଟିମା ଓ କୁଟିଗୁଡ଼ା ଗାଁ ମଧ୍ୟରେ ଥିବା ଜଙ୍ଗଲରୁ ମୋହନା ପୋଲିସ ୩ କୁଇଣ୍ଟାଲରୁ ଊର୍ଦ୍ଧ୍ୱ (୩୦୩ କିଲୋ ୬୦୦ ଗ୍ରାମ) ଗଞ୍ଜେଇ ଜବତ…

୧ ଟଙ୍କାରେ ମିଳୁଛି ସିମ: ନେବାକୁ ଚାହୁଁଥିଲେ…

ଭବାନୀପାଟଣା,୧୪।୮(ଉତ୍ତମ କୁମାର ଦାଶ): ଦେଶରେ ଦୁରସଞ୍ଚାର ସେବା ପ୍ରଦାନକାରୀ ସଂସ୍ଥା ଭାବରେ, ବିଏସଏନଏଲ୍ ସାରା ଦେଶରେ ନିର୍ଭରଯୋଗ୍ୟ, ସୁରକ୍ଷିତ, ସୁଲଭ ଭାବେ ଗଣନା ହେଉଥିବାବେଳେ ଏବେ ସମସ୍ତ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri