ବାସନ୍ତୀକ ନବରାତ୍ର ପର୍ବ: ଚଳଚଞ୍ଚଳ ତାରାତାରିଣୀ ପୀଠ

ପୁରୁଷୋତ୍ତମପୁର,୨୩।୩(ଡି.ଏନ.ଏ): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀ ପୀଠରେ ବାସନ୍ତୀକ ନବରାତ୍ର ପର୍ବ ଲାଗି ବୁଧବାର ରାତ୍ରରୁ ଚଳଚଞ୍ଚଳ ହୋଇ ଉଠିଛି। ପଣ୍ଡିତଙ୍କ ବେଦ ଧ୍ବନିରେ ରତ୍ନଗିରି ପାହାଡ ପ୍ରକମ୍ପିତ ହେବାରେ ଲାଗିଛି। ଏହି ପର୍ବ ଚୈତ୍ର ପ୍ରତିପଦା ଠାରୁ ଶ୍ରୀରାମ ନବମୀ ପର୍ଯ୍ୟନ୍ତ ଚାଲିବ। ଏହି ନବଦିନ ବ୍ୟାପି ସେବାୟତଙ୍କ ଦ୍ୱାରା ଦୈନନ୍ଦିନ ନିତିକାନ୍ତି ସହ ମା’ଙ୍କ ମୁଖ୍ୟ ପୁରୋହିତ ପଣ୍ଡିତ ସୀମାଞ୍ଚଳ ଦାଶ ଶର୍ମାଙ୍କ ଦ୍ୱାରା ପରମ୍ପରା ପ୍ରକାରେ ସ୍ବତନ୍ତ୍ର ଷୋଡଶ ଉପଚାର, ଚଣ୍ଡି ପାଠ, ମଣ୍ଡଳ ଦେବତା ପୂଜା ଓ ହୋମଯଜ୍ଞ ଆଦି କାର୍ଯ୍ୟ ପରମ୍ପରା ପ୍ରକାରେ ପର୍ଯ୍ୟାୟ କ୍ରମେ ହେବାରେ ଲାଗିଛି। ମା’ ତାରାତାରିଣୀ ଦୁଇ ଭଉଣୀଙ୍କ ପ୍ରତିମାକୁ ରତ୍ନ ସିଂହାସନରୁ ଓହ୍ଲାଇ ୨୧ ପାହାଛ ପହଣ୍ଡି ବିଜେ କରାଇ ମହାବେଦୀ ଯଜ୍ଞସ୍ଥଳକୁ ଅଣାଯାଇ ପୂଜାର୍ଚ୍ଚନା କରାଯାଏ। ପୁଣି ପହଣ୍ଡି ବିଜେ କରାଇ ରତ୍ନ ସିଂହାସନକୁ ଫେରାଇ ନିଆଯାଏ। ଅଶୋକା ଅଷ୍ଟମୀରେ ସ୍ବତନ୍ତ୍ର ପୂଜା ସହ ମା’ଙ୍କ ମହାଦୀପ ଉଠିବ। ମୁଖ୍ୟ ପୁରୋହିତଙ୍କ ସହ ବହୁ ପଣ୍ଡିତ ଉପସ୍ଥିତ ରହି ପୂଜାର୍ଚ୍ଚନା କରୁଥିବାବେଳେ କର୍ତ୍ତା ଭାବେ ସେବାୟତ ସଂଘ ସଭାପତି ତପନ କୁମାର ରଣା ରହିଛନ୍ତି। ଏହା ସହ ସେବାୟତ ବାପୁଜୀ ରଣା, ଧୃବ ରଣାଙ୍କ ସମେତ ସମସ୍ତ ସେବାୟତ ଓ ତାଙ୍କ ପରିବାର ସହଯୋଗ କରିବାରେ ଲାଗିଛନ୍ତି। ଏହାକୁ ମନ୍ଦିର ନିର୍ବାହୀ ଅଧିକାରୀ ଟିକେ ରେଡି, ଉନ୍ନୟନ ପରିଷଦ ସମ୍ପାଦକ ପ୍ରମୋଦ କୁମାର ପଣ୍ଡା ପରିଚାଳନା କରୁଥିବାବେଳେ ଦେବୋତ୍ତର ବିଭାଗୀୟ ଇନ୍ସପେକ୍ଟର ପୁଷ୍ପିତା ବେହେରା ଆସି ତଦାରଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri