ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩ ବର୍ଷର ନାବାଳିକାକୁ ଜଣେ ବ୍ୟକ୍ତି ବଳାତ୍କାର କରିବା ସହ ଗର୍ଭବତୀ କରିଥିବା ନେଇ ଥାନାରେ ଏକ ଗୁରୁତର ଅଭିଯୋଗ ହୋଇଛି। ଅଭିଯୁକ୍ତ ଜଣକ ହେଉଛନ୍ତି ଧାନବାଡ ଗ୍ରାମର ଇଣ୍ଡିଆ ପ୍ରଧାନ (୩୨)। ବିଶେଷ ସୂଚନା ଅନୁଯାୟୀ, ଅଭିଯୁକ୍ତ ଜଣକ ପୂର୍ବରୁ ବିବାହିତ ଏବଂ ସେ ଦୁଇଟି ସନ୍ତାନର ବାପା ମଧ୍ୟ।

ନାବାଳିକା ଜଣକ ଗର୍ଭବତୀ ଥିବା ଜଣାପଡ଼ିବା ପରେ ପରିବାର ପକ୍ଷରୁ ମଙ୍ଗଳବାର ଦିନ ଜରଡ଼ା ଥାନାରେ ଲିଖିତ ଅଭିଯୋଗ କରାଯାଇଥିଲା। ପରିବାରର ଅଭିଯୋଗକୁ ଭିତ୍ତି କରି ପୋଲିସ ୧୧୧/୨୬ ନମ୍ବରରେ ଏକ ମାମଲା ରୁଜୁ କରିଛି। ପୋଲିସ ଗ୍ରାମରେ ଚଢ଼ାଉ କରି ଅଭିଯୁକ୍ତ ଇଣ୍ଡିଆ ପ୍ରଧାନକୁ କାବୁ କରିବା ସହ ଥାନାରେ ଅଟକ ରଖି ପଚରାଉଚୁରା ଜାରି ରଖିଛି।

ଏହି ଘଟଣା ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଜଣେ ନାବାଳିକା ସହ ଏଭଳି ବର୍ବରୋଚିତ କାଣ୍ଡ ଭିଆଇଥିବା ଅଭିଯୁକ୍ତ ବିରୋଧରେ କଠୋର ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri