ଗଞ୍ଜାମକୁ ମିଳିଲା ପ୍ରଥମ ଜଳ ସଞ୍ଚୟ ଜନ ଭାଗିଦାରୀ ପୁରସ୍କାର

ଛତ୍ରପୁର,୨୦ା୧୧(ଦିଲ୍ଲୀପ ସାମଲ): ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଷଷ୍ଠ ଜାତୀୟ ଜଳ ପୁରସ୍କାର-୨୦୨୪ ଏବଂ ପ୍ରଥମ ଜଳ ସଂଚୟ ଜନ ଭାଗିଦାରୀ ପୁରସ୍କାର ପ୍ରଦାନ କରିଛନ୍ତି। ଜଳ ସଂରକ୍ଷଣ ଏବଂ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ବିଭିନ୍ନ ବର୍ଗର ବିଜେତାଙ୍କୁ ମଙ୍ଗଳବାର ପୁରସ୍କୃତ କରାଯାଇଥିଲା। ପ୍ରତ୍ୟେକ ପୁରସ୍କାର ବିଜେତାଙ୍କୁ ଏକ ପ୍ରଶସ୍ତିପତ୍ର, ଏକ ଟ୍ରଫି ଏବଂ କିଛି ବର୍ଗରେ ନଗଦ ପୁରସ୍କାର ପ୍ରଦାନ କରାଯାଇଥିଲା। ଶ୍ରେଷ୍ଠ ପ୍ରଦର୍ଶନକାରୀ ଜିଲା ମଧ୍ୟରେ ଓଡ଼ିଶାର ଗଞ୍ଜାମ ଜିଲାକୁ ତୃତୀୟ ବର୍ଗର ୪ର୍ଥ ରାଙ୍କ୍‌ରେ ପୁରସ୍କୃତ କରାଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ପରିଷଦର ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ବିଜୟ କୁମାର ବେହେରା ଟ୍ରଫି ସହ ପୁରସ୍କାର ଗ୍ରହଣ କରିଛନ୍ତି। ଜଳ ସଞ୍ଚୟ ଜନ ଭାଗୀଦାରୀ (ଜେଏସ୍‌ଜେବି) ପ୍ରୟାସରେ ଭୂତଳ ଜଳ ପୁନଃଚାର୍ଜ ଢାଞ୍ଚା ବିକାଶରେ ଅନୁକରଣୀୟ ଅବଦାନ ପାଇଁ ଏହି ପୁରସ୍କୃତ ପ୍ରଦାନ କରାଯାଇଛି। ଗଞ୍ଜାମ ଜିଲାରେ ୯,୪୦୨ଟି କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଥିବା ସୂଚନା ମିଳିଛି।

ଏହି ପୁରସ୍କୃତ ସମାରୋହରେ କେନ୍ଦ୍ରଜଳ ଶକ୍ତିମନ୍ତ୍ରୀ ସି.ଆର. ପାଟିଲ, କେନ୍ଦ୍ର ଶକ୍ତି ମନ୍ତ୍ରଣାଳୟର ଜଳ ସମ୍ପଦ, ଆର୍‌ଡି ଏବଂ ଜିଆର ବିଭାଗର ସଚିବ ଭି. ଏଲ. କଣ୍ଠ ରାଓ, ଜଳଶକ୍ତି ମନ୍ତ୍ରଣାଳୟର ପାନୀୟ ଜଳ ଏବଂ ପରିମଳ ବିଭାଗର ସଚିବ ଅଶୋକ କେ. କେ. ମୀନାଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ଏହି ପୁରସ୍କାର ମିଳିବା ପରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସମସ୍ତ ଟିମ୍‌କୁ ଶୁଭେଚ୍ଛା ଜଣାଇବା ସହିତ ଜିଲାରେ କିପରି ଏଭଳି ବିକାଶ କାର୍ଯ୍ୟକ୍ରମ ଜାରି ରହିବ ସେଥିପାଇଁ ପରାମର୍ଶ ଦେଇଥିଲେ।

ସୂଚନାଯୋଗ୍ୟ, ଓଡ଼ିଶାର ଗଞ୍ଜାମ, ମୟୂରଭଞ୍ଜ, କଳାହାଣ୍ଡି, ରାୟଗଡ଼ା, କଟକ ତୃତୀୟ ବର୍ଗରେ ପୁରସ୍କୃତ ହୋଇଛନ୍ତି। ଜିଲାରେ ବିଭିନ୍ନ ଜଳପ୍ରକଳ୍ପକୁ ସଫଳତାର ପୂର୍ବକ କାର୍ଯ୍ୟକାରୀ କରିବା ଲାଗି ପ୍ରତ୍ୟେକ ଜିଲାକୁ ୨୫ ଲକ୍ଷ ଟଙ୍କା ଲେଖାଏ ପୁରସ୍କାର ରାଶି ପ୍ରଦାନ କରାଯାଇଛି।

Dharitri – Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଭଞ୍ଜନଗରରେ ଖୁବ୍‌ଶୀଘ୍ର ‘ଘୁମୁସର ରେଡିଓ’, ୪୦ କିଲୋମିଟର ପରିଧିରେ ହେବ ପ୍ରସାରଣ

ଭଞ୍ଜନଗର,୩୦ା୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରବାସୀଙ୍କ ପାଇଁ ଖୁସି ଖବର। ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସ୍ବର, ସମସ୍ୟା ଓ ସଂସ୍କୃତିକୁ ନେଇ ଖୁବଶୀଘ୍ର ଆରମ୍ଭ ହେବାକୁ ଯାଉଛି…

ସରକାରୀ ଦେଶୀ ମଦଭାଟି ବନ୍ଦ ଦାବି ଜୋର୍‌ ଧରିଲା, ଜିଲାପାଳ-ଅବକାରୀ ଅଧୀକ୍ଷକଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଅବକାରୀ ଅଧୀନରେ ଥିବା ନୋଳିଆ ନୂଆଗାଁ ସରକାରୀ ଦେଶୀ ମଦଭାଟି ବନ୍ଦ କରିବା ଦାବି ନେଇ ଗୁରୁବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା…

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

Shukra Gochar: ୪ ରାଶିଙ୍କ ଅଯଥା ହେବ ଧନ ହାନୀ! ହଠାତ୍ ଚାକିରିରୁ ହେବେ ବିଦା..

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆଜି, ଶୁକ୍ର ଗ୍ରହ ଉତ୍ତରାଫାଲଗୁନି ନକ୍ଷତ୍ରରେ ପ୍ରବେଶ କରିଛନ୍ତି। ସକାଳ ୪:୫୬ ସମୟରେ ହୋଇଥିବା ଶୁକ୍ରଙ୍କ ଏହି ଗୋଚର ଶୁଭ, କିନ୍ତୁ ଏପରି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri