ଜାତୀୟ ପ୍ରତିଯୋଗିତାରେ ଭାଗନେବେ ଗଞ୍ଜାମ ଝିଅ:  ସାଉଣ୍ଟୁଛନ୍ତି ଗୋଟିଏ ପରେ ଗୋଟିଏ ସମ୍ମାନ

ଛତ୍ରପୁର,୧୬।୧(ଦିଲ୍ଲୀପ ସାମଲ): ଭୁବନେଶ୍ବରସ୍ଥିତ କିଟ୍‌ ବିଶ୍ବବିଦ୍ୟାଳୟ ପରିସରରେ ଅନୁଷ୍ଠିତ ୩୫ତମ ଓଡ଼ିଶା ମାଷ୍ଟର୍ସ ଦୌଡରେ ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟର ସୁପ୍ରକାଶ  ପ୍ରଧାନ କୃତିତ୍ୱ ହାସଲ କରିଛନ୍ତି।
୬ ତାରିଖରେ ଆୟୋଜିତ ଏହି ପ୍ରତିଯୋଗିତାରେ ୩୫ ବର୍ଷରୁ ୮୫ବର୍ଷ ପର୍ଯ୍ୟନ୍ତ କ୍ରୀଡାବିତ୍‌ ମାନେ ବିଭିନ୍ନ ଜିଲାରୁ ଅଂଶଗ୍ରହଣ କରିଥିଲେ। ଓଡ଼ିଶା ମାଷ୍ଟର ଆଥେଲେଟିକ ଆସୋସିଏସନ (ଓମା) ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାର ୪୦ବର୍ଷରୁ  ଊର୍ଦ୍ଧ୍ୱ ‘ଡିସକସ’ ଓ ‘ସଟଫୁଟ ଥ୍ରୋ’ରେ ଗଞ୍ଜାମର ସୁପ୍ରକାଶ ପ୍ରଧାନ ପ୍ରଥମ ସ୍ଥାନ ଅଧିକାର କରିଥିଲେ ।
ଏଥ ସହିତ ଆସନ୍ତା ୨୮ରୁ  ଫେବୃଆରୀ ୧ତାରିଖ ପର୍ଯ୍ୟନ୍ତ କେରଳର ଥିରୁବନ୍ଥମପୁରମ୍‌ ଠାରେ ଅନୁଷ୍ଠିତ ହେବାକୁ ଥିବା ୪୬ତମ ଜାତୀୟ ମାଷ୍ଟର୍ସ ଦୌଡ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବାକୁ ସୁପ୍ରକାଶ ପ୍ରଧାନ ଯୋଗ୍ୟ ବିବେଚିତ ହୋଇଥିବା ଜଣାପଡିଛି। କ୍ରୀଡାବିତ୍‌ସୁପ୍ରକାଶ ଗଞ୍ଜାମ ଜିଲା ଛତ୍ରପୁର ତହସିଲ କାର୍ଯ୍ୟାଳୟରେ କନିଷ୍ଠ ରାଜସ୍ବ ସହାୟକ ଭାବେ କାର୍ଯ୍ୟରତ ଏହି ଅବସରରେ ତାଙ୍କ ପ୍ରବେସନାରୀ ଆଇଏଏସ ଅଧିକାରିଣୀ  ମୃଣାଲିକା ରାଠୋର ଶୁଭେଚ୍ଛା ଜଣାଇଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତ୍ରବିରତି ସତ୍ତ୍ୱେ ଲେବାନନ୍‌ରେ ଇସ୍ରାଏଲ୍‌ର ଆକ୍ରମଣ

ନବାତିହ,୧୮ା୪: ଲେବାନନ୍‌ ସହ ଇସ୍ରାଏଲ୍‌ର ୧୦ ଦିନିଆ ଅସ୍ତ୍ରବିରତି ଘୋଷଣା ସତ୍ତ୍ୱେ ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ର ମେଫାଡାଉନ୍‌ ଗ୍ରାମ ବାହାରେ ୨ଟି ଆମ୍ବୁଲାନ୍ସ ଉପରେ…

ଅନିୟମିତତା ଅଭିଯୋଗ ପ୍ରମାଣିତ ହେଲେ ବନ୍ଦ ହେବ ଅଧିକାରୀଙ୍କ ଦରମା

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ଶନିବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଏବଂ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସାମାଜିକ…

ଜିଲାର ବିକାଶ ଉପରେ ମନ୍ତ୍ରୀଙ୍କ ଫୋକସ୍‌

ଛତ୍ରପୁର,୧୮ା୪(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ସାମାଜିକ ଭିତିଭୂମିର ଉନ୍ନତି ପାଇଁ ସରକାରୀସ୍ତରରେ ବିଭିନ୍ନ ଯୋଜନାକୁ ତ୍ୱରାନ୍ବିତ କରାଯାଉଛି । ସ୍ବାସ୍ଥ୍ୟ ସେବା, ଶିକ୍ଷା ଏବଂ ପାନୀୟ ଜଳ…

ଶୁଖିଲା ପଡ଼ିଲାଣି ନଈ, ନାଳ: ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳକୁଣ୍ଡ ନିର୍ମାଣ କରାଯାଉ

କେସିଙ୍ଗା,୧୮ା୪(ତୁମେଶ୍ୱର ସାହୁ)- ଗ୍ରୀଷ୍ମତାତିକୁ ଦୃଷ୍ଟିରେ ରଖି କେସିଙ୍ଗା ଗୋଷ୍ଠୀ ପ୍ରାଣୀ ଚିକିତ୍ସା ଅଧିକାରୀଙ୍କ କାର୍ଯ୍ୟାଳୟ ଅନ୍ତର୍ଗତ ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀସମ୍ପଦ ସହାୟକ କେନ୍ଦ୍ରରେ ଗୃହପାଳିତ…

ଏମିତି କାମ କଲେ ଦିବ୍ୟାଙ୍ଗ ଶିକ୍ଷକ, ଛୁଟୁଛି ପ୍ରଶଂସାର ସୁଅ

ଗଞ୍ଜାମ,୧୮ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ନିପଟ ମଫସଲ ତାରିଣୀ ପଲ୍ଲୀ ଗ୍ରାମରେ ରୁହନ୍ତି ଶିକ୍ଷକ ରବୀନ୍ଦ୍ର ସେଠୀ ଓ ତାଙ୍କ ପରିବାର। ରବୀନ୍ଦ୍ର ଜଣେ ଦିବ୍ୟାଙ୍ଗ ହୋଇଥିଲେ…

୪ ମାସ ତଳେ କରିଥିଲେ ପ୍ରେମ ବିବାହ: ନବବଧୂଙ୍କୁ ତଣ୍ଟି ଚିପି ହତ୍ୟା, ଏଭଳି ଅଭିଯୋଗ ଆଣି…

ଥୁଆମୂଳ ରାମପୁର, ୧୮ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଧୀନ କାଦୋବେଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୧୮ ବର୍ଷୀୟା…

ବରଗଡ଼ରେ ହୋଇନାହିଁ ସ୍କୁଲ ଛୁଟି ଘୋଷଣା, ଘୂରି ବୁଲୁଛି ନକଲି ଚିଠି

ବରଗଡ଼,୧୮ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ତାତି, ଗୁଳୁଗୁଳି ବଢ଼ି ଚାଲିଛି। ଅନ୍ୟପଟେ ସ୍କୁଲ, କଲେଜରେ ପାଠପଢ଼ା ଚାଲିଛି। ପୂର୍ବାହ୍ନ ସାଢ଼େ ୧୦ଟାରେ ଛୁଟି ହେଉଥିବା ଯୋଗୁ ଘରକୁ…

ବରଗଛରେ ଝୁଲୁଥିଲା ଅଣଓଡ଼ିଆ ଶ୍ରମିକଙ୍କ ମୃତଦେହ, ଏଏସ୍‌ଆଇ ପହଞ୍ଚି…

ଦିଗପହଣ୍ଡି,୧୮ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମ ନିକଟ ଆନ୍ଧ୍ର ଇଟାଭାଟିରେ ରହି କାମ କରୁଥିବା ଜଣେ ଅଣଓଡ଼ିଆ ଶ୍ରମିକ ଶନିବାର ଭୋର୍‌ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri