ଅବ୍ୟବସ୍ଥାରେ ଚାଲିଛି ଗଞ୍ଜାମ ବାଳିକା ବିଦ୍ୟାଳୟ: ଶ୍ରେଣୀଗୃହ ନାହିଁ, ୪ କୋଠରିରେ ପଢୁଛନ୍ତି ୩୮୫ଛାତ୍ରୀ

ଗଞ୍ଜାମ,୨୭ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କରଣ ସାହି ଷ୍ଟେସନ ରୋଡ଼ସ୍ଥିତ ବାଳିକା ଉଚ୍ଚ ବିଦ୍ୟାଳୟ ଅବ୍ୟବସ୍ଥାରେ ଚାଲିଛି। ୪୬ ବର୍ଷର ଏହି ପୁରାତନ ବିଦ୍ୟାଳୟରେ ଶ୍ରେଣୀଗୃହ ଅଭାବ, ଶିକ୍ଷକ ଅଭାବଜନିତ ସମସ୍ୟା ଛାତ୍ରୀଙ୍କ ପାଡପଢାରେ ପ୍ରଭାବ ପକାଉଛି। ବିଦ୍ୟାଳୟର ଅବ୍ୟବସ୍ଥା ପ୍ରତି କେବେ ଶିକ୍ଷା ବିଭାଗର ଦୃଷ୍ଟି ପଡୁନି। ଏଠି ଆବଶ୍ୟକ ଶ୍ରେଣୀ ଗୃହ ନାହିଁ l ଆଜବେଷ୍ଟ ଘରେ ୪ଟି ଶ୍ରେଣୀରେ ୩୮୫ ଜଣ ଛାତ୍ରୀ ଅଧ୍ୟୟନ କରୁଛନ୍ତି l ଗୋଟିଏ ଶ୍ରେଣୀ ଗୃହରେ ୪୦ ପିଲା ବସିବାକୁ ଥିବା ବେଳେ ଶ୍ରେଣୀ ଗୃହ ଅଭାବରୁ ଗୋଟିଏ ଶ୍ରେଣୀ ଗୃହରେ ୮୦ ଛାତ୍ରୀ ବସି ପାଠ ପଢିବାକୁ ବାଧ୍ୟ ହେଉଛନ୍ତି ବୋଲି ଶିକ୍ଷକ ରବୀନ୍ଦ୍ର ନାଥ ନେପାକ କହିଛନ୍ତି। ଏଥିସହ ବିଦ୍ୟାଳୟ ପାଇଁ ଆବଶ୍ୟକ ଶିକ୍ଷକ ପଦବୀ ପୂରଣ କରାଯାଉନି। ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଅନିଲ ପାଣିଗ୍ରାହୀ ରହିିଛନ୍ତି l ସଂସ୍କୃତ ଶିକ୍ଷକ ପ୍ରତିମା ମିଶ୍ର ଏବଂ କଳା ଶିକ୍ଷକ ରାମଚନ୍ଦ୍ର ବେହେରାଙ୍କ ଅବସର ପରେ ତାଙ୍କ ସ୍ଥାନରେ ଆଉ ଶିକ୍ଷକ ନିଯୁକ୍ତି ହୋଇନାହାନ୍ତି। ଫଳରେ ପିଲାମାନେ କଳା ଓ ସଂସ୍କୃତ ପାଠ ପଢ଼ାରୁ ବଞ୍ଚତ୍ତ ହେଉଛନ୍ତି l ଷଷ୍ଠ, ସପ୍ତମ ଓ ଅଷ୍ଟମ ଶ୍ରେଣୀରେ ଦେଢ଼ ଶହରୁ ଊର୍ଦ୍ଧ୍ୱ ଛାତ୍ରୀ ଥିବା ବେଳେ ମାତ୍ର ୩ଜଣ ଶିକ୍ଷକ ରହିଛନ୍ତି। ଫାଇଭ୍‌-ଟି ସ୍କୁଲ ରୂପାନ୍ତିକରଣ ବେଳେ ସ୍କୁଲ ପରିସରରେ ଥିବା ଗୋଟିଏ ଶ୍ରେଣୀ ଗୃହ ଭାଙ୍ଗା ଯାଇଥିଲା l ମାତ୍ର ଆଉ ନୂତନ ଗୃହ ନିର୍ମାଣ ହେଲାନି l ତେବେ ଗତ ୧୫ ଦିନ ତଳେ ଏନେଇ ଟେଣ୍ଡର ହୋଇଥିବା ସ୍କୁଲ କର୍ତ୍ତୃପକ୍ଷ କହିଛନ୍ତି l ସ୍କୁଲରେ ପାନୀୟ ଜଳ ସମସ୍ୟା ମଧ୍ୟ ରହିଛି l ମଧ୍ୟାହ୍ନ ଭୋଜନ ରୋଷେଇ ପାଇଁ ପାଣି ବାହାରୁ ଆଣିବାକୁ ପଡୁଛି ବୋଲି ଦାୟିତ୍ୱରେ ଥିବା ମହିଳା କହିଛନ୍ତି। ବିଦ୍ୟାଳୟର ସମସ୍ୟା ଦୂର କରିବାକୁ ଜିଲା ପ୍ରଶାସନ ପଦକ୍ଷେପ ନେବାକୁ ଅଭିଭାବକମାନେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଦର୍ଶକରେ ଖେଳାଯିବ PSL ମ୍ୟାଚ୍, ଏହି କାରଣରୁ ନିଆଗଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୩: ପାକିସ୍ତାନ ସୁପର ଲିଗ୍ (PSL)ର ନୂତନ ସିଜିନ୍ ମାର୍ଚ୍ଚ ୨୬ ରେ ଆରମ୍ଭ ହେବାକୁ ଯାଉଛି । ସିଜିନ୍ ଆରମ୍ଭ ହେବା ପୂର୍ବରୁ, PCB ଟୁର୍ଣ୍ଣାମେଣ୍ଟ…

ସରକାରୀ ଜମି ଜବରଦଖଲ, ଚୌରଗଡ଼ିଆ ଗ୍ରାମରେ ତୀବ୍ର ଜନଅସନ୍ତୋଷ

ବଞ୍ଚୋ,୨୨।୩(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଚୋରଗାଡ଼ିଆ ଗ୍ରାମରେ ସରକାରୀ ଜମି ଜବରଦଖଲକୁ ନେଇ ଜନଅସନ୍ତୋଷ ଦେଖାଦେଇଛି । ଗ୍ରାମବାସୀଙ୍କ ଅଭିଯୋଗ ଅନୁସାରେ,…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଯୁବତୀ, ଯୁବକଙ୍କ ଜୀବନ

ମୁନିଗୁଡ଼ା,୨୨।୩: ରାୟଗଡ଼ା ଜିଲା ବିଷମକଟକ ଥାନା ଚାଟିକଣାଠାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ଜଣେ ଯୁବତୀ ଏବଂ ଯୁବକଙ୍କ ମୃତ୍ୟୁ ଘଟିଛି। ହେଲେ ସେମାନଙ୍କ ପରିଚୟ…

ଇରାନ ସହ ଯୁଦ୍ଧ ମଧ୍ୟରେ ବଡ଼ ବୟାନ ଦେଲେ ଟ୍ରମ୍ପ! ଜାଣନ୍ତୁ ତେହରାନକୁ ନେଇ କ’ଣ କହିଲେ

ଓ୍ବାଶିଂଟନ,୨୨।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆ ପ୍ଲାଟଫର୍ମ ଟ୍ରୁଥ ସୋସିଆଲରେ ଏକ ପୋଷ୍ଟରେ ଦେଶ ସମ୍ପର୍କରେ ଏକ…

ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ, ବଡ଼ ଘୋଷଣା କରି…..

ଭୁବନେଶ୍ବର,୨୨।୩: ରାଜ୍ୟ ସ୍ତରୀୟ ବିଶ୍ୱ ଜଳ ଦିବସ ସମାରୋହ ୨୦୨୬ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଲୋକସେବା ଭବନ କନଭେନଶନ ସେଣ୍ଟର ଠାରେ…

ମନ୍ଦିରରୁ ରୂପା ଅଳଙ୍କାର ନେଇଗଲେ ଦୁର୍ବୃତ୍ତ, ପୋଲିସ….

ଛତ୍ରପୁର,୨୨।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମଖଣ୍ଡି ଥାନା ଅଧୀନ ମାଣ୍ଡିଆପଲ୍ଲୀରେ ଥିବା ସିରିଡ଼ି ସାଇ ବାବା ମନ୍ଦିରରୁ ଚୋରି । କେହି ଦୁର୍ବୃତ୍ତ ମନ୍ଦିରରୁ ରୂପା ଚୋରି…

ଛାତିଥରା କାହାଣୀ, ପ୍ରେମିକ ସହ ମିଶି ଶାଶୁଙ୍କୁ ହତ୍ୟା କଲେ ୪୪ ବର୍ଷୀୟ ବୋହୂ

ଲକ୍ଷ୍ନୌ,୨୨।୩: ଉତ୍ତର ପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ, ଜଣେ ୬୫ବର୍ଷୀୟା ମହିଳାଙ୍କୁ ତାଙ୍କ ନିଜ ଘର ଭିତରେ ଗଳାକାଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଲକ୍ଷ୍ନୌ…

ଯାତ୍ରୀବହୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ୪ ଆହତ

ବାଲେଶ୍ୱର୨୨।୩(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଭେଲୋରା ଛକ ନିକଟରେ ରବିବାର ଏକ ଯାତ୍ରୀବାହି ବସ ଦୁର୍ଘଟଣାଗ୍ରସ୍ତ ହୋଇଛି l ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri