ଗଞ୍ଜାମରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଛତ୍ରପୁର,୨୨।୧୦(ଡି.ଏନ.ଏ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ରହିଛି। ଶୁକ୍ରବାର ଆଭାସୀ ବୈଠକରେ ବାତ୍ୟା ପ୍ରଭାବିତ ହେବାକୁ ଥିବା ସମସ୍ତ ଜିଲାର ଜିଲାପାଳମାନଙ୍କ ସହିତ ସ୍ବତନ୍ତ୍ର ରିଲିଫ କମିଶନର (ଏସ୍‌ଆର୍‌ସି) ପ୍ରଦୀପ୍ତ କୁମାର ଜେନା ଏ ସମ୍ପର୍କରେ ଆଲୋଚନା କରିଛନ୍ତି। ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ବୈଠକରେ ଉପସ୍ଥିତ ଥିଲେ। ଏସଆର୍‌ସି କହିଛନ୍ତି, ବାତ୍ୟା ସମୁଦ୍ର ମଧ୍ୟ ଦେଇ ବାଂଲାଦେଶ ସ୍ଥଳଭାଗକୁ ସ୍ପର୍ଶ କରିବ। ସମୁଦ୍ର ଅଶାନ୍ତ ରହିବ। ଗଞ୍ଜାମ ଜିଲାକୁ ଏହାର ପ୍ରଭାବ ପଡି ନ ପାରେ ବୋଲି ଜଣାଇଛନ୍ତି। ତଥାପି ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି। ସମୁଦ୍ର ମଧ୍ୟକୁ ମତ୍ସ୍ୟଜୀବୀଙ୍କୁ ସଂପୂର୍ଣ୍ଣ ବାରଣ କରାଯାଉଛି । ତଳିଆ ଅଞ୍ଚଳରେ କିମ୍ବା ମାଟିକାନ୍ଥ ଅବା କଚ୍ଚା ଘରେ ରହୁଥିବା ଲୋକଙ୍କୁ ନିକଟସ୍ଥ ଗ୍ରାମପଞ୍ଚାୟତ କୋଠାଘର ବିଦ୍ୟାଳୟ କିମ୍ବା ବାତ୍ୟା ଆଶ୍ରୟସ୍ଥଳରେ ରଖି ରନ୍ଧାଖାଦ୍ୟ,ପାନୀୟଜଳ ଆଦି ଯୋଗାଇ ଦେବାକୁ ଅବଗତ କରାଇଥିଲେ। ଗଞ୍ଜାମ ଜିଲାପାଳ ସମସ୍ତ ସରକାରୀ କର୍ମଚାରୀ ନିଜ ନିଜ ହେଡକ୍ୱାର୍ଟର ରହିବେ, ସମସ୍ତ ଛୁଟି ବାତିଲ କରାଯାଇଥିବା ଜଣାଇଥିଲେ। ଏଥିସହ ଓଡ୍ରାଫ ଟିମକୁ ପ୍ରସ୍ତୁତ କରି
ରଖିବା ସହିତ ସମସ୍ତ ପ୍ରକାର ପ୍ରସ୍ତୁତି କରିବାକୁ ଜଣାଇଛନ୍ତି । ବୈଠକରେ ଗଞ୍ଜାମ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭି. କୀର୍ତ୍ତିଭାସନ, ପ୍ରୋବେସୋନାରୀ ଆଇଏଏସ, ଧୀନା, ଛତ୍ରପୁର ଉପ ଜିଲାପାଳ ପ୍ରସନ୍ନ କୁମାର ପାତ୍ର, ଜିଲା ଜରୁରୀ କାଳୀନ ଅଧିକାରୀ ସୁକାନ୍ତ ଚନ୍ଦ୍ର ପ୍ରମୁଖ ଅଧିକାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri