ଗଞ୍ଜାମ ଗ୍ରାସିମ୍‌କୁ ‘କଳିଙ୍ଗ ସିଏସଆର ଏବଂ ଇଏସଜି ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’

ଗଞ୍ଜାମ, ୨୩।୬ (ବିଦ୍ୟାଧର ସାହୁ): ଗଞ୍ଜାମ ସହରରେ ଅବସ୍ଥିତ ପ୍ରତିଷ୍ଠିତ ଶିଳ୍ପ ସଂସ୍ଥା ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ସାମାଜିକ ଦାୟିତ୍ୱବୋଧ ଏବଂ ପରିବେଶ ପରିଚାଳନା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସ୍ୱର୍ଣ୍ଣ ବର୍ଗରେ ମର୍ଯ୍ୟାଦାଜନକ ‘କଳିଙ୍ଗ ସିଏସଆର (କର୍ପୋରେଟ୍ ସାମାଜିକ ଦାୟିତ୍ୱ) ଏବଂ ଇଏସଜି (ପରିବେଶ, ସାମାଜିକ ଓ ସୁଶାସନ) ଉତ୍କର୍ଷ ଜାତୀୟ ପୁରସ୍କାର-୨୦୨୫’ ପ୍ରଦାନ କରାଯାଇଛି।

ଗତ ରବିବାର ଭୁବନେଶ୍ୱରସ୍ଥିତ ହୋଟେଲ ‘ଦି ପ୍ରାଚୀ’ରେ ଆୟୋଜିତ ୧୧ତମ ଜାତୀୟ ପରିବେଶ, ଶକ୍ତି ଏବଂ ଜଳବାୟୁ ପରିବର୍ତ୍ତନ ସମ୍ମିଳନୀ-୨୦୨୬ ଅବସରରେ ଏହି ପୁରସ୍କାର ପ୍ରଦାନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏହି ସମ୍ମିଳନୀଟି ଆଇକ୍ୟୁଇଏମଏସ (IQEMS) ପକ୍ଷରୁ ଆୟୋଜିତ ହୋଇଥିଲା।

ଏହି ଭବ୍ୟ ଉତ୍ସବରେ ସିଏସଆଇଆର-ଆଇଏମଏମଟି (କାଉନସିଲ୍ ଅଫ୍ ସାଇଣ୍ଟିଫିକ୍ ଆଣ୍ଡ ଇଣ୍ଡଷ୍ଟ୍ରିଆଲ୍ ରିସର୍ଚ୍ଚ–ଇନଷ୍ଟିଚ୍ୟୁଟ୍ ଅଫ୍ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍ସ ଟେକ୍ନୋଲୋଜି)ର ନିର୍ଦ୍ଦେଶକ ଡ଼. ରାମାନୁଜ ନାରାୟଣ ଏବଂ ଆଇକ୍ୟୁଇଏମଏସର ସଂଯୋଜକ ଦେବବ୍ରତ ପାଣିଗ୍ରାହୀଙ୍କ ଠାରୁ ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌ର ୟୁନିଟ୍ ମୁଖ୍ୟ ଜୟଦୀପ ମଣ୍ଡଳ, ବୈଷୟିକ ମୁଖ୍ୟ ରାକେଶ ସିଂ, ଲୋକସମ୍ପର୍କ, ଯୋଗାଯୋଗ ଓ ସାମାଜିକ ଉତ୍ତରଦାୟିତ୍ୱ ମୁଖ୍ୟ ସୁସ୍ମିତା ବେହେରା ଏବଂ ପରିବେଶ ବିଭାଗ ମୁଖ୍ୟ ସୁଚିସ୍ମିତା ପଟ୍ଟନାୟକ ପୁରସ୍କାର ଗ୍ରହଣ କରିଥିଲେ।

ଉତ୍ସବରେ ଅନ୍ୟ ବିଶିଷ୍ଟ ଅତିଥିମାନଙ୍କ ମଧ୍ୟରେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ଇଣ୍ଡୋ-ବ୍ରାଜିଲ୍ ଚାମ୍ବର ଅଫ୍ କମର୍ସର ମୁଖ୍ୟ ସୁଶ୍ରୀ ଡାନା ବ୍ଲାକମ୍ୟାନ୍ ଏବଂ ଟୋଗୋ ଗଣରାଜ୍ୟର ମହାମହିମ ଉଚ୍ଚାୟୁକ୍ତ ୟାଓ ଏଡେମ୍ ଏକପେମାଡୋ ପ୍ରମୁଖ ଉପସ୍ଥିତ ରହି ପୁରସ୍କାର ପ୍ରଦାନ କରିଥିଲେ।

ଗ୍ରାସିମ୍ ଇଣ୍ଡଷ୍ଟ୍ରିଜ୍‌କୁ ଏହି ଜାତୀୟ ସ୍ତରର ସମ୍ମାନ ମିଳିବା ଫଳରେ ଗଞ୍ଜାମ ଅଞ୍ଚଳ ସମେତ ସମଗ୍ର ରାଜ୍ୟ ପାଇଁ ଗୌରବର ବିଷୟ ପାଲଟିଛି। ସଂସ୍ଥା ପକ୍ଷରୁ ସାମାଜିକ କଲ୍ୟାଣ, ପରିବେଶ ସୁରକ୍ଷା ଏବଂ ସୁଶାସନ କ୍ଷେତ୍ରରେ ନିଆଯାଉଥିବା ବିଭିନ୍ନ ପଦକ୍ଷେପ ଏହି ସମ୍ମାନର ମୂଳ ଆଧାର ବୋଲି ମତ ପ୍ରକାଶ ପାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା…

ଅଧରାତିରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ବାବୁଲାଙ୍କ ଜୀବନ

ବୀରମହାରାଜପୁର,୯।୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୁମରକେଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri