ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ରାଜ୍ୟରେ ସର୍ବାଧିକ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ରହିଛି ା ପୂର୍ବ ବର୍ଷ ତୁଳନାରେ ପ୍ରତି ବର୍ଷ ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ସଂଖ୍ୟା ୧୦ ପ୍ରତିଶତ କମାଇବା ଲାଗି ସୁପ୍ରିମକୋର୍ଟ ସଡ଼କ ସୁରକ୍ଷା କମିଟିଙ୍କ ନିର୍ଦ୍ଦେଶ ରହିଛି ା ଅପରପକ୍ଷରେ ଗଞ୍ଜାମ ଜିଲାରେ ୨୦୨୧ ତୁଳନାରେ ୨୦୨୨ରେ ୧୪ ପ୍ରତିଶତ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇଥିବା ଜଣାପଡ଼ିଛି। ସେହିପରି ପୂର୍ବ ବର୍ଷ ତୁଳନାରେ ୨୦୨୨ ରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ୧୦ ପ୍ରତିଶତ ବୃଦ୍ଧି ପାଇଛି ା ଏନେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ଚିନ୍ତା ପ୍ରକଟ କରିଛିା ସଡ଼କ ଦୁର୍ଘଟଣା ସହ ତଜ୍ଜନିତ ମୃତ୍ୟୁ ସଂଖ୍ୟା କମାଇବା ଲାଗି ତୁରନ୍ତ ଗଞ୍ଜାମ ଜିଲା ସଡକ ସୁରକ୍ଷା କମିଟି ପକ୍ଷରୁ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ କରିବାକୁ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପକ୍ଷରୁ ଗଞ୍ଜାମ ଜିଲାପାଳ, ଗଞ୍ଜାମ ଓ ବ୍ରହ୍ମପୁର ଏସ୍‌ପି ଏବଂ ଗଞ୍ଜାମ ଓ ଭଞ୍ଜନଗର ଆର୍‌ଟିଓଙ୍କ ନିକଟକୁ ୧୬ ତାରିଖରେ ଚିଠି (ନଂ. ୩୧୭୧) ଆସିଛି ା ଏଥିରେ ପ୍ରତି ମଙ୍ଗଳବାର ଜିରୋ ଟଲରାନ୍ସ ଡେ ପାଳନ ସହ ଆସନ୍ତା ଏପ୍ରିଲ ୧ ରୁ ୭ ତାରିଖ ପର୍ଯ୍ୟନ୍ତ ଶୂନ ମୃତ୍ୟୁ ସପ୍ତାହ ପାଳନ ପାଇଁ ବିଭାଗୀୟ ପ୍ରମୁଖ ଶାସନ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନା ଅନୁସାରେ, ୨୦୨୧ ରେ ଗଞ୍ଜାମ ଜିଲାରେ ୭୩୧ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ୩୭୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୩୦ ଜଣ ଗୁରୁତର ହୋଇଥିଲେ। ୨୦୨୨ରେ ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ହୋଇଛି। ୨୦୨୨ରେ ଜିଲାରେ ୮୩୧ ସଡ଼କ ଦୁର୍ଘଟଣା ଘଟିଥିବା ବେଳେ ୪୧୪ ଜଣଙ୍କ ମୃତ୍ୟୁ ଓ ୬୩୨ ଜଣ ଗୁରୁତର ଆହତ ହୋଇଥିଲେ। ୨୦୧୯ରେ ୭୩୩ ସଡ଼କ ଦୁର୍ଘଟଣା ହୋଇଥିବା ବେଳେ ୩୮୫ ଜଣଙ୍କ ମୃତ୍ୟୁ ହୋଇଥିଲା। ୨୦୨୦ରେ ୬୧୬ ସଡ଼କ ଦୁର୍ଘଟଣା ହୋଇଥିବା ବେଳେ ୩୬୩ ଜଣଙ୍କର ଏଥିରେ ମୃତ୍ୟୁ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଭିଡ଼ିଓ ଶେୟାର କରି ଆମେରିକାକୁ ବଡ଼ ଝଟକା ଦେଲା ଇରାନ, ପାଇଲଟଙ୍କୁ ଉଦ୍ଧାର କରିବାକୁ ଆସିଥିବା ଏୟାରକ୍ରାପ୍ଟ ଧ୍ୱଂସ!

ତେହରାନ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ସେନା ୪୮ ଘଣ୍ଟା ଧରି ଲୁଚି ରହିବା ପରେ ଏକ ଉଦ୍ଧାର କାର୍ଯ୍ୟ ପରେ ଏହାର ଜଣେ ବାୟୁସେନା…

ଟୋଲ ଗେଟରେ ଆଉ ଲାଗିବ ନାହିଁ ଲମ୍ବା ଲାଇନ, ସରକାର ବଦଳାଇବେ ପେମେଣ୍ଟ ସିଷ୍ଟମ

ନୂଆଦିଲ୍ଲୀ,୫।୪: ଯଦି ଆପଣ ପ୍ରାୟତଃ ରାଜପଥରେ ଯାତ୍ରା କରନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ସରକାର ଏବେ ଟୋଲ ପ୍ଲାଜାରେ ନଗଦ ଦେୟକୁ ସମ୍ପୂର୍ଣ୍ଣ…

ଭାଜପାରେ ଯୋଗଦେବେ ରାଘବ ଚଢା? ମୋଦିଙ୍କ ସମାଲୋଚନା କରିଥିବା ପୋଷ୍ଟ କଲେ ଡିଲିଟ୍‌, ବଢିଲା ହଲଚଲ  

ନୂଆଦିଲ୍ଲୀ,୫।୪: ଦେଶର ରାଜନୈତିକ ମହଲରେ ଏବେ ଏକ ବଡ଼ ଧରଣର ଚର୍ଚ୍ଚା ଜୋର ଧରିଛି। ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ତଥା ଏମ୍‌ପି ରାଘବ ଚଢା…

ତାରାତାରିଣୀଙ୍କ ଦର୍ଶନ କଲେ ପ୍ରଧାନମନ୍ତ୍ରଙ୍କ ସଚିବ: ପୂଜାର୍ଚ୍ଚନା କରି ନେଲେ ଆଶୀର୍ବାଦ

ପୁରୁଷୋତ୍ତମପୁର,୫ା୪(ସବିତା ମିଶ୍ର): ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଦିତୀୟ ପ୍ରମୁଖ ସଚିବ ତଥା ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ ଓ ତାଙ୍କ ସ୍ତ୍ରୀ ରବିବାର ଗଞ୍ଜାମ…

ଗୋଟିଏ ପଟେ ଯୁଦ୍ଧ, ଅନ୍ୟପଟେ ଟଙ୍କା ରୋଜଗାର କରିବାରେ ବ୍ୟସ୍ତ ହୋଇ ପଡିଛନ୍ତି ଟ୍ରମ୍ପଙ୍କ ପୁଅ!

ଓ୍ବାଶିଂଟନ,୫।୪: ଆମେରିକା ଏବଂ ଇରାନ ମଧ୍ୟରେ ସମ୍ଭାବ୍ୟ ସଂଘର୍ଷକୁ ନେଇ ଉତ୍ତେଜନାପୂର୍ଣ୍ଣ ପରିବେଶ ମଧ୍ୟରେ, ଏକ ନୂତନ ବିବାଦ ଦେଖାଦେଇଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ…

ବଜ୍ରାଘାତ ନେଲା ମହିଳାଙ୍କ ଜୀବନ, ଚାଷ ଜମିରୁ କାମ କରି ଫେରିବା ବେଳେ ୩…

ଭବାନୀପାଟଣା,୫।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ବଳଦିଆମାଲ ଗ୍ରାମରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ରବିବାର ମଧ୍ୟାହ୍ନରେ ଚାଷ ଜମିରୁ…

ଏଠାରେ ପେଟ୍ରୋଲ ଦର ବିଶ୍ୱରେ ସବୁଠାରୁ ଅଧିକ; ଇରାନ ଯୁଦ୍ଧ ଯୋଗୁ ପରିସ୍ଥିତି ଆହୁରି ଖରାପ, ଜାଣନ୍ତୁ କାରଣ

ହଂକଂ,୫।୪: ମଧ୍ୟପ୍ରାଚ୍ୟରେ ବୃଦ୍ଧି ପାଉଥିବା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀରେ ପରିବହନରେ ବାଧା ଯୋଗୁ ବିଶ୍ୱ ଶକ୍ତି ବଜାର ସମ୍ପୂର୍ଣ୍ଣ ଅସ୍ଥିର ହୋଇପଡ଼ିଛି। ଅଶୋଧିତ ତୈଳ ମୂଲ୍ୟ…

ଭାଜପା ସରକାରଙ୍କୁ ଅରୁଣଙ୍କ କଡ଼ା ଟାର୍ଗେଟ୍‌, କହିଲେ କାମ କରୁନି ଡବଲ ଇଞ୍ଜିନ, ପୂର୍ବରୁ…

ବଲାଙ୍ଗୀର,୫ା୪(ସୁନିଲ କୁମାର ମହାନ୍ତି): ନୟାଗଡ଼ ବିଧାୟକ ଅରୁଣ ସାହୁ ରବିବାର ବଲାଙ୍ଗୀର ଗସ୍ତରେ ଆସିଥିବା ବେଳେ ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଉଚ୍ଚଶିକ୍ଷା ବିଭାଗରେ କୋଟା ବୃଦ୍ଧିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri