ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ରାଜ୍ୟରେ ସର୍ବାଧିକ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ରହିଛି ା ପୂର୍ବ ବର୍ଷ ତୁଳନାରେ ପ୍ରତି ବର୍ଷ ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ସଂଖ୍ୟା ୧୦ ପ୍ରତିଶତ କମାଇବା ଲାଗି ସୁପ୍ରିମକୋର୍ଟ ସଡ଼କ ସୁରକ୍ଷା କମିଟିଙ୍କ ନିର୍ଦ୍ଦେଶ ରହିଛି ା ଅପରପକ୍ଷରେ ଗଞ୍ଜାମ ଜିଲାରେ ୨୦୨୧ ତୁଳନାରେ ୨୦୨୨ରେ ୧୪ ପ୍ରତିଶତ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇଥିବା ଜଣାପଡ଼ିଛି। ସେହିପରି ପୂର୍ବ ବର୍ଷ ତୁଳନାରେ ୨୦୨୨ ରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ୧୦ ପ୍ରତିଶତ ବୃଦ୍ଧି ପାଇଛି ା ଏନେଇ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ଚିନ୍ତା ପ୍ରକଟ କରିଛିା ସଡ଼କ ଦୁର୍ଘଟଣା ସହ ତଜ୍ଜନିତ ମୃତ୍ୟୁ ସଂଖ୍ୟା କମାଇବା ଲାଗି ତୁରନ୍ତ ଗଞ୍ଜାମ ଜିଲା ସଡକ ସୁରକ୍ଷା କମିଟି ପକ୍ଷରୁ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ କରିବାକୁ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ପକ୍ଷରୁ ଗଞ୍ଜାମ ଜିଲାପାଳ, ଗଞ୍ଜାମ ଓ ବ୍ରହ୍ମପୁର ଏସ୍‌ପି ଏବଂ ଗଞ୍ଜାମ ଓ ଭଞ୍ଜନଗର ଆର୍‌ଟିଓଙ୍କ ନିକଟକୁ ୧୬ ତାରିଖରେ ଚିଠି (ନଂ. ୩୧୭୧) ଆସିଛି ା ଏଥିରେ ପ୍ରତି ମଙ୍ଗଳବାର ଜିରୋ ଟଲରାନ୍ସ ଡେ ପାଳନ ସହ ଆସନ୍ତା ଏପ୍ରିଲ ୧ ରୁ ୭ ତାରିଖ ପର୍ଯ୍ୟନ୍ତ ଶୂନ ମୃତ୍ୟୁ ସପ୍ତାହ ପାଳନ ପାଇଁ ବିଭାଗୀୟ ପ୍ରମୁଖ ଶାସନ ନିର୍ଦ୍ଦେଶ ଦେଇଛନ୍ତି।
ମିଳିଥିବା ସୂଚନା ଅନୁସାରେ, ୨୦୨୧ ରେ ଗଞ୍ଜାମ ଜିଲାରେ ୭୩୧ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ୩୭୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୩୦ ଜଣ ଗୁରୁତର ହୋଇଥିଲେ। ୨୦୨୨ରେ ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ସଂଖ୍ୟା ବୃଦ୍ଧି ହୋଇଛି। ୨୦୨୨ରେ ଜିଲାରେ ୮୩୧ ସଡ଼କ ଦୁର୍ଘଟଣା ଘଟିଥିବା ବେଳେ ୪୧୪ ଜଣଙ୍କ ମୃତ୍ୟୁ ଓ ୬୩୨ ଜଣ ଗୁରୁତର ଆହତ ହୋଇଥିଲେ। ୨୦୧୯ରେ ୭୩୩ ସଡ଼କ ଦୁର୍ଘଟଣା ହୋଇଥିବା ବେଳେ ୩୮୫ ଜଣଙ୍କ ମୃତ୍ୟୁ ହୋଇଥିଲା। ୨୦୨୦ରେ ୬୧୬ ସଡ଼କ ଦୁର୍ଘଟଣା ହୋଇଥିବା ବେଳେ ୩୬୩ ଜଣଙ୍କର ଏଥିରେ ମୃତ୍ୟୁ ହୋଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ

ଭୁବନେଶ୍ୱର,୨୩।୪: ସାଧାରଣ ନିର୍ବାଚନକୁ ନେଇ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳବଦଳ ଏବେ ସାଧାରଣରେ ପରିଣତ ହୋଇଛି। ମଙ୍ଗଳବାର ସମ୍ବଲପୁରର ପୂର୍ବତନ ବିଧାୟକ ରାସେଶ୍ୱରୀ ପାଣିଗ୍ରାହୀ ବିଜେଡିରୁ...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଜେଡି ଛାଡିଲେ ଝାରସୁଗୁଡା ଜିଲା ସାଧାରଣ ସମ୍ପାଦକ

ଭୁବନେଶ୍ୱର,୨୩।୪: ଝାରସୁଗୁଡା ଜିଲାରେ ବିଜେଡିକୁ ଲାଗିଲା ଶକ୍ତ ଝଟକା। ଦଳର ଜିଲା ସାଧାରଣ ସମ୍ପାଦକ ବିଶ୍ୱନାଥ ନାୟକ ଦଳରୁ ଇସ୍ତଫା ଦେଇଛନ୍ତି । ସେ ଦଳ...

ନିର୍ମାଣର ବର୍ଷକ ମଧ୍ୟରେ ରାସ୍ତା ଦବିଲା

ଡେରାବିଶ,୨୩ା୪ (ବେବର୍ତ୍ତା ଅଜୟ ଦାସ):କେନ୍ଦ୍ରାପଡ଼ା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଡେରାବିଶ ଅଞ୍ଚଳର ମୁଖ୍ୟ ରାସ୍ତା କୁହାଯାଉଥିବା ୫୩ ନଂ. ଜାତୀୟ ରାଜପଥର ପଞ୍ଚୁପାଣ୍ଡବ ଛକ...

ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ଅଭିଯୋଗ

ପଟ୍ଟାମୁଣ୍ଡାଇ,୨୩ା୪ (କଳ୍ପତରୁ ନାୟକ):ସରକାରୀ ଅନୁଦାନରେ କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ପଞ୍ଚାୟତ ସମିତିରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଆସୁଛି। ମାତ୍ର...

ପୋଲ ନିର୍ମାଣରେ ୧୧ କେଭି ବିଦ୍ୟୁତ୍‌ ଖୁଣ୍ଟ ବାଧକ

କୁଜଙ୍ଗ,୨୩।୪(ମନୋଜ ପ୍ରଧାନ):କୁଜଙ୍ଗ ବ୍ଲକ ବାଲିଆ ପଞ୍ଚାୟତ ଅନ୍ତର୍ଗତ ବଡ଼ଙ୍ଗ ଗ୍ରାମକୁ ସଂଯୋଗ କରୁଥିବା ତତ୍କାଳୀନ ଲୁଣା ନଦୀ ଉପରେ ଥିବା ଏକ ଅଣଓସାରିଆ ପୋଲକୁ ଓସାରିଆ...

ପାରାଦୀପରେ ଜଳାଭାବ: ଫାଇଦା ଉଠାଉଛନ୍ତି ଚୋରା ବ୍ୟବସାୟୀ

ପାରାଦୀପ,୨୧।୪(ଶରତ ରାଉତ):ପାରାଦୀପ ବନ୍ଦର ସହରରେ ଏବେ ପାନୀୟ ଜଳ ସଙ୍କଟ ଲାଗି ରହିଛି। ତାଳଦଣ୍ଡା କେନାଲରେ ପାଣି ଯୋଗାଣ ବନ୍ଦ ଯୋଗୁ ଏପରି ହୋଇଛି। ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri