ଗଞ୍ଜାମରେ ଦୁର୍ଘଟଣାଜନିତ ମୃତ୍ୟୁ ରାଜ୍ୟରେ ସର୍ବାଧିକ

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ ରହିଛି। ପୂର୍ବ ବର୍ଷ ତୁଳନାରେ ପ୍ରତି ବର୍ଷ ସଡ଼କ ଦୁର୍ଘଟଣା ଓ ତଜ୍ଜନିତ ମୃତ୍ୟୁ ସଂଖ୍ୟା ୧୦ ପ୍ରତିଶତ କମାଇବା ଲାଗି ସୁପ୍ରିମକୋର୍ଟ ସଡ଼କ ସୁରକ୍ଷା କମିଟିଙ୍କ ନିର୍ଦ୍ଦେଶ ରହିଛି। ହେଲେ ଗଞ୍ଜାମ ଜିଲାରେ ୨୦୨୧ ତୁଳନାରେ ୨୦୨୨ରେ ୧୪ ପ୍ରତିଶତ ସଡ଼କ ଦୁର୍ଘଟଣା ବୃଦ୍ଧି ପାଇଥିବା ଜଣାପଡ଼ିଛି। ସେହିପରି ପୂର୍ବ ବର୍ଷ ତୁଳନାରେ ୨୦୨୨ ରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ସଂଖ୍ୟା ୧୦ ପ୍ରତିଶତ ବୃଦ୍ଧି ପାଇଛି। ସଡ଼କ ଦୁର୍ଘଟଣା ସହ ତଜ୍ଜନିତ ମୃତ୍ୟୁ ସଂଖ୍ୟା କମାଇବା ଲାଗି ତୁରନ୍ତ ଗଞ୍ଜାମ ଜିଲା ସଡକ ସୁରକ୍ଷା କମିଟି ପକ୍ଷରୁ ଆକ୍ସନ ପ୍ଲାନ୍‌ ପ୍ରସ୍ତୁତ କରିବାକୁ ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଗଞ୍ଜାମ ଜିଲାପାଳ, ଗଞ୍ଜାମ ଓ ବ୍ରହ୍ମପୁର ଏସ୍‌ପି ଏବଂ ଗଞ୍ଜାମ ଓ ଭଞ୍ଜନଗର ଆର୍‌ଟିଓଙ୍କ ନିକଟକୁ ୧୬ ତାରିଖରେ ଚିଠି କରିଥିଲେ। ଏଥିରେ ପ୍ରତି ମଙ୍ଗଳବାର ଜିରୋ ଟଲରାନ୍ସ ଡେ ପାଳନ ସହ ଆସନ୍ତା ଏପ୍ରିଲ ୧ ରୁ ୭ ତାରିଖ ପର୍ଯ୍ୟନ୍ତ ଶୂନ ମୃତ୍ୟୁ ସପ୍ତାହ ପାଳନ ପାଇଁ ବିଭାଗୀୟ ପ୍ରମୁଖ ଶାସନ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri