ପଡ଼ୋଶୀ ବିବାଦରୁ ରକ୍ତପାତ! ଟାଙ୍ଗିଆରେ ହାଣି ଯୁବକଙ୍କୁ ହତ୍ୟା, ୪ ଅଟକ

ଦିଗପହଣ୍ଡି,୨୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ଗାଁ ଢ଼ିମିରା ସାହିରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଦୁଇ ପଡୋଶୀଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଆକ୍ରମଣ ହୋଇଛି । ସାହିର ସୁଦର୍ଶନ ବେହେରା(୩୨) ନାମକ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ନିର୍ମମ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ସୋମବାର ବିଳମ୍ବିତ ରାତି ପ୍ରାୟ ୧୧ ଟାରେ ଏହି ଲୋମଟାଙ୍କୁରା ହତ୍ୟାକାଣ୍ଡ ଘଟିଛି ।

ସୁଦର୍ଶନଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ମଙ୍ଗଳବାର ଭୋରରେ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଖବରପାଇ ପାଟପୁର ଥାନା ପୋଲିସ ଟିମ୍ ଘଟଣାସ୍ଥଳରେ ପହଞ୍ଚି ପ୍ରାଥମିକ ତଦନ୍ତ ଆରମ୍ଭ କରିଛି । ଘଟଣାରେ ସମ୍ପୃକ୍ତ ବାପା, ୨ ପୁଅଙ୍କ ସମେତ ପୋଡ଼ାମାରି ଗ୍ରାମ ବଜାରସାହିର ଜଣେ ଯୁବକଙ୍କୁ ଥାନାକୁ ଉଠାଇ ନେଇ ସେମାନଙ୍କୁ ଅଟକ ରଖିବା ସହ ତଦନ୍ତ ଚଳାଇଛନ୍ତି ।

ପୋଲିସ ଉପସ୍ଥିତି ରେ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ତଦନ୍ତ କରି ରକ୍ତଭିଜା ମାଟି ସଂଗ୍ରହ କରି ଫେରିଥିବା ଜଣାପଡ଼ିଛି । ବହୁବର୍ଷ ହେଲା ପୋଡ଼ାମାରି ଗ୍ରାମ ଢ଼ିମିରା ସାହିର ସ୍ବର୍ଗତ ବିଜୟ ବେହେରାଙ୍କ ସ୍ତ୍ରୀ ସଞ୍ଜୁ ବେହେରା ଏବଂ ତାଙ୍କ ପଡୋଶୀ ଆର୍. ହରି ପାତ୍ରଙ୍କ ପରିବାର ମଧ୍ୟରେ ଗଣ୍ଡଗୋଳ ଲାଗି ରହିଥିଲା। ସୋମବାର ରାତି ପ୍ରାୟ ୧୧ ଟାରେ ଉଭୟ ପରିବାର ଲୋକଙ୍କ ମଧ୍ୟରେ ସାମାନ୍ୟ ବଚସାରୁ ହିଂସାକାଣ୍ଡ ଘଟିଥିଲା। ପଡୋଶୀ ହରି ଏବଂ ତାଙ୍କ ପରିବାର ଲୋକେ ସଞ୍ଜୁଙ୍କୁ ଆପତ୍ତିଜନକ ଭାଷାରେ ଗାଳି କରି ମାଡ଼ ମାରିଥିଲେ। ଖବରପାଇ ସାହିରେ ରହୁଥିବା ସଞ୍ଜୁଙ୍କ ଭାଇ ସୁଦର୍ଶନ ସେଠାରେ ପହଞ୍ଚି ହରି ଏବଂ ତାଙ୍କ ୨ ପୁଅଙ୍କୁ ଘଟଣା ପଚାରିବାରୁ ସେମାନେ ଉତ୍ତେଜିତ ହୋଇ ତାଙ୍କୁ ଗାଳି କରିଥିଲେ। ହରିଙ୍କ ସାନ ପୁଅ ଗ୍ରାମର ବଜାର ସାହିରେ ରହୁଥିବା ତାଙ୍କ ସାଙ୍ଗକୁ ଫୋନ କରି ଘରକୁ ଡ଼କାଇଥିଲେ।

ସେ ପହଞ୍ଚିବା ପରେ ସମସ୍ତେ ସଂଘବଦ୍ଧ ଭାବେ ସୁଦର୍ଶନଙ୍କୁ ଚାରିପଟୁ ଘେରିଯାଇ ଠେଙ୍ଗା ଓ ଟାଙ୍ଗିଆରେ ଆକ୍ରମଣ କରିଥିଲେ। ଟାଙ୍ଗିଆ ଚୋଟରେ ସୁଦର୍ଶନ ଗୁରୁତର ହୋଇ ତଳେ ପଡିଯିବାରୁ ସେମାନେ ସେଠାରୁ ପଳାଇଥିଲେ । ସୁଦର୍ଶନଙ୍କୁ ରକ୍ତାକ୍ତ ଅବସ୍ଥାରେ ସମ୍ପର୍କୀୟ ଲୋକେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ନେଇଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?