ରକ୍ଷଣାବେକ୍ଷଣ ଅଭାବରୁ ସୌନ୍ଦର୍ଯ୍ୟ ହରାଉଛି ଗଞ୍ଜାମ, ଭାଙ୍ଗିରୁଜି ଗଲାଣି ମହାପୁରୁଷଙ୍କ ପ୍ରତିମୂର୍ତ୍ତି

ଗଞ୍ଜାମ,୯ା୩(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସୌନ୍ଦର୍ଯ୍ୟ ବଢ଼ାଇବା ଲାଗ ଦୁଇ ବର୍ଷ ତଳେ ଏନ୍‌ଏସି ପ୍ରଶାସନ ପକ୍ଷରୁ ସହରର ବିଭିନ୍ନ ସ୍ଥାନରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତି ଏବଂ ଅନ୍ୟାନ୍ୟ ଆକର୍ଷଣୀୟ କରାଯାଇଛି। ସେଥିଲାଗି ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଇଛି। କିନ୍ତୁ ରକ୍ଷଣାବେକ୍ଷଣ ଅଭାବରୁ ତାହା ଏବେ ଭାଙ୍ଗି ରୁଜି ଗଲାଣି। ଆଉ କିଛି ସ୍ଥାନରେ ଆବର୍ଜନା ପୂର୍ଣ୍ଣ ଏବଂ ଅବହେଳିତ ଅବସ୍ଥାରେ ଥିବା ଦେଖିବାକୁ ମିଳିଛି। ତ୍ରିବେଣୀ ଛକରେ ଅଶ୍ୱରେ ପ୍ରତୀୟମାନ ସୁଭାଷ ବୋଷଙ୍କ ପ୍ରତିମୂର୍ତ୍ତି, ବୁଦ୍ଧଦେବଙ୍କ ପ୍ରତିମୂର୍ତ୍ତି, ମହାତ୍ମାଗାନ୍ଧୀଙ୍କ ଲବଣ ସତ୍ୟାଗ୍ରହର ପ୍ରତିମୂର୍ତ୍ତି, ବିଭିନ୍ନ ପଶୁପକ୍ଷୀଙ୍କ ପ୍ରତିମୂର୍ତ୍ତି, ସାନ ବଜାର ଶନି ମନ୍ଦିର ପାର୍ଶ୍ୱରେ ଥିବା ଗଣେଶଙ୍କ ପ୍ରତିମୂର୍ତ୍ତିଗୁଡ଼ିକୁ ଦେଖିଲେ ସହରକୁ ଆସୁଥିବା ଲୋକେ ନାକ ଟେକୁଛନ୍ତି। ସେହିପରି ଭାରତୀ ବିଦ୍ୟାପୀଠ ଥରେ ଓ୍ବାଟର ଫଲ୍‌ ମଧ୍ୟ ଅକାମୀ ହୋଇପଡ଼ିଛି। ସନ୍ଧ୍ୟାରେ ଛୋଟ ପିଲାଠାରୁ ଆରମ୍ଭ କରି ବହୁ ଲୋକ ସୁନ୍ଦର ଆକର୍ଷଣୀୟ ଓ୍ବାଟର ଫଲ୍‌ର ମଜା ଉଠାଉଥିଲେ। ଉପରୋକ୍ତ ସବୁ ଜିନିଷ ତତକାଳୀନ କାର୍ଯ୍ୟନିର୍ବାହୀ ଅଧିକାରୀ ଅବିନାଶ ମିଶ୍ରଙ୍କ ସମୟରେ ନିର୍ମାଣ ହୋଇଥିଲା। ଆଉ ଦୁଇ ଦିନ ପରେ ଐତିହାସିକ ଦୋଳ ଯାତ୍ରା। ଐତିହାସିକ ତଥା ପ୍ରସିଦ୍ଧ ଏହି ଦୋଳଯାତ୍ରା ଦେଖିବାକୁ ଓଡ଼ିଶା କୋଣ ଅନୁକୋଣରୁ ଲକ୍ଷାଧିକ ଲୋକଙ୍କ ସାମଗମ ହେବ। ସହରର ଏହି କୀର୍ତ୍ତିମାନ ଜିନିଷଗୁଡ଼ିକ ପ୍ରତି ଏନ୍‌ଏସି ପ୍ରଶାସନ ଦୃଷ୍ଟି ଦେଇ ଏହାର ପୁନରୁଉଦ୍ଧାର କରିବାକୁ ସ୍ଥାନୀୟ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?