ଗଞ୍ଜାମ ଓକିଲ ସଂଘ ନିର୍ବାଚନ: ମନୋଜ ସଭାପତି, ଭେଙ୍କଟ ସମ୍ପାଦକ

ବ୍ରହ୍ମପୁର, ୨୯।୩ : ଗଞ୍ଜାମ ଓକିଲ ସଂଘର ନିର୍ବାଚନ ୨୦୨୫-୨୬ ପାଇଁ ଶନିବାର ଭୋଟ ଗ୍ରହଣ ହୋଇଛି। ସଭାପତି ଭାବେ ବରିଷ୍ଠ ଆଇନଜୀବୀ ମନୋଜ ପଟ୍ଟନାୟକ ବିଜୟୀ ହୋଇଛନ୍ତି। ସେହିପରି ସମ୍ପାଦକ ଭାବେ ଆଇନଜୀବୀ ଟି. ଭେଙ୍କଟ ରାଓ ବିଜୟୀ ହୋଇଥିବା ନିର୍ବାଚନ ଅଧିକାରୀ ମୋହନ ସିଙ୍ଗାରୀ ଘୋଷଣା କରିଛନ୍ତି। ଫଳାଫଳ ଘୋଷଣା ପରେ ବିଜୟୀ ପ୍ରାର୍ଥୀଙ୍କୁ ଆଇନଜୀବୀମାନେ ଅଭିନନ୍ଦନ ଜ୍ଞାପନ କରିଛନ୍ତି।
ସଭାପତି ପଦ ପାଇଁ ଆଇନଜୀବୀ ଶ୍ରୀ ପଟ୍ଟନାୟକ, କପିଳେଶ୍ବର ପଟ୍ଟନାୟକ ଓ ସୀତାଂଶୁ ଶେଖର ପଣ୍ଡାଙ୍କ ମଧ୍ୟରେ ପ୍ରତିଦ୍ବନ୍ଦ୍ବିତା ହୋଇଥିଲା। ସଭାପତି ଭାବେ ନିର୍ବାଚିତ ହୋଇଥିବା ଆଇନଜୀବୀ ଶ୍ରୀ ପଟ୍ଟନାୟକ ୫୬୯ ଭୋଟ ପାଇଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ଶ୍ରୀ ପଣ୍ଡା ୪୭୮ ଭୋଟ ପାଇଛନ୍ତି। ସେହିପରି ଉପସଭାପତି ପଦ ପାଇଁ ପ୍ରତିଦ୍ବନ୍ଦ୍ବିତା କରିଥିବା ଆଇନଜୀବୀ ତ୍ରିମୁଲ କୁମାର ରେଡ୍ଡି ୭୧୭ ଭୋଟ ପାଇ ବିଜୟୀ ହୋଇଛନ୍ତି। ଅନ୍ୟତମ ପ୍ରତିଦ୍ବନ୍ଦୀ ଅନୀଲ କୁମାର ପଣ୍ଡା ୫୧୩ ଭୋଟ ପାଇଥିବା ବେଳେ ସତ୍ୟନାରାୟଣ ବସନ୍ତିଆ ୨୦୦ ଭୋଟ ପାଇଛନ୍ତି। ସମ୍ପାଦକ ଭାବେ ଶ୍ରୀ ରାଓ ୭୫୩ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ତାଙ୍କର ନିକଟତମ ପ୍ରତିଦ୍ବନ୍ଦ୍ବୀ ଜଗନ୍ନାଥ ମିଶ୍ର ୬୦୭ ଭୋଟ ପାଇଛନ୍ତି। ଅନ୍ୟ ଦୁଇଜଣ ପ୍ରତିଦ୍ବନ୍ଦ୍ବୀ ହେଲେ ଆଇନଜୀବୀ ଶ୍ୟାମ ସୁନ୍ଦର ସାହୁ ଓ ୱାଇ. ଶ୍ରୀରାମୁଲୁ ପାତ୍ର। ସେହିପରି ଯୁଗ୍ମସମ୍ପାଦକ ପଦ ପାଇଁ ଆଇନଜୀବୀ ଅସିତ ସାବତ ଓ ରଂଜନ କୁମାର ସାମନ୍ତରାୟଙ୍କ ମଧ୍ୟରେ ଲଢେଇ ହୋଇଥିଲା। ଯୁଗ୍ମସମ୍ପାଦକ ଭାବେ ଶ୍ରୀ ସାବତ ୮୦୨ ଭୋଟ ପାଇ ବିଜୟୀ ହୋଇଥିବା ବେଳେ ଶ୍ରୀ ସାମନ୍ତରାୟ ୬୩୩ ଭୋଟ ପାଇଛନ୍ତି। ଶନିବାର ସକାଳ ୯ଟା ବେଳେ ନିର୍ବାଚନ ଅଧିକାରୀ ଶ୍ରୀ ସିଙ୍ଗାରୀଙ୍କ ତତ୍ତ୍ବାବଧାନରେ ଭୋଟ ଗ୍ରହଣ ଆରମ୍ଭ ହୋଇଥିଲା। ଭୋଟ ଗ୍ରହଣ ସରିବା ପରେ ଅପରାହ୍ଣ ୪ଟାରେ ଗଣତି ଆରମ୍ଭ ହୋଇଥିଲା। ମୋଟ ୧୪୪୩ ଆଇନଜୀବୀ ଭୋଟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri