ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି। ଗତ ୮ ଦିନ ଧରି ତାଙ୍କର କୌଣସି ପତ୍ତା ମିଳୁ ନଥିବା ବେଳେ, ତାଙ୍କ ସ୍ୱାମୀଙ୍କୁ ଅପହରଣ କରାଯାଇଥିବା ନେଇ ପତ୍ନୀ ପ୍ରଭାସିନୀ ସ୍ବାଇଁ ସଙ୍ଗୀନ ଅଭିଯୋଗ ଆଣିଛନ୍ତି। ଏହି ଘଟଣା ଏବେ ସ୍ଥାନୀୟ ଅଞ୍ଚଳରେ ଏକ ଚର୍ଚ୍ଚାର ପ୍ରସଙ୍ଗ ପାଲଟିଛି।

ନିଖୋଜ ବାପୁଜୀ ଛତ୍ରପୁର ଅଞ୍ଚଳର ଜଣେ ଟ୍ରକ୍ ମାଲିକଙ୍କ ପାଖରେ ଡ୍ରାଇଭର ଭାବେ କାମ କରୁଥିଲେ। ପତ୍ନୀଙ୍କ କହିବା ଅନୁଯାୟୀ, ଗତ ଜୁନ୍ ୨୫ ତାରିଖରେ ସେ ଛତ୍ରପୁରରୁ ଟ୍ରକ୍ ନେଇ ଆନ୍ଧ୍ରପ୍ରଦେଶ ଅଭିମୁଖେ ବାହାରିଥିଲେ। ସେହିଦିନ ରାତି ପ୍ରାୟ ୮ଟାରେ ବାପୁଜୀ ଶେଷ ଥର ପାଇଁ ତାଙ୍କ ସ୍ତ୍ରୀଙ୍କ ସହ ମୋବାଇଲ୍‌ରେ କଥା ହୋଇଥିଲେ। ମାତ୍ର ପରଦିନ ଭୋର ପ୍ରାୟ ୬ଟାରେ ପ୍ରଭାସିନୀ ଫୋନ୍ କରିବାରୁ ବାପୁଜୀଙ୍କ ମୋବାଇଲ୍ ସୁଇଚ୍ ଅଫ୍ ଦେଖାଇଥିଲା। ପରବର୍ତ୍ତୀ ସମୟରେ ଉକ୍ତ ଟ୍ରକ୍‌ଟି ଗୋଳନ୍ଥରା ଥାନା ନିକଟସ୍ଥ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ଛିଡ଼ା ହୋଇଥିବା ଦେଖିବାକୁ ମିଳିଥିଲା। ଆଶ୍ଚର୍ଯ୍ୟର କଥା, ଟ୍ରକ୍‌ରେ ଚାବି ଲାଗି ରହିଥିବା ବେଳେ ସେଠାରେ ବାପୁଜୀଙ୍କ ଚପଲ ପଡ଼ି ରହିଥିଲା।

ଖବରପାଇ ଏଭଳି ଅବସ୍ଥା ଦେଖି ପ୍ରଭାସିନୀ ପ୍ରଥମେ ଗୋଳନ୍ଥରା ଥାନାରେ ଏତଲା ଦେବାକୁ ଯାଇଥିଲେ। ହେଲେ ସେଠାକାର ପୋଲିସ ମାମଲା ଗ୍ରହଣ ନକରି ତାଙ୍କୁ ଛତ୍ରପୁର ଥାନାକୁ ପଠାଇ ଦେଇଥିଲା। ଛତ୍ରପୁର ଥାନାକୁ ଯିବାରୁ ସେଠାକାର ପୋଲିସ ଅଧିକାରୀ ସବୁ ଶୁଣିବା ପରେ ତାଙ୍କୁ ଦିଗପହଣ୍ଡି ଥାନାକୁ ଯିବାକୁ ପରାମର୍ଶ ଦେଇଥିଲେ। ଶେଷରେ ସେ ଦିଗପହଣ୍ଡି ଥାନାରେ ପହଞ୍ଚିବାରୁ, “ସ୍ୱାମୀ ଛତ୍ରପୁରରୁ ଗାଡ଼ି ନେଇ ଯାଉଥିଲେ, ତେଣୁ ଛତ୍ରପୁର ପୋଲିସ ହିଁ ତଦନ୍ତ କରିବ” କହି ସେଠାରୁ ମଧ୍ୟ ତାଙ୍କୁ ଫେରାଇ ଦିଆଯାଇଥିଲା। ପୋଲିସର ଏଭଳି  ବିବାଦ ଯୋଗୁ ଜଣେ ମହିଳା ଭୋକ ଉପାସରେ ୩ଟି ଥାନାକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇ ସାରିଲେଣି।

ବାପୁଜୀଙ୍କର ଗୋଟିଏ ପୁଅ ଓ ଦୁଇଟି ଝିଅ ଥିବା ବେଳେ ପରିବାରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ନିଖୋଜ ହେବା ପରେ ପରିବାର ଭାଙ୍ଗି ପଡ଼ିଛି। ଏହାକୁ ନେଇ ପ୍ରଭାସିନୀ  ସଂଘାତିକ ଅଭିଯୋଗ ଆଣିଛନ୍ତି। ତାଙ୍କ କହିବା ଅନୁସାରେ, ସମ୍ପୃକ୍ତ ଟ୍ରକ୍ ମାଲିକ ଏବଂ ତାଙ୍କର ଜଣେ ପୁରୁଣା ଡ୍ରାଇଭର ବାବୁଲା ମିଶି ବାପୁଜୀଙ୍କୁ ଅପହରଣ କରି କେଉଁଠି ଲୁଚାଇ ରଖିଛନ୍ତି। ଏ ସଂକ୍ରାନ୍ତରେ ସେ ପୁନର୍ବାର ଛତ୍ରପୁର ଥାନାରେ ଏତଲା ଦେଇଥିବା ପ୍ରକାଶ କରିଛନ୍ତି। ତେବେ ଘଟଣାକୁ ୮ ଦିନ ବିତିଯାଇଥିଲେ ସୁଦ୍ଧା ବାପୁଜୀଙ୍କ କୌଣସି ସନ୍ଧାନ ନ ମିଳିବା ପୋଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?