ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ: ମିଳିଲା ୨ କୋଟି ଟଙ୍କାର ଚେକ୍, ମୁଖ୍ୟମନ୍ତ୍ରୀଙ୍କଠାରୁ ପୁରସ୍କାର ଗ୍ରହଣ କଲେ…

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ୨୦୨୫-୨୬ ଆର୍ଥିକ ବର୍ଷରେ ରାଜସ୍ୱ ଆଦାୟ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ତଥା ଉଲ୍ଲେଖନୀୟ ସଫଳତା ପାଇଁ ଗଞ୍ଜାମ ଏନ୍‌ଏସି ପୁରସ୍କୃତ ହୋଇଛି। ସ୍ୱାୟତ୍ତ ଶାସନ ଦିବସ ଅବସରରେ କୃଷି ଓ ପ୍ରଯୁକ୍ତି ବିଦ୍ୟା ବିଶ୍ୱବିଦ୍ୟାଳୟର କୃଷି ଶିକ୍ଷା ସଦନ ସଭାଗୃହରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କଠାରୁ ଟ୍ରଫି ସହ ୨ କୋଟି ଟଙ୍କାର ଚେକ୍‌ ଗ୍ରହଣ କରିଛନ୍ତି ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅପର୍ଣ୍ଣା ଡାଙ୍ଗୁଆ। ଏନ୍‌ଏସି ଅଧ୍ୟକ୍ଷା ପ୍ରତିଭା ପାଢ଼ୀ ମଧ୍ୟ ଏହି ସମୟରେ ଉପସ୍ଥିତ ଥିଲେ।

ଜିଲାର ୩୨ଟି ଏନ୍‌ଏସି ମଧ୍ୟରୁ ଗଞ୍ଜାମ ଏନ୍‌ଏସି ପ୍ରଥମ ସ୍ଥାନ ଅଧିକାର କରିଛି। ନିଜସ୍ୱ ରାଜସ୍ୱ ସଂଗ୍ରହରେ ଉଲ୍ଲେଖନୀୟ ଅଭିବୃଦ୍ଧି ପାଇଁ ଗଞ୍ଜାମ ଏନ୍‌ଏସିକୁ ଶ୍ରେଷ୍ଠ ପ୍ରଦର୍ଶନକାରୀ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା ପୁରସ୍କାର ପାଇଁ ମନୋନୀତ କରାଯାଇଥିଲା। ଏହି ସଫଳତାକୁ ନେଇ ଅଞ୍ଚଳବାସୀଙ୍କ ମଧ୍ୟରେ ଖୁସି ପ୍ରକାଶ ପାଇଛି।

ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗତ ୨୪ ଅଗଷ୍ଟରେ ଏନେଇ ଚିଠି ଜାରି ହୋଇଥିଲା। ପୁରସ୍କାର ସହ ଗଞ୍ଜାମ ଏନ୍‌ଏସିକୁ ୨ କୋଟି ଟଙ୍କାର ଅର୍ଥରାଶି ମିଳିଥିବାରୁ ଏନ୍‌ଏସିର ଇଓ ଅପର୍ଣ୍ଣା ଡାଙ୍ଗୁଆ ସହରବାସୀଙ୍କ ସହଯୋଗ ଏବଂ ପରିଷଦର ସମସ୍ତ କର୍ମଚାରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ଉଲ୍ଲେଖଯୋଗ୍ୟ, ସ୍ୱଚ୍ଛତା କ୍ଷେତ୍ରରେ ମଧ୍ୟ ଗଞ୍ଜାମ ଏନ୍‌ଏସିର ସଫଳତା ରହିଛି। ପୁରସ୍କୃତ ହେବା ପରେ ଗଞ୍ଜାମ ଏନ୍‌ଏସିର କାର୍ଯ୍ୟନିର୍ବାହୀ ଅଧିକାରୀ ଅପର୍ଣ୍ଣା ଡାଙ୍ଗୁଆ କହିଛନ୍ତି, “ଏହା ଆମ ସମସ୍ତଙ୍କ ମିଳିତ ପ୍ରୟାସର ଫଳ। ଏହି ସଫଳତା ଆମକୁ ଆଗକୁ ଆହୁରି ଭଲ କାମ କରିବାକୁ ପ୍ରେରଣା ଦେବ।”

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁଡ଼ାରି ଏନ୍‌ଏସିରେ ଜାତୀୟ ପତାକାକୁ ଅବମାନନା

ଗୁଡ଼ାରି, ୩୧।୮ (ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି ପରିସରରେ ସୋମବାର ସ୍ୱାୟତ୍ତ ଶାସନ ଦିବସ ପାଳନ ବେଳେ ଏକ ଅଭାବନୀୟ ଘଟଣା ଘଟିଥିବା ଦେଖିବାକୁ ମିଳିଛି।…

ବ୍ୟାପୁଛି ସ୍କ୍ରବ ଟାଇଫସ୍‌: ଦିନକରେ ୨୨ ପଜିଟିଭ ଚିହ୍ନଟ

ପାଳଲହଡ଼ା,୩୧।୮(ଦିବ୍ୟଜ୍ୟୋତି ଦାଶ): ଅନୁଗୋଳ ଜିଲା ପାଳଲହଡ଼ା ସାନବାଗଦରୀ ଗାଁରେ ସ୍କ୍ରବ ଟାଇଫସ୍‌(Scrub Typhus) ବ୍ୟାପିବା ଖବର ପ୍ରସାରଣ ପରେ ସ୍ବାସ୍ଥ୍ୟ ବିଭାଗର ଏକ ଡାକ୍ତରୀ ଟିମ୍‌ ଗାଁରେ…

୬ ମାସର ପାରିଶ୍ରମିକ ଦାବିରେ ଆଶା କର୍ମୀଙ୍କ ଆନ୍ଦୋଳନ

ଖଡ଼ିଆଳ, ୩୧।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ଉପଖଣ୍ଡ ସ୍ୱାସ୍ଥ୍ୟକେନ୍ଦ୍ର ଅଧୀନରେ କାର୍ଯ୍ୟରତ ସମସ୍ତ ଆଶା କର୍ମୀଙ୍କ ୬ ମାସର ଆର୍ଥିକ ସହାୟତା ପ୍ରଦାନ…

ବ୍ରେକଅପ୍‌ ପରେ ଭାଙ୍ଗିପଡ଼ିଥିଲେ ବିଜୟ, ସମ୍ଭାଳିଥିଲେ ରଶ୍ମିକା! ଚମକାଇଲା ଅଭିନେତାଙ୍କ ବଡ଼ ଖୁଲାସା

ମୁମ୍ବାଇ: ତେଲୁଗୁ ସିନେମାର ଲୋକପ୍ରିୟ ଅଭିନେତା ବିଜୟ ଦେବରକୋଣ୍ଡା ନିକଟରେ ଏକ ଇଭେଣ୍ଟରେ ନିଜ ବ୍ୟକ୍ତିଗତ ଜୀବନ ଓ ଅଭିନେତ୍ରୀ ରଶ୍ମିକା ମନ୍ଦାନାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅନେକ…

ସରକାରଙ୍କ ବଡ଼ ନିଷ୍ପତ୍ତି: ଲିଟର ପିଛା ୩ ଟଙ୍କା ବଢ଼ିଲା କ୍ଷୀର ଦାମ୍‌

ନୂଆଦିଲ୍ଲୀ,୩୧।୮: ତାମିଲନାଡୁ ସରକାର ରାଜ୍ୟର ଦୁଗ୍ଧ ଚାଷୀଙ୍କୁ ଆଶ୍ୱସ୍ତି ଦେଇ ଆଭିନ ପାଇଁ କ୍ଷୀର କ୍ରୟ ମୂଲ୍ୟ ପୁଣିଥରେ ବୃଦ୍ଧି କରିବାକୁ ଘୋଷଣା କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀ…

ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଦିବ୍ୟାଙ୍ଗ ନାବାଳିକା ଅପହରଣ: ଯୁବକ ଗିରଫ, ବଳାତ୍କାର ମାମଲାରେ…

ଛତ୍ରପୁର, ୩୧।୮ (ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟ ପରିସରରୁ ଜଣେ ୫ ବର୍ଷୀୟା ଦିବ୍ୟାଙ୍ଗ ନାବାଳିକାଙ୍କୁ ଅପହରଣ ଘଟଣାରେ ଛତ୍ରପୁର ପୋଲିସ ଜଣେ ଯୁବକଙ୍କୁ…

୪୦ ବର୍ଷ ବୟସରେ ମା’ ହେବେ ଏହି ଅଭିନେତ୍ରୀ: ପ୍ରଶଂସକଙ୍କୁ ଦେଲେ ଗୁଡ୍‌ନ୍ୟୁଜ୍‌

ଟିଭି ତଥା ଚଳଚ୍ଚିତ୍ର ଅଭିନେତ୍ରୀ କାଶ୍ମୀରା ଇରାନୀ ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ୪୦ ବର୍ଷ ବୟସରେ ପ୍ରଶଂସକଙ୍କ ଏହି ଖୁସି ଖବର ଶେୟାର କରିଛନ୍ତି କାଶ୍ମୀରା।…

କଟକ ରେଳଷ୍ଟେଶନ ଅଞ୍ଚଳରୁ ନାବାଳିକାଙ୍କୁ ଅପହରଣ କରିନେଇଥିଲେ ବୃଦ୍ଧ, ଏଇଠୁ ମିଳିଲା ପତ୍ତା

କଟକ,୩୧।୮(ପ୍ରଭୁକଲ୍ୟାଣ ପାଲ୍): ଉଦ୍ଧାର ହେଲେ ୭ ବର୍ଷୀୟା ନାବାଳିକା । ଗତ ଦୁଇ ଦିନ ପୂର୍ବରୁ କଟକ ଶିଖରପୁର ନିକଟସ୍ଥ ରେଳ ଷ୍ଟେଶନ ନିକଟରୁ ଅପହରଣ ହୋଇଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri