ବୁଲା ଗୋରୁଙ୍କ କବ୍‌ଜାରେ ଗଞ୍ଜାମ ଏନ୍‌ଏସି ମୁଖ୍ୟ ରାସ୍ତା

ଗଞ୍ଜାମ,୧୭।୮(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ବୁଲା ଗୋରୁଙ୍କ ପାଦୁର୍ଭାବ ଦିନକୁ ଦିନ ବଢ଼ିବାରେ ଲାଗିଛି। ବର୍ତ୍ତମାନ ଗୋରୁଙ୍କ କବଜାରେ ସହରର ମୁଖ୍ୟ ରାସ୍ତା। ଏମାନଙ୍କୁ ହଟାଇବା ପାଇଁ ବିଭିନ୍ନ ସଂଗଠନ ପକ୍ଷରୁ ବାରମ୍ବାର ଏନ୍‌ଏସି ପ୍ରଶାସନକୁ ଅଭିଯୋଗ କରିଆସୁଥିଲେ ମଧ୍ୟ କୌଣସି ପଦକ୍ଷେପ ଗ୍ରହଣ କରାଯାଉନାହିଁ। ସା ହେଲେ ବୁଲା ଗୋରୁମାନେ ସାନବଜାରଠାରୁ ବଡ଼ବଜାର ଓ ତ୍ରିବେଣୀ ମଠ ପର୍ଯ୍ୟନ୍ତ ମାଳ ମାଳ ହୋଇ ବୁଲୁଥିବାରୁ ଯାତାୟାତରେ ନାହିଁ ନ ଥିବା ସମସ୍ୟା ସୃଷ୍ଟି ହେଉଛି। ଏନେଇ ବିଭିନ୍ନ ସମୟରେ ଛୋଟ ବଡ଼ ଦୁର୍ଘଟଣା ମଧ୍ୟ ଘଟୁଛି। ତଥାପି ପ୍ରଶାସନର ଚେତା ପଶୁନି । କିଛି ଦିନ ତଳେ ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଦାୟିତ୍ୱରେ ଥିବା ତହସିଲଦାର ଅରୁଣ କୁମାର ନାୟକ ସୁଇପେରଙ୍କ ଦ୍ୱାରା ସହର ମଧ୍ୟରୁ ବୁଲା ଗାଈଗୋରୁଙ୍କୁ ହଟାଯାଇ ଷ୍ଟାଡିୟମରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ତା ପର ଦିନ ଗାଈ ମାଲିକମାନଙ୍କ ପ୍ରତି କାର୍ଯ୍ୟାନୁଷ୍ଠାନ ନ ନିଆଯିବାରୁ ପୂର୍ବଭଳି ଏବେ ସହରରେ ଶହ ଶହ ଗାଈଗୋରୁ ଅବାଧରେ ବୁଲୁଥିବା ଦେଖିବାକୁ ମିଳିଛି । ଯାହା ଫଳରେ ସ୍ଥାନୀୟ ଅଞ୍ଚଳବାସି ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ବର୍ତ୍ତମାନ ଚାଷ ସମୟ ହୋଇଥିବା ବେଳେ ଉକ୍ତ ଗୋରୁ ଚାଷ ଜମିରେ ପଶି ଧାନ ନଷ୍ଟ କରୁଥିବା ପୁଇଁତୋଳା ଚାଷୀମାନେ ଅଭିଯୋଗ କରିଛନ୍ତି। ତେଣୁ ପ୍ରଶାସନ ଏ ଦିଗରେ ଦୃଷ୍ଟି ଦେଇ ଗାଈ ମାଲିକଙ୍କୁ ଚି଼ହ୍ନଟ କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହୋଇଛି । ଏ ସମ୍ପର୍କରେ ତହସିଲଦାର ଅରୁଣ କୁମାର ନାୟକ କହିଛନ୍ତି ସାହି ସାହିରୁ ଅଳିଆ ଆବର୍ଜନା ଆଣୁଥିବା ଏନ୍‌ଏସି ଅଳିଆଆବର୍ଜନା ଗାଡିରେ ଗାଈମାନଙ୍କୁ ବାନ୍ଧିବା ପାଇଁ ପ୍ରଚାର କରାଯାଉଛି। ତଥାପି ଲୋକେ ସଚେତନ ନୁହଁନ୍ତି। ତେଣୁ ଖୁବ୍‌ଶୀଘ୍ର ପରବର୍ତ୍ତୀ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ପରାଜୟ ପାଇଁ ମୁଁ ଦାୟୀ…’, କାହିଁକି ଏମିତି କହିଲେ ଋତୁରାଜ? ଯଦି ମୁଁ ରନ୍‌ କରିଥାଆନ୍ତି…

ନୂଆଦିଲ୍ଲୀ,୬।୪: ଚେନ୍ନାଇ ସୁପର କିଙ୍ଗ୍ସର ଲଗାତାର ତୃତୀୟ ପରାଜୟରେ ଋତୁରାଜ ଗାୟକୱାଡ ନିରାଶ ହୋଇଛନ୍ତି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସେମାନଙ୍କ ଉପରେ ଏହି ତୃତୀୟ କ୍ରମାଗତ ପରାଜୟ…

ଏଇ ଭାରତରେ

ଜଳ ସଙ୍କଟ ଦୂର କରିବା ପାଇଁ ମଧ୍ୟପ୍ରଦେଶ ଉଜ୍ଜୟିନୀ ମ୍ୟୁନିସିପାଲ କର୍ପୋରେଶନ କମିଶନର ଅନଶୁଲ ଗୁପ୍ତାଙ୍କ ପ୍ରୟାସ ପ୍ରଶଂସନୀୟ। ସେ ୧୨୫ ସ୍ବେଚ୍ଛାସେବୀଙ୍କ ସହାୟତାରେ ଉଜ୍ଜୟିନୀର ୟାମ୍‌…

ଟ୍ରମ୍ପଙ୍କ ଧମକ ପରେ ହର୍ମୁଜ ଖୋଲିବାକୁ ନେଇ ସର୍ତ୍ତ ରଖିଲା ଇରାନ, ବଢିବ ଭାରତର ଟେନସନ!

ତେହରାନ/ନୂଆଦିଲ୍ଲୀ,୬।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ହର୍ମୁଜ ପ୍ରଣାଳୀ ଖୋଲିବା ପାଇଁ ଏକ ସମୟସୀମା ଜାରି କରିଛନ୍ତି। ସେ କହିଛନ୍ତି ଯେ ଇରାନ ମଙ୍ଗଳବାର ସା…

ନୀରବତା ଏକ ମୃଗତୃଷ୍ଣା

ଜଡ! ତୁମେ ନିଷ୍କ୍ରିୟ ହୋଇ ପଡ଼ିରହିଛ। ତୁମକୁ ମଣିଷ ହୋଇ ବଞ୍ଚି ରହିବାର କୌଣସି ଅଧିକାର ନାହିଁ। ଅତିଶୟ ଅନ୍ୟାୟର ବଳୟରେ ସୁପ୍ତପ୍ରାୟ ତୁମ ଜୀବନ ଧିକ୍‌…

ବିଲ୍‌ ଆଦାୟରେ ଆଗୁଆ, ସେବାରେ ପଛୁଆ, ରାତିରେ ବିଦ୍ୟୁତ୍‌ ଗଲେ ମରାମତି ହେଉନି

ଭବାନୀପାଟଣା,୬ା୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଟାଉନରେ ରାତିରେ ବିଦ୍ୟୁତ୍‌ ଗଲେ ମରାମତି କରା ଯାଉ ନ ଥିବାରୁ ଉପଭୋକ୍ତାଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।…

ଝିଅଙ୍କୁ ଠାବ କରିବାରେ ପୋଲିସ ସହାୟତା କରିଥିବା ମାନିଲେ ବାପା

ବିଜୟଓ୍ବାଡ଼ା,୬ା୪: ଆନ୍ଧ୍ରପ୍ରଦେଶର ମାଚେର୍ଲାରେ ଜଣେ ୨୩ ବର୍ଷୀୟା ଯୁବତୀ ବାପାଙ୍କ ଇଚ୍ଛା ବିରୋଧରେ ବିବାହ କରିବାରୁ ତାଙ୍କୁ ମାରିଦିଆଯାଇଛି। ଟଙ୍କା ନେଇ ଝିଅଙ୍କୁ ଖୋଜି ବାହାର କରିବାରେ…

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଯୁଦ୍ଧ ପ୍ରଭାବ: ଆମେରିକାରେ ଗ୍ୟାସ୍‌, ପରିବହନ ମହଙ୍ଗା

ଓ୍ବାଶିଂଟନ,୬ା୪(ପି.ଟି.): ଇରାନ ବିରୋଧରେ ଯୁଦ୍ଧ ଆମେରିକୀୟମାନଙ୍କ ଉପରେ ପ୍ରଭାବ ପକାଇବା ଆରମ୍ଭ କରିଛି। ଆମାଜନ ଏହାର ଇ-କମର୍ସ ଡେଲିଭରି ପାଇଁ ଇନ୍ଧନ ଶୁଳ୍କ ଘୋଷଣା କରିଥିବାବେଳେ କେତେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri