୧୭ରେ ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘ ନିର୍ବାଚନ: ନାମାଙ୍କନ କଲେ ୩୬ ପ୍ରାର୍ଥୀ…

ଛତ୍ରପୁର,୧୦ା୧୦ (ଦିଲୀପ ସାମଲ)-ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଲ ସଂଘର କର୍ମକର୍ତ୍ତା ନିର୍ବାଚନ ଫେବୃଆରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ସଂଘର ବିଭିନ୍ନ ପଦ ପଦବୀ ପାଇଁ ୩୬ ଜଣ ପ୍ରାର୍ଥୀ ନିଜ ନାମାଙ୍କନପତ୍ର ନିର୍ବାଚନ ଅଧିକାରୀଙ୍କ ନିକଟରେ ଦଖଲ କରିଥିବା ଜଣାପଡିଛି। ସଂଘ ସଭାପତି ପଦବୀ ଲାଗି ଗୋରାଚାନ୍ଦ ତ୍ରିପାଠୀ, ଅଭିମନ୍ୟୁ ଜାଲି ଓ ବିପଦ ପରିଚ୍ଛା ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ସେହିପରି ଉପସଭାପତି ପଦବୀ ନିମନ୍ତେ ଜି. ଗଣେଷ ରାଓ ଓ ଡି. ରମେଶ ରେଡ୍ଡୀ, ସମ୍ପାଦକ ପଦବୀରେ ସୁବାଷ ଚନ୍ଦ୍ର ସେଠୀ ଓ ଅନ୍ତର୍ଯ୍ୟାମୀ ପାଢ଼ୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି l କୋଷାଧ୍ୟକ୍ଷ ପଦବୀ ପାଇଁ ସନ୍ତୋଷ ପାଣିଗ୍ରାହୀ, ସହ ସମ୍ପାଦକ -୧ ପଦବୀରେ ବି.ହେମନ୍ତ କୁମାର ଏବଂ ସମ୍ପାଦକ -୨ ପଦବୀରେ ସନ୍ତୋଷ ନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଏଥିସହ ୫ଟି କାର୍ଯ୍ୟନିର୍ବାହୀ ସଭ୍ୟ ପଦବୀ ପାଇଁ ୨୬ ଜଣ ପ୍ରାର୍ଥୀ ନିଜ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି ।ନିର୍ବାଚନ ଅଧିକାରୀ ରୂପେ ଅତିରିକ୍ତ ଏସପି ରବିକାନ୍ତ ସୁନା ଏବଂ ଅତିରିକ୍ତ ନିର୍ବାଚନ ଅଧିକାରୀ ରୂପେ ଡ଼ିଏସ୍‌ପି ଗିରିଜା ନନ୍ଦନ ପଟ୍ଟନାୟକ ଦାୟିତ୍ୱରେ ଅଛନ୍ତି । ଫେବୃଆରୀ ୧୧ରେ ପ୍ରାର୍ଥତ୍ପତ୍ର ଯାଞ୍ଚ, ଫେବୃଆରୀ ୧୨ରେ ପ୍ରାଥିପତ୍ର ପ୍ରତ୍ୟାହାର ନିମନ୍ତେ ତାରିଖ ଧାର୍ଯ୍ୟ ରହିଛି। ଫେବୃଆରୀ ୧୭ରେ ନିର୍ବାଚନ ପାଇଁ ସକାଳ ୯ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମତଦାନ ହେବ । ଏଥିପାଇଁ ୨୬ଟି ସ୍ଥାନରେ ମତଦାନ କେନ୍ଦ୍ର ରହିବ ବୋଲି ସ୍ଥିର ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri