କରୋନା କାଳରେ ସୁଧୁରୁନାହାନ୍ତି ଅମାନିଆ: ୪୪ହଜାର ଜରିମାନା ଆଦାୟ କଲା ଗଞ୍ଜାମ ପୋଲିସ

ବ୍ରହ୍ମପୁର ଅଫିସ , ୩।୭- ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ତଦଜନିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ଏବେ ବଢ଼ିବାରେ ଲାଗିଛି । ଫଳରେ ଏବେ ଜିଲାରେ କରୋନାରବିସ୍ପୋରକ ସ୍ଥିତି ଦେଖାଦେଇଛି। ଏହାକୁ ରୋକିବା ପାଇଁ ସରକାର ଲକଡାଉନ କଟକଣାକୁ ଜୋରଦାର କରିଛନ୍ତି । ହେଲେ ଜିଲାରେ ଜାରି ହୋଇଥିବା ଏହି କଟକଣା ସମୟରେ ବ୍ରହ୍ମପୁର ମହାନଗରରେ ଅଯଥାରେ ଘୁରି ବୁଲୁଥିବା ଅମାନିଆଙ୍କୁ ପୋଲିସ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରିଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡାକଡି କରାଯାଇଛି । ଗୁରୁବାର ସକାଳ ୬ ଟାରୁ ଶୁକ୍ରବାର ସକାଳ ୬ଟା ସୁଦ୍ଧା ବ୍ରହ୍ମପୁର ପୋଲିସ ଜିଲା ପକ୍ଷରୁ ସହରର ବିଭିନ୍ନ ଛକ ମାନଙ୍କରେ ଚେକିଂ କରାଯାଇ ମାସ୍କ ପିନ୍ଧି ନ ଥିବା ୨୨୨ ଜଣ ଲୋକଙ୍କଠାରୁ ୪୪ ହଜାର ୪ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି । ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା ୧୩୯ ଜଣ ଅମାନିଆ ଗାଡି ଚାଳକଙ୍କୁ ୬୯ ହଜାର ୫୦୦ ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି । ସେହିପରି ଏହି ମହାମାରୀ ନିୟମ ଉଲ୍ଲଂଘନ କରି ବେଆଇନ ଭାବେ ମଦ ବିକ୍ରି ଅଭିଯୋଗରେ ୪ ଗୋଟି ମାମଲା ରୁଜୁ କରାଯାଇଛି । ୪ ଜଣ ଅଭିଯୁକ୍ତଙ୍କୁ ନୋଟିସ ଦିଆଯାଇଥିବା ବେଳେ ୨୧୭ ଲିଟର ମଦ ଜବତ ହୋଇଛି। ଏନେଇ ବ୍ରହ୍ମପୁର ଏସପି ପିନାକ ମିଶ୍ର ଟୁଇଟ ଜରିଆରେ ଶୁକ୍ରବାର ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ହେଲା ମହାନଗର ନିଗମ: ଚଣ୍ଡିଖୋଲ ସମେତ ଏସବୁ ସହର ହେଲା NAC

ଭୁବନେଶ୍ବର,୩୧ା୧୨: ନୂଆ ବର୍ଷ ପୂର୍ବରୁ ରାଜ୍ୟର ପୌର ପ୍ରଶାସନ କ୍ଷେତ୍ରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି। ପବିତ୍ର ପୁରୀ ସହରକୁ ସରକାର ମହାନଗର ନିଗମର...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

ଅତ୍ୟାଚାର, ଶୋଷଣ ବିରୋଧରେ ସ୍ବର ଉତ୍ତୋଳନ ଲୋଡ଼ା

ଭଞ୍ଜନଗର,୩୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ରାଧାକୃଷ୍ଣ ପାଠାଗାରରେ ଚକରା ବିଷୋୟୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଅବସରରେ ‘ଚକରା ବିଷୋୟୀଙ୍କ ଐତିହାସିକ...

ବାଇକ୍‌କୁ ଧକ୍କାଦେଲା ବାଇକ୍‌, ମହିଳାଙ୍କ ମୁଣ୍ଡରୁ ପ୍ରବଳ ରକ୍ତସ୍ରାବ

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ): ୧୬ ନଂ ଜାତୀୟ ରାଜପଥ ଶନିମନ୍ଦିର ଛକଠାରେ ପୁଣି ଏକ ଦୁର୍ଘଟଣା ଘଟିଛି। ବିପଦସଙ୍କୁଳ ଛକ କୁହାଯାଉଥିବା ଏହି ଛକଠାରେ ବୁଧବାର ଅପରାହ୍ନରେ...

ଆଶ୍ଚର୍ଯ୍ୟ…ଚଳନ୍ତା ଯାତ୍ରୀବାହୀ ବସରୁ ଛିଡିପଡ଼ିଲା ଚକା, ଅଳ୍ପକେ ବର୍ତ୍ତିଲେ ୪୦ରୁ ଉର୍ଦ୍ଧ୍ବ ପର୍ଯ୍ୟଟକ  

ଦିଗପହଣ୍ଡି,୩୧|୧୨(ଅଶେଷ ନାଥ ମିଶ୍ର): ଏକ  ବଡ ଧରଣର ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଗଲା ଯାତ୍ରୀବାହୀ ବସ୍ ।ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟରାଜପଥର  ଗଣିଆନାଳ ଛକ...

ନୂଆ ବର୍ଷରେ ନୂଆ ପଦକ୍ଷେପ

ଯାଜପୁର,୩୧ା୧୨: : କର୍କଟ ପୀଡିତଙ୍କ ପାଇଁ 14 ଇଞ୍ଚ କେଶଦାନ କଲେ ଜୟ ମହାକାଳ ଫାଉଣ୍ଡେସନର ସଦସ୍ୟା ପୂଜାରାଣୀ ବେହେରା । ଇଂରାଜୀ ନୂଆବର୍ଷ ଆରମ୍ଭକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri