ଜମି ବିକ୍ରି କରିବାକୁ ଲାଗିଲା ନିଶା: ମୃତ ବ୍ୟକ୍ତିଙ୍କୁ ଜୀବିତ କରି ରଚୁଥିଲେ ଷଡଯନ୍ତ୍ର, ହେଲେ…

ଗଞ୍ଜାମ,୨୫।୮(ବିଦ୍ୟାଧର ସାହୁ ): ଗଞ୍ଜାମ ପୋଲିସ ଏକ ଗୁରୁତର ଜମି ଜାଲିଆତି ଓ ବିକ୍ରି ମାମଲାର ଫର୍ଦ୍ଦାଫାଶ କରିଛି। ପୋଲିସ ପ୍ରାଥମିକ ତଦନ୍ତରେ ତିନିଜଣଙ୍କୁ ଗିରଫ କରି କୋର୍ଟକୁ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ମନୋଜ କୁମାର ଗୌଡ଼ (୩୦), ଦିଲୀପ ମାଳି (୫୧) ଓ ଦଣ୍ଡପାଣି ବେହେରା (୭୮)। ସେମାନଙ୍କଠାରୁ ନକଲି ଆଧାର କାର୍ଡ ଓ ବ୍ୟାଙ୍କ ପାସ ବୁକ୍‌ ପୋଲିସ ଜବତ କରିଥିବା ଜଣାପଡିଛି। ଅଭିଯୋଗ ଅନୁସାରେ ଗିରଫ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣେ ନକଲି ମାଲିକ ସହ ଦୁଇଜଣ ଦଲାଲ ରହିଛନ୍ତି। ସେମାନେ ମୃତ୍ୟୁ ଲୋକଙ୍କୁ ଜୀବିତ କରାଇ ଜମି ବିକ୍ରି କରିଥିବା ଅଭିଯୋଗରେ ବନ୍ଧା ହୋଇଥିବା ଥାନା ଏସଆଇ ଅନିରୁଦ୍ଧ ସ୍ବାଇଁ ସୂଚନା ଦେଇଛନ୍ତି । ଏତଲାରୁ ମିଳିଥିବା ତଥ୍ୟ ଅନୁଯାୟୀ, ହଳଦିଆ ପଦର ବାସିନ୍ଦା ଦଣ୍ଡପାଣି ବେହେରାଙ୍କ ଗତ ୨୦୦୪ରେ ମୃତ୍ୟୁବରଣ କରିଥିଲେ। ମୃତ ଦଣ୍ଡପାଣିଙ୍କ ନାମରେ ମଲାଡ଼ ପଞ୍ଚାୟତରେ ଦୁଇ ଏକର ୬୪୨ ଡେସିମେଲ ଜମି ରହିଥିଲା। ପରିବାର ପ୍ରାୟ ସଦସ୍ୟମାନେ ବାହାରେ ସ୍ଥାୟୀ ଭାବରେ ଥିବାରୁ, ସେହି ଜମି ବିଷୟରେ ଗୁରୁତ୍ୱ ଦେଉନଥିଲେ। ସେହି ସୁଯୋଗର ଫାଇଦା ଉଠାଇ କିଛି ବ୍ୟକ୍ତିମାନେ ଦଲାଲ ସାଜି ଜାଲିଆତି ଭାବେ ଜମି ବିକ୍ରି କରିଥିବା ମଣ୍ଡି ଆବେଦନ କରିବା ପାଇଁ ସିସ୍ତୁ ରସିଦ ସମୟରେ ଜାଣିବାକୁ ପାଇଥିଲେ ଦଣ୍ଡପାଣିଙ୍କ ପୁଅ ମାନସ। ଏନେଇ ଅଗଷ୍ଟ ୨୦ରେ ମାନସ ବେହେରା ଗଞ୍ଜାମ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଏହା ଅଧାରରେ କେସ ନଂ. ୨୭୦/୨୦୨୫ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା ଗଞ୍ଜାମ ଥାନା ପୋଲିସ। ଥାନା ଆଇଆଇସି ଦାୟିତ୍ୱରେ ଥିବା ଶ୍ରଦ୍ଧାଞ୍ଜଳି ସୁବୁଦ୍ଧିଙ୍କ ନେତୃତ୍ୱରେ ଆରମ୍ଭ ହୋଇଥିଲା ଖୋଳତାଡ଼। ରିପୋର୍ଟ ଅନୁସାରେ ୨୦୨୪ରେ, ଅଭିଯୁକ୍ତମାନେ ନକଲି ଆଧାର କାର୍ଡ ବ୍ୟବହାର କରି ୭୮ ବର୍ଷୀୟ ଦଣ୍ଡପାଣି ବେହେରାଙ୍କ ପରିଚୟ ଦେଇ ସ୍ଥାନୀୟ ବ୍ୟକ୍ତି ଡି ବିକାଶଙ୍କୁ ଜମି ବିକ୍ରି କରିଥିଲେ। ୨୦୨୪ ସେପ୍ଟେମ୍ବର ୧ରେ ଗଞ୍ଜାମ ସବ-ରେଜିଷ୍ଟ୍ରାର ଅଫିସରେ ଏହି ଜମିର ରେଜିଷ୍ଟ୍ରି ହୋଇଥିଲା। ଅଧିକା ଟଙ୍କା ଥିବା ଜମିକୁ କମ ଟଙ୍କାରେ ମିଳୁଥିବାରୁ ଜମି କିଣା ଯାଇଥିଲା। ଉକ୍ତ ଘଟଣାରେ ମୋଟ ୧୫ ଲକ୍ଷ ଟଙ୍କା କାରବାର ହୋଇଥିବା ପୋଲିସ ସ୍ପଷ୍ଟ କରିଛି,ଯାହାର ୧.୫ ଲକ୍ଷ ଟଙ୍କା ଦଣ୍ଡପାଣିଙ୍କୁ ଦିଆଯାଇଥିଲା ଏବଂ ୧୩.୫ ଲକ୍ଷ ଟଙ୍କା ଦୁଇ ଦଲାଲଙ୍କ ମଧ୍ୟରେ ବଣ୍ଟା ହୋଇଥିଲା। ଅଭିଯୁକ୍ତମାନେ ଜାଲିଆତି କରିଥିବା ସ୍ବୀକାର କରିଛନ୍ତି। ଏଥିସହ ପୋଲିସ କହିଛି, ପ୍ରାଥମିକ ତଦନ୍ତ ଚାଲୁ ଥିବାବେଳେ ତଦନ୍ତ ଶେଷ ହେଲାପରେ ଘଟଣାର ପ୍ରକୃତ ସତ୍ୟାସତ୍ୟ ସ୍ପଷ୍ଟ ହେବ। ଏହି ଘଟଣାରେ ଗିରଫ ସଂଖ୍ୟା ବଢିବାର ସମ୍ଭାବନା ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri