ଲଜ୍‌ରେ ଅତର୍କିତ ଚଢ଼ାଉ, କାଗଜପତ୍ର ଯାଞ୍ଚ କରୁଛି ପୋଲିସ

ଗଞ୍ଜାମ,୭।୧୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଥିବା ଲଜ୍‌ ଓ ରେସିଡେନ୍ସିଗୁଡିକରେ ଗଞ୍ଜାମ ପୋଲିସର ଚଢ଼ାଉ ଜାରି ରହିଛି l ପୋଲିସର ଅଚାନକ ଚଢ଼ାଉକୁ ବିଭିନ୍ନ ମହଲରୁ ସ୍ବାଗତ କରାଯାଇଥିଲେ ମଧ୍ୟ ଲଜ୍‌ମାଲିକଙ୍କ ମଧ୍ୟରେ ଛନକା ପଶି ଯାଇଛି।

ଗତକାଲି ପୋଲିସ ତ୍ରିବେଣୀ ମଠ ଛକସ୍ଥିତ ରେସିଡେନ୍ସି ଓ ରାଜପଥ ପାଶ୍ୱର୍ର୍ରେ ଥିବା ଲଜ୍‌ରେ ଅତର୍କିତ ଚଢ଼ାଉ କରି କାଗଜପତ୍ର ଓ ରେଜିଷ୍ଟର ଯାଞ୍ଚ କରିଥିଲା। ଚଢ଼ାଉ ବେଳେ ଲଜ୍‌ ମାଲିକମାନେ ଅନୁପସ୍ଥିତ ଯୋଗୁ ବିଭିନ୍ନ କାଗଜପତ୍ର ଥାନାରେ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ଆଇଆଇସି ସୁମିତ୍ରା ପାତ୍ର l

ସୂଚନାଯୋଗ୍ୟ, ଗତ ମାସ ୧୬ରେ ତ୍ରିବେଣୀ ମଠ ଛକ ସ୍ଥିତ ଏକ ରେସିଡେନ୍ସର ଭଡା ଘରୁ ଜଣେ ବିହାରୀ ଯୁବକଙ୍କ ସନ୍ଦେହ ଜନକ ଭବେ ମୃତଦେହ ଜବତ କରାଯାଇଥିଲା l ମୃତକଙ୍କ ପରିବାର ଲୋକେ ହତ୍ୟା ଅଭିଯୋଗ ଆଣିଥିଲେ l ଉକ୍ତ ଘଟଣାର ପୋଲିସ ଛାନଭିନ୍ନ ଜାରି ରଖିଛି l


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

ନିର୍ମାଣର ୫ମାସ ମଧ୍ୟରେ ରାସ୍ତାରୁ ଉଠି ଗଲାଣି ପିଚୁ, ଭିଜିଲାନ୍ସ ତଦନ୍ତ ପାଇଁ ଦାବି

କୋକସରା,୧୯।୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦୀର୍ଘ ବର୍ଷରୁ ମରାମତି ଅଭାବ କାରଣରୁ କୋକସରା ବ୍ଲକ ବଡ଼କେନ୍ଦୁଗୁଡା ବଜାର ପଡିଆ ଛକ ବିଜୁ ଏକ୍ସପ୍ରେସୱେରୁ ବିଜମରା ଭାୟା ବୋବରିଆ…

ନିୟମ କଡ଼ାକଡ଼ି କଲେ ଉପଜିଲାପାଳ; ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ମନା, ପାଳନ ନକଲେ….

ଗୁଣପୁର,୧୯।୮(ସୁଜାତା ପାଢ଼ୀ)- ସାର୍ବଜନୀନ ସ୍ଥାନରେ ନିଶାଦ୍ରବ୍ୟ ସେବନ ଉପରେ କଟକଣା ଜାରି କରାଯାଇଛି । ରାୟଗଡ଼ା ଜିଲା ଗୁଣପୁର ଉପଖଣ୍ଡର ବିଭିନ୍ନ ସାର୍ବଜନୀନ ସ୍ଥାନ, ସରକାରୀ କାର୍ଯ୍ୟାଳୟ…

କର୍କ ଆଣିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ବଳାତ୍କାର, ୨୦ ବର୍ଷ…

କଟକ,୧୯।୮(ପ୍ରଭୁକଲ୍ୟାଣ ପାଲ୍): ବ୍ୟାଡମିଣ୍ଟନ ଖେଳ ସମୟରେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀଙ୍କୁ ସଜା ଶୁଣାଇଲେ କଟକ ସ୍ୱତନ୍ତ୍ର ପକ୍ସୋ ଅଦାଲତ । ଆସାମୀ ଜନ୍ମେଜୟ ମଲ୍ଲିକ ଓରଫ…

ଗାଁକୁ ରାସ୍ତା ନାହିଁ, ଯାଇପାରିଲାନି ଆମ୍ବୁଲାନ୍ସ, ଭାରରେ ବୁହାହେଲେ ମହିଳା

ପାତ୍ରପୁର,୧୯ା୮(ଉମାଚରଣ ନେପାକ): ପକ୍କା ରାସ୍ତା ନ ଥିବାରୁ ଦୁର୍ଗମ ଅଞ୍ଚଳର ଲୋକଙ୍କ ପାଇଁ ଜରୁରୀକାଳିନ ସ୍ବାସ୍ଥ୍ୟସେବା ସାତସପନ। ଏହାର ଏକ ଦୁଃଖଦ ଚିତ୍ର ପାତ୍ରପୁର ବ୍ଲକ ଆଙ୍କୁଲି…

ତୁମୁଡିବନ୍ଧ BJDରେ ନୂଆ ନେତୃତ୍ୱ: ମଙ୍ଗ ଧରିଲେ କୁନା ଦଣ୍ଡସେନା ଓ ଯୋହନ ବାରିକ

ତୁମୁଡିବନ୍ଧ,୧୯ା୮(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ବିଜୁ ଜନତା ଦଳର ବ୍ଲକ ସ୍ତରୀୟ ଏକ ବୈଠକ ବୁଧବାର ପୂର୍ବାହ୍ନ ୧୦ଘଣ୍ଟା ସମୟରେ ମୁଣ୍ଡିଗଡ଼ ସେବା…

ମା’ ଦଣ୍ଡକାଳୀ ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟିନେଲେ ଦୁର୍ବୃତ୍ତ, ପୂଜକ ଦେଖିବା ପରେ…

ଦିଗପହଣ୍ଡି/ପାଟପୁର,୧୯ା୮(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ପାଟପୁର ଥାନାଠାରୁ ମାତ୍ର ୫ ଶହ ମିଟର ଦୂରରେ ଥିବା ପଳାସପୁର ଗ୍ରାମ ନିକଟ ମା ’ ଦଣ୍ଡକାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri