ହେଉଥିଲା ମୋରମ ଚୋରା ଚାଲାଣ, ୨ଟି ହାଇଓ୍ବାକୁ ଜବତ କରି ୩ଜଣଙ୍କୁ ବାନ୍ଧିଲା ପୋଲିସ

ପୁରୁଷୋତ୍ତମପୁର,୩।୫ (ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଭାଟକୁମରଡା ନିକଟସ୍ଥ ଶାର୍ଗୁଣାପଲ୍ଲୀ ପାହାଡରୁ ଚୋରାରେ ମୋରମ ଚାଲାଣ ହେଉଥିଲା। ଏହି ସମୟରେ ଚଢ଼ାଉ କରି ୨ଟି ହାଇୱା ଟ୍ରକ( ନଂ ଓଡି ୦୪ ଭି ୧୭୩୫ ଏବଂ ଓଡି ୦୭ ଏଟି ୨୬୨୩)କୁ ଜବତ କରିବା ସହ ୩ ଜଣଙ୍କୁ ପୁରୁଷୋତ୍ତମପୁର ପୋଲିସ ଶୁକ୍ରବାର ରାତିରେ ଗିରଫ କରିଛନ୍ତି। ଗିରଫ ବ୍ୟକ୍ତିମାନେ ହେଲେ ଆସିକା ଥାନା ଧୋବାପଲ୍ଲୀ ଗ୍ରାମର ଭାଗିରଥି ବେହେରା (୩୬), କଟକ ଜିଲା ବଡମ୍ବା ଥାନା ଟୁନାପୁରର ଆଶିଶକୁମାର ଚୌଧୁରୀ(୨୮) କବିସୂର୍ଯ୍ୟନଗର ଥାନା ଆଠଗଡପାଟଣାର ରାଜେନ୍ଦ୍ର ପଲେଇ (୫୪)। ଏହାର କେସ ନଂ ୩୪୧/୨୫ ବୋଲି ପୁରୁଷୋତ୍ତମପୁର ଏସ୍‌ଡିପିଓ ଡ. ଦୀପକକୁମାର ମିଶ୍ର ସୂଚନା ଦେଇଛନ୍ତି।

ପ୍ରକାଶ ଥାଉ କି, ଏହିଭଳି ଗାଡ଼ି ଗାଡ଼ି ମୋରମ ରିତିମତ ଭାବରେ ବିନା ଦ୍ବିଧାରେ ବାହାରକୁ ଚାଲାଣ ହେଉଛି। ପୁରୁଷୋତ୍ତମପୁର ଏସ୍‌ଡିପିଓ ଡ.ଦୀପକ କୁମାର ମିଶ୍ର ନିଜେ ରାତିରେ ପାଟ୍ରୋଲିଂ କରୁଥିବା ବେଳେ ଏହି ଗାଡ଼ିମାନ ଉପରେ ସନ୍ଦେହ ପ୍ରକଟ କରି ଗାଡିକୁ ଅଟକାଇ ଯାଞ୍ଚ କରିଥିଲେ। ଏହି ସମୟରେ ୱାଇ ଫର୍ମକୁ ଯାଞ୍ଚ କରିବାବେଳେ ଏହା ନକଲି ବୋଲି ଜଣାପଡିବା ପରେ ଗାଡିକୁ ଜବତ କରି ପୁରୁଷୋତ୍ତମପୁର ଥାନାକୁ ହସ୍ତାନ୍ତର କରିଥିଲେ। ଏଥିନେଇ ଏସ୍‌ଆଇ ସୁଶାନ୍ତ କୁମାର ମିଶ୍ର ଗାଡିକୁ ଥାନାକୁ ଆଣିବା ସହ ଅଭିଯୁକ୍ତ ମାନଙ୍କୁ ଗିରଫ କରି କୋର୍ଟଚାଲାଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri