ଗଞ୍ଜାମ ଥାନାରେ ପ୍ରଥମ ମହିଳା ଥାନାଧିକାରୀ

ଗଞ୍ଜାମ,୧୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ଥାନାରେ ପ୍ରଥମଥର ପାଇଁ ମହିଳା ଥାନା ଅଧିକାରୀ ଭାବେ ସୁମିତ୍ରା ପାତ୍ର ରବିବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଥାନାର ଆଇଆଇସି ସନ୍ତୋଷ କୁମାର ବେହେରାଙ୍କ ଭୁବନେଶ୍ୱର କମିଶନରେଟକୁ ବଦଳି ହେବା ପରେ ସୁମିତ୍ରା ଏଠାରେ ନିଯୁକ୍ତ ହୋଇଛନ୍ତି। ପୂର୍ବରୁ ସେ ଅନୁଗୋଳରେ କାର୍ଯ୍ୟରତ ଥିଲେ। ନୂଆ ଆଇଆଇସି ଥାନାରେ ପହଞ୍ଚିବା ପରେ ପ୍ରଥମେ ଗଞ୍ଜାମ ଥାନା ପୋଲିସ ସ୍ବାଗତ ଜଣାଇଥିଲେ। ଗଞ୍ଜାମ ସାନ ବଜାର ବଣିକ ସଂଘ ସଭାପତି ତଥା ବିଜେଡି ଯୁବ ସଭାପତି ସୁଧୀର କୁମାର ପାଢ଼ୀ, ବିଜେଡି ଛାତ୍ର ସଭାପତି ରାକେଶ ରଞ୍ଜନ ଦାସ, ପୂର୍ବତନ ଏନ୍‌ଏସି ଉପାଧ୍ୟାକ୍ଷ ନୀଳାଞ୍ଚଳ ବାରିକ, ଯୁବ ସ୍ବେଚ୍ଛସେବୀ ଟୋନି ମାଳୀ ପ୍ରମୁଖ ନୂତନ ଆଇଆଇସିଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ଶୁଭେଚ୍ଛା ଜଣାଇଛନ୍ତି। ସହରରେ ଆଇନଶୃଙ୍ଖଳାକୁ ଦୃଷ୍ଟିରେ ରଖି ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରିବା ସହ ବରିଷ୍ଠ ନାଗରିକମାନଙ୍କ ସୁରକ୍ଷା ଦିଗରେ ଚେଷ୍ଟା କରିବେ ବୋଲି ନୂଆ ଆଇଆଇସି ନିଜ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଲା: ପେଶାଦାର ଅପରାଧୀଙ୍କୁ ହତ୍ୟା

ବ୍ରହ୍ମପୁର, ୪/୧୦ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରରେ ପୁଣି ଏକ ମୁଣ୍ଡ ଗଡ଼ିଛି। ଘଟଣାଟି ନିମଖଣ୍ଡି ଗାଁ ମୁଣ୍ଡରେ ଘଟିଛି। ଜଣେ ପେଶାଦାର ଅଭିଯୁକ୍ତଙ୍କ ବେକ କାଟି…

କଣ୍ଟାପଡ଼ା ଯାତ୍ରା ଦେଖିବା ହେଲା ଶେଷ ଯାତ୍ରା: ଦୁର୍ଘଟଣାରେ ଏଲ୍‌ଆଣ୍ଡ୍‌ଟି କର୍ମଚାରୀଙ୍କ ମୃତ୍ୟୁ

ଭଞ୍ଜନଗର, ୪/୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ସୋରଡ଼ାର କଣ୍ଟାପଡ଼ା ଯାତ୍ରା ଦେଖି ଶନିବାର ମଧ୍ୟରାତ୍ରିରେ ଭଞ୍ଜନଗର ନିକଟସ୍ଥ ଡିହପଢ଼ାଳ ଗ୍ରାମସ୍ଥିତ ଘରକୁ ଫେରୁଥିବା ବେଳେ ଦୁର୍ଘଟଣା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଦୁର୍ଘଟଣାରେ ମୃତ ରାମା ରାଓଙ୍କ ପରିବାରକୁ ସହାୟତାର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୩ା୧୦(ଅନାଥ ତରାଇ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ଗୋଖୁରଗୁଦା ଗ୍ରାମର ଡବ୍ଲ୍ୟୁ ରାମା ରାଓଙ୍କର ତିରୁପତିଠାରେ କାର୍ଯ୍ୟରତ ଥିବା ସମୟରେ ଏକ ସଡ଼କ ଦୁର୍ଘଟଣାରେ ଅକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?