ଗଞ୍ଜାମକୁ ୬ ଜାତୀୟ ପଞ୍ଚାୟତ ଆୱାର୍ଡ

ଛତ୍ରପୁର,୩।୪(ଡି.ଏନ.ଏ): ଭାରତ ସରକାରଙ୍କ ପକ୍ଷରୁ ଗଞ୍ଜାମ ଜିଲାକୁ ୬ଟି ଜାତୀୟ ପଞ୍ଚାୟତ ଆୱାର୍ଡ ମିଳିଛି। ଜିଲାର ହିଞ୍ଜିଳକାଟୁ, ଶେରଗଡ଼ ବ୍ଲକ ଓ ବଡଖଣ୍ଡି, ରାମଚନ୍ଦ୍ରପୁର, ଆଡ଼ପଡ଼ା ଏବଂ ବଡବୋରସିଙ୍ଗି ପଞ୍ଚାୟ ଏହି ମର୍ଯ୍ୟଦାସମ୍ପନ୍ନ ଆୱାର୍ଡ ପାଇଛି। ଆଓ୍ବାର୍ଡ ପାଇଥିବା ବ୍ଲକ ଓ ପଞ୍ଚାୟତଗୁଡିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଟୁଇଟ କରି ଶୁଭେଚ୍ଛା ଜଣାଇଛନ୍ତି। ଓଡିଶାରେ ପଞ୍ଚାୟତିରାଜ ସଂସ୍ଥାକୁ କ୍ଷମତାଶୀଳ କରାଯାଇଥିବା ଏହି ସଫଳତା ପ୍ରତିପାଦିତ କରିଛିି ବୋଲି ଦର୍ଶାଇଛନ୍ତି। ଜନସାଧାରଣଙ୍କୁ ଉତ୍ତମ ସେବା ଯୋଗାଇବା ଓ ଭଲ କାର୍ଯ୍ୟ ପାଇଁ ହିଞ୍ଜିଳି, ଶେରଗଡ ବ୍ଲକ ଏବଂ ବଡ଼ଖଣ୍ଡି ଓ ରାମଚନ୍ଦ୍ରପୁର ପଞ୍ଚାୟତକୁ ଭାରତ ସରକାରଙ୍କ ପକ୍ଷରୁ ଦୀନ ଦୟାଲ ଉପାଧ୍ୟାୟ ପଞ୍ଚାୟତ ସଶକ୍ତୀକରଣ ପୁରସ୍କାର ମିଳିଛି। ସେହପରି ନିଜ ଅଞ୍ଚଳରେ ସାମାଜିକ-ଅର୍ଥନୈତିକ ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଆଡ଼ପଡ଼ା ପଞ୍ଚାୟତକୁ ନାନାଜୀ ଦେଶମୁଖ ରାଷ୍ଟ୍ରୀୟ ଗୌରବ ଗ୍ରାମସଭା ପୁରସ୍କାର-୨୦୨୧ ପ୍ରଦାନ କରାଯାଇଛି। ଏଥିସହ ପୋଷ୍ୟ ଶିଶୁ କାର୍ଯ୍ୟ ପାଇଁ ବଡ଼ବୋରସିଂ ପଞ୍ଚାୟତକୁ ଭାରତ ସରକାର ଚାଇଲ୍ଡ ଫ୍ରେଣ୍ଡଲି ଗ୍ରାମପଞ୍ଚାୟତ ଆୱାର୍ଡ ପ୍ରଦାନ କରିଛନ୍ତି। ସଫଳତା ପାଇଁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଓ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ସିଦ୍ଧେ ଦତାତ୍ରେୟ ଭାଉସାହେବ ମଧ୍ୟ ଉକ୍ତ ବ୍ଲକ ଓ ପଞ୍ଚାୟତ ଟିମ୍‌କୁ ପ୍ରଶଂସା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri