‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ ଏସ ପି ଶୁଭେନ୍ଦୁ କୁମାର ପାତ୍ର ଗୁରୁବାର ୧୯୯୮ ମସିହାରେ ସହିଦ୍ ହୋଇଥ‌ିବା ଗଞ୍ଜାମ ଜିଲା ଭଞ୍ଜନଗର ଥାନା ସାନକୋଦଣ୍ଡା ପଞ୍ଚାୟତ ବଡପଥରା ଗ୍ରାମର ସ୍ବର୍ଗତ ତ୍ରିଲୋଚନ ବିଷୋୟୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ଏହି ଅବସରରେ ଦକ୍ଷିଣ ଘୁମୁସର ବନଖଣ୍ଡ ଅଧିକାରୀ ବିପାଶା ପାରୁଲ,ଭଞ୍ଜନଗର ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ରଞ୍ଜନ କୁମାର ଦେ, ଏସଡିପିଓ ଡ.ଦୀପକ କୁମାର ମିଶ୍ର ଓ ଭଞ୍ଜନଗର ଥାନା ଅଧିକାରୀ ଜିବନାନନ୍ଦ ଜେନାଙ୍କ ସମେତ ପ୍ରମୁଖ ଉପସ୍ଥିତ ଥିଲେ। ଏସ ପି ଆଜି ସହିଦ୍ ତ୍ରିଲୋଚନଙ୍କ ବାସଭବନକୁ ଯାଇ ତାଙ୍କ ଫଟୋ ଚିତ୍ରରେ ପୁଷ୍ପଗୁଛ ପ୍ରଦାନ ସହ ପରିବାରବର୍ଗଙ୍କୁ ଭେଟି ବିଭିନ୍ନ ବିଷୟ ଉପରେ ଆଲୋଚନା କରିଥିଲେ। ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ କେବେ ଭୁଲିବ ନାହିଁ। ଆମେ ସଦାସର୍ବଦା ତ୍ରିଲୋଚନଙ୍କ ପରିବାର ସହିତ ଅଛୁ ଓଓ ରହିବୁ। ସହିଦ୍ ଙ୍କ ପରିବାରକୁ ବିଭିନ୍ନ ସରକାରୀ ସହାୟତା ପ୍ରଦାନ ଦିଗରେ ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ଏସପି କହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ‘ୟୁଭିଏ’ର ସୌଜନ୍ୟମୂଳକ ସାକ୍ଷାତ: ଜେଏମ୍ଏଫ୍ସି ବିଚାରପତିଙ୍କ ସହ ସାମାଜିକ-ଆଇନଗତ ସମସ୍ୟା ଉପରେ…

ଥୁଆମୂଳ ରାମପୁର,୨୦।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳରେ ଶିକ୍ଷାର ବିକାଶ, ସ୍କୁଲ ଡ୍ରପଆଉଟ୍ ସମସ୍ୟା, ସାମାଜିକ କୁସଂସ୍କାର ଏବଂ ସାଧାରଣ ଲୋକଙ୍କ ନିଶୁଳ୍କ ଆଇନଗତ…

ଇନଷ୍ଟାଗ୍ରାମରୁ ପ୍ରେମ ସମ୍ପର୍କ ଯୋଡ଼ି ଅପହରଣ କରି ନେଇଥିଲେ, ଭୁବନେଶ୍ୱରରୁ ନାବାଳିକାଙ୍କୁ ଉଦ୍ଧାର, ଅଭିଯୁକ୍ତଙ୍କୁ ଗିରଫ କରି…

ଦିଗପହଣ୍ଡି,୨୦।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରାଯାଇଥିବା ନେଇ କେ.ନୂଆଗାଁ ଥାନାରେ ଅଭିଯୋଗ…

ନିୟମିତ ଆବର୍ଜନା ଉଠା ନଗଲେ ଆନ୍ଦୋଳନ: ଟ୍ରାକ୍ଟରରେ ଯାଇ ସ୍ମାରକପତ୍ର ପ୍ରଦାନ, ୧୦ଦିନ ମଧ୍ୟରେ…

ବରଗଡ଼,୨୦ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ପରିମଳ ବ୍ୟବସ୍ଥା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ସହରର ରାସ୍ତାକଡ଼, ବସଷ୍ଟାଣ୍ଡ ଓ ବଜାର ଅଞ୍ଚଳରେ କୁଢ଼ କୁଢ଼ ଆବର୍ଜନା ଜମା ହୋଇ…

ଅନୁଦାନରୁ ବଞ୍ଚିତ ଅଧ୍ୟାପକମାନଙ୍କ ସମନ୍ୱୟ ସମିତି ବୈଠକ: ସରକାରୀ ପ୍ରତିଶ୍ରୁତିକୁ ନେଇ କ୍ଷୋଭ

ଭୁବନେଶ୍ୱର/ମହାକାଳପଡ଼ା,୨୦ା୮: ରାଜ୍ୟର ଅନୁଦାନରୁ ବଞ୍ଚିତ ଅଧ୍ୟାପକ, ଅଧ୍ୟାପିକା ଓ କର୍ମଚାରୀମାନଙ୍କୁ ନେଇ ଭୁବନେଶ୍ୱର ସ୍ଥିତ ଆର୍ଯ୍ୟ ମନ୍ଦିରଠାରେ ଏକ ଗୁରୁତ୍ୱପୂର୍ଣ୍ଣ ସମନ୍ୱୟ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି।…

ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ବିଧାନସଭା ଗୃହ କମିଟି: ବିକାଶ କାର୍ଯ୍ୟର…

ପୁରୁଷୋତ୍ତମପୁର,୨୦ା୮(ସବିତା ମିଶ୍ର): ଓଡ଼ିଶା ବିଧାନସଭା ଗୃହ କମିଟି (ସବମିସନ୍) ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ଗୁରୁବାର ସନ୍ଧ୍ୟାରେ ମା’ ତାରାତାରିଣୀଙ୍କ ପୀଠ ପରିଦର୍ଶନ କରିଛନ୍ତି। କମିଟି…

ଥୁଆମୂଳ ରାମପୁରରେ ରାସନ ଚାଉଳ ଓଜନରେ ହେରଫେର୍: ଏମ୍‌ଆଇଙ୍କ ତଦନ୍ତ ପରେ ମେସିନ୍ ବନ୍ଦ, ବଳକା ଚାଉଳ ଯାଉଛି କୁଆଡ଼େ?

ଥୁଆମୂଳ ରାମପୁର,୨୦ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ପଞ୍ଚାୟତରେ ପିଡିଏସ (PDS) ରାସନ ଚାଉଳ ଓଜନରେ ବ୍ୟାପକ ହେରଫେର୍ ନେଇ ଗୁରୁବାର ଗୁରୁତର ଅଭିଯୋଗ ସାମ୍ନାକୁ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଜେଲ କର୍ମଚାରୀଙ୍କ ପୋଷାକ ଭତ୍ତା ୨ ଗୁଣା ବୃଦ୍ଧି

ଭୁବନେଶ୍ୱର,୨୦।୮: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଜେଲ କର୍ମଚାରୀ ଏବଂ ଅଧିକାରୀଙ୍କ ବାର୍ଷିକ ପୋଷାକ ଭତ୍ତାକୁ ୨ ଗୁଣା ବୃଦ୍ଧି…

ଘରୋଇ ବସ୍‌ର ଦାଦାଗିରି: ହାଇଦ୍ରାବାଦରୁ ଟିକେଟ୍ କାଟିଥିବା ଯାତ୍ରୀଙ୍କୁ ଅଧା ରାସ୍ତାରେ ଓହ୍ଲାଇଦେଲେ,ଆମପାଣିରେ…

କୋକସରା,୨୦ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଘରୋଇ ବସ୍ କର୍ମଚାରୀଙ୍କ ଦବଙ୍ଗଗିରି। ପୂରା ରାସ୍ତାର ଟିକେଟ୍ କାଟି ଅଧା ବାଟରେ ଯାତ୍ରୀଙ୍କୁ ଓହ୍ଲାଇ ଦେବା ଭଳି ଅଭାବନୀୟ ଦୃଶ୍ୟ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri