ଆମ୍ବୁଲାନ୍ସ ଅଧିକ ଚାର୍ଜ କଲେ ୧୧୨କୁ ଡାଏଲ କରିବାକୁ ଗଞ୍ଜାମ ଏସ୍‌ପିଙ୍କ ଅନୁରୋଧ

ଛତ୍ରପୁର,୧୩।୫(ଡି.ଏନ୍‌.ଏ.): କୋଭିଡ୍‌ ନିୟନ୍ତ୍ରଣ ପାଇଁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ବିଭିନ୍ନ ହସ୍ପିଟାଲକୁ ରୋଗୀଙ୍କୁ ସ୍ଥାନାନ୍ତର ପାଇଁ ଆମ୍ବୁଲାନ୍ସଗୁଡ଼ିକ ଅଧିକ ଚାର୍ଜ ନେଉଥିବା ଅଧିକାଂଶ ସମୟରେ ଅଭିଯୋଗ ହେଉଛି। କୌଣସି ଆମ୍ବୁଲାନ୍ସ ଲକ୍‌ଡାଉନ୍‌ ସମୟରେ ରୋଗୀଙ୍କୁ ହସ୍ପିଟାଲ ସ୍ଥାନାନ୍ତର ପାଇଁ ଅଧିକ ଚାର୍ଜ କରୁଥିଲେ ୧୧୨ନଂ.କୁ ଡାଏଲ କରି ସମ୍ପୃକ୍ତ ବିଷୟରେ ଜଣାଇବାକୁ କୁହାଯାଇଛି। ଏନେଇ ଗଞ୍ଜାମର ଜନସାଧାରଣଙ୍କୁ ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଅନୁରୋଧ କରିଛନ୍ତି। ଏ ସମ୍ପର୍କରେ ସେ ଟୁଇଟ୍‌ କରିବା ସହ ଅନ୍ୟ ସୋସିଆଲ ମିଡିଆରେ ଜନସାଧାରଣଙ୍କୁ ଅବଗତ କରିଛନ୍ତି। ଏହି ଖବର ପାଇଲେ ଗଞ୍ଜାମ ପୋଲିସ ସମ୍ପୃକ୍ତ ଲୋକଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ଏସ୍‌ପି ସୂଚନା ଦେଇଛନ୍ତି। ଗଞ୍ଜାମ ପୋଲିସ ଜିଲା ଅଧୀନ ସମସ୍ତ ଥାନା ପକ୍ଷରୁ ନିଜ ନିଜ ଅଞ୍ଚଳରେ ଲକ୍‌ଡାଉନ୍‌ ଓ କୋଭିଡ ନିୟମକୁ ପାଳନ ପାଇଁ କଡ଼ା ଏନଫୋର୍ସମେଣ୍ଟ୍‌ କରାଯାଉଥିବା ଏସ୍‌ପି ଟୁଇଟ୍‌ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri