ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’ ପାଇଁ ମନୋନୀତ ହୋଇଛନ୍ତି। ୨୦୨୫-୨୬ ବର୍ଷ ପାଇଁ ତାଙ୍କୁ ଏହି ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯିବ।

ଆସନ୍ତା ଏପ୍ରିଲ ୧ ତାରିଖ ଉତ୍କଳ ଦିବସ ତଥା ୯୧ତମ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ଅବସରରେ ଏହି ପୁରସ୍କାର ପ୍ରଦାନ କରାଯିବ। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (DGP) ନିଜେ ଏସପି ପାତ୍ରଙ୍କୁ ଏହି ସମ୍ମାନରେ ସମ୍ମାନିତ କରିବେ। କର୍ତ୍ତବ୍ୟ ପ୍ରତି ନିଷ୍ଠା ଏବଂ ଗଞ୍ଜାମ ଜିଲାରେ ଆଇନ ଶୃଙ୍ଖଳା ରକ୍ଷା କ୍ଷେତ୍ରରେ ତାଙ୍କର ପ୍ରଶଂସନୀୟ ଭୂମିକା ପାଇଁ ଏହି ଚୟନ କରାଯାଇଛି।

ଗଞ୍ଜାମ ପୋଲିସ ପାଇଁ ଏହା ଏକ ଗର୍ବର ବିଷୟ ଯେ, କେବଳ ଏସପି ନୁହଁନ୍ତି ବରଂ ଜିଲାର ଅନ୍ୟ ଜଣେ କର୍ମଚାରୀ ମଧ୍ୟ ଏହି ଦୌଡ଼ରେ ସାମିଲ ଅଛନ୍ତି। ଭଞ୍ଜନଗର ଥାନାରେ କାର୍ଯ୍ୟରତ ଏସଆଇ (SI) ସମୀର କୁମାର ସେଠୀ ମଧ୍ୟ ଡିଜିପି ଡିସ୍କ ଆୱାର୍ଡ ପାଇଁ ମନୋନୀତ ହୋଇଛନ୍ତି। ପୋଲିସ ସେବାରେ ଉତ୍ତମ ପ୍ରଦର୍ଶନ ଏବଂ କାର୍ଯ୍ୟାଳୟ ସମ୍ପାଦନରେ ସ୍ବଚ୍ଛତା ପାଇଁ ତାଙ୍କୁ ଏହି ଆୱାର୍ଡ ଦିଆଯାଉଛି।

ଡିଜିପି ଡିସ୍କ ଆୱାର୍ଡ ହେଉଛି ରାଜ୍ୟ ପୋଲିସ ବାହିନୀରେ ଦିଆଯାଉଥିବା ଅନ୍ୟତମ ଶ୍ରେଷ୍ଠ ସମ୍ମାନ। ଏହା ପୋଲିସ ଅଧିକାରୀମାନଙ୍କୁ ସେମାନଙ୍କର ସାହସିକତା ଏବଂ ନିରନ୍ତର ସେବା ପାଇଁ ଉତ୍ସାହିତ କରିଥାଏ। ଏହି ଖବର ପ୍ରସାରିତ ହେବା ପରେ ଗଞ୍ଜାମ ପୋଲିସ ବିଭାଗରେ ଖୁସିର ଲହରି ଖେଳିଯାଇଛି ଏବଂ ଶୁଭେନ୍ଦୁ ଓ ସମୀରଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ଭତ୍ତା ନେବାକୁ ଆସିଥିଲେ ଲୋକେ, ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ମହୁମାଛି, ଆଉ ତା’ ପରେ…

ଦିଗପହଣ୍ଡି,୧୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଗୁରୁବାର ଅପରାହ୍ନରେ ମହୁମାଛି ଆକ୍ରମଣରେ ୪ ଜଣ ଆହତ…

ଦୁଇ ବସ୍‌ ମୁହାଁମୁହିଁ, ୩୦ରୁ ଊର୍ଦ୍ଧ୍ୱ ଯାତ୍ରୀ…

ମୋହନା,୧୯ା୩(ମନ୍ମଥ ମିଶ୍ର): ଘରୋଇ ଯାତ୍ରୀବାହୀ ବସ୍‌ ସହ ମୁଖ୍ୟମନ୍ତ୍ରୀ ବସ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ…

ଓଡ଼ିଶାର ଏହି ଜିଲାରେ ରହିଛି ହୀରାଖଣି, ସୂଚନା ଦେଇ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯ା୩: ଓଡ଼ିଶାରେ ମିଳିଛି ହୀରାଖଣିର ସନ୍ଧାନ। ତେବେ ରାଜ୍ୟର ନୂଆପଡ଼ା ଜିଲାରେ ଏହି ଖଣିର ସନ୍ଧାନ ମିଳିଛି। ନୂଆପଡ଼ାର କାଲମିଦାଦରଠାରେ ହୀରା ପଥର ଚିହ୍ନଟ କରାଯାଇଥିବା ନେଇ…

ତଣ୍ଟି ଚିପି ସ୍ତ୍ରୀଙ୍କୁ ହତ୍ୟା

ପୋଲସରା,୧୯।୩: ଗଞ୍ଜାମ ଜିଲା ପୋଚାଲୁଣ୍ଡି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପାରିବାରିକ କଳହରୁ ସ୍ତ୍ରୀଙ୍କ ତଣ୍ଟି ଚିପି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri