ଟ୍ରିପଲ ମର୍ଡର ଘଟଣାରେ ୧୩ ଅଟକ: ଘଟଣାସ୍ଥଳ ପରିଦର୍ଶନ କଲେ ଏସ୍‌ପି

ଧରାକୋଟ,୧୯।୩(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଧରାକୋଟ ବ୍ଲକର ବାହାରପୁର ପଞ୍ଚାୟତର ବଡଗଡ ଥାନା ଅନ୍ତର୍ଗତ ଖାରିପଲି ଗାଁରେ ଗତକାଲି ରାତିରେ ଘଟିଥିବା ହଣାକଟାରେ ଖଦାଳ ବେହେରା, ରତ୍ନାକର ବେହେରା ଓ ରମେଶ ବେହେରାଙ୍କ ମୃତ୍ୟୁ ଘଟିଥିଲା। ତିନୋଟି ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ ପଠା ଯାଇଛି। ଆଜି ଗଞ୍ଜାମ ଏସପି ଶୁଭେନ୍ଦୁ ପାତ୍ର,ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ ଦେ,ଆସିକା ଉପଖଣ୍ଡ ପୋଲିସ ଅଧିକାରୀ ସନ୍ତୋଷ ଜେନା,ବଡଗଡ ଥାନା ଅଧିକାରୀ ସନ୍ତୋଷ ବେହେରା, ପାଟପୁର ଥାନା ଅଧିକାରୀ ଦୀପ୍ତି ରଞ୍ଜନ ବେହେରା ଘଟଣା ସ୍ଥଳରେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସାଇଣ୍ଟଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ଗତକାଲିର ଗଣ୍ଡଗୋଳ ଘଟଣାରେ ଉଭୟ ପକ୍ଷ ଦାରା ବ୍ୟବହୃତ ରକ୍ତ ଭିଜା ଖୁଣ୍ଟ, ଶିଳପଥର,ପାଞ୍ଚ ହଳ ଚପଲ, କଟୁରି ଜବତ କରି ପରୀକ୍ଷା ପାଇଁ ପଠାଇଛି । ଗଞ୍ଜାମ ଏସପି ଶୁଭେନ୍ଦୁ ପାତ୍ର ପ୍ରତିକ୍ରିୟାରେ ୧୩ ଜଣ ଅଟକ ଅଛନ୍ତି। ଘଟଣାର ତଦନ୍ତ ଜାରି ରହିଛି। ପୀଡ଼ିତ ପରିବାରକୁ ସୁରକ୍ଷା ଦିଆଯିବା ସହ ଯେଉଁମାନେ ଏଥିରେ ସଂପୃକ୍ତ ରହିଛନ୍ତି ସେମାନଙ୍କୁ ଗିରଫ କରାଯିବ ବୋଲି ପ୍ରକାଶ କରିଛନ୍ତି। ସଂପ୍ରତି ଗାଁରେ ଜନଶୂନ୍ୟ ହୋଇପଡ଼ିଥିବା ବେଳେ ବର୍ତମାନ ଗାଁରେ ଦୁଇ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ଘୋଷଣା, ଅନ୍‌ଲାଇନରେ ହେବନି…

କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍‌ଲାଇନରେ ଗ୍ରହଣ କରାଯିବ।...

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri