ଫୁଲଚାଷ କରି ଗଞ୍ଜାମ ମହିଳା ଆତ୍ମନିର୍ଭର

ଛତ୍ରପୁର,୧୮ା୮(ଡି.ଏନ୍‌.ଏ.):ଗଞ୍ଜାମ ଜିଲାରେ ମହିଳା ସଂଘଗୁଡ଼ିକୁ ଆତ୍ମ ନିର୍ଭରଶୀଳ କରିବା ଲାଗି ଓଡିଶା ଜୀବିକା ମିଶନ ଓ ମିଶନ ଶକ୍ତି ଆନୁକୂଲ୍ୟରେ ବହୁ ପଦକ୍ଷେପ ନିଆଯାଉଛି । ଫୁଲଚାଷଠାରୁ ଆରମ୍ଭ କରି ଛତୁ, ଫଳ, ମାଛଚାଷ, କୁକୁଡା ପାଳନ, ବିଦ୍ୟୁତ ବିଲ୍‌ ଆଦାୟ, ଛତୁଆ ପ୍ରସ୍ତୁତ କରିବା ଆଦି ବିଭିନ୍ନ ରୋଜଗାର ପନ୍ଥା ଆପଣେଇ ମହିଳାମାନେ ସଶକ୍ତ ହେଉଛନ୍ତି। ଛତ୍ରପୁର ବ୍ଲକ ଭିକାରୀପଲ୍ଲୀ ପଞ୍ଚାୟତ ନୂଆପଲ୍ଲୀ ଗ୍ରାମର ଗ୍ରାମଦେବତୀ, ଭୈରବୀ ଓ ବାଳକୁମାରୀ ମହିଳାସଂଘ ଫୁଲଚାଷ କରି ପ୍ରଶଂସା ସାଉଁଟିଛି। ମହିଳା ସଂଘର ଗୋଲାପ, ଅର୍କିଡ୍‌ ଓ ଜାରବେରା ଫୁଲଚାଷକୁ ଭାରତ ସରକାରଙ୍କ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ପ୍ରଶଂସା କରିଛନ୍ତି। ୭୫ତମ ସ୍ବାଧୀନତା ଦିବସ ସମାରୋହ ଅବସରରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶିତ ଆତ୍ମନିର୍ଭର ଗ୍ରାମୀଣ ମହିଳା ସଫଳତା ଓ ପ୍ରେରଣାଭିତ୍ତିକ ଡକ୍ୟୁମେଣ୍ଟରେ ଗଞ୍ଜାମର ମହିଳା କିଭଳି ଫୁଲ ଚାଷ କରି ଆତ୍ମନିରର୍ଭଶୀଳ ହୋଇଛନ୍ତି ତାହା ଦର୍ଶାଯାଇଛି, ଯାହାକି ଅନ୍ୟ ମହିଳାମାନଙ୍କୁ ପ୍ରେରଣା ଦେବ। ସୂଚନାଯୋଗ୍ୟ, ଉପରୋକ୍ତ ୩ ମହିଳା ସଂଘର ୩୨ ସଦସ୍ୟା ଏଥିରେ ସାମିଲ ହୋଇଛନ୍ତି। ଫୁଲଚାଷ ପାଇଁ ମହିଳା ସଂଘ ଫେଡେରେଶନ ପକ୍ଷରୁ ୬.୫ ଲକ୍ଷ ଓ ୩ ଲକ୍ଷ ଟଙ୍କା ବ୍ୟାଙ୍କ ଋଣ ପ୍ରଦାନ କରାଯାଇଥିଲାା ୨୦୧୮ ମସିହାରେ ମହିଳା ସଂଘ ସଭ୍ୟାମାନେ ୧୨୦୦ ବର୍ଗମିଟର ଜମିରେ ଗୋଲାପ, ଅର୍କିଡ ଓ ଜାରବେରା ଫୁଲ ଚାଷ କରିଥିଲେ । ବର୍ଷକୁ ସେମାନେ ୧୨ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱର କାରବାର କରୁଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri