ସ୍ବାଧୀନତା ସଂଗ୍ରାମରେ ଗଞ୍ଜାମର ଅବଦାନ ଅତୁଳନୀୟ: ପୂର୍ତ୍ତ ବିଭାଗ ମନ୍ତ୍ରୀ

ଛତ୍ରପୁର,୧୫।୮(ଡି.ଏନ୍‌.ଏ.): ଗଞ୍ଜାମରେ ଜିଲାସ୍ତରୀୟ ୭୫ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଇସ୍ପାତ, ଖଣି ଏବଂ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପରେ ଅନୁଷ୍ଠିତ ପରେଡ୍‌ରେ ସେ ଅଭିବାଦନ ଗ୍ରହଣ କରି ସ୍ବାଧୀନତା ସଂଗ୍ରାମରେ ଗଞ୍ଜାମର ଅବଦାନ ଅତୁଳନୀୟ ବୋଲି କହିଥିଲେ। ଏହି ଅବସରରେ କରୋନା ଯୋଦ୍ଧାଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ, ଜିଲାପରିଷଦ ଅଧ୍ୟକ୍ଷା ସୋନମ୍‌ ପଲେଇ, ଉପାଧ୍ୟକ୍ଷା ସ୍ନେହଲତା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।