ଚମକିଲେ ଗଞ୍ଜାମ ଝିଅ ମନସ୍ବିନୀ

ଗଞ୍ଜାମ,୧୭ା୫(ଡି.ଏନ.ଏ.):ଗଞ୍ଜାମର ସୁନାଝିଅ ମନସ୍ବିନୀ ମହାରଣା। ଦୁଃସାହସିକ ସାମୁଦ୍ରିକ କ୍ରୀଡ଼ା ଏସୀୟ ଉଇଣ୍ଡ ସର୍ଫିଙ୍ଗ ଚାମ୍ପିୟନଶିପରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ମନସ୍ବିନୀ ଭାରତୀୟ ଆର୍‌ଏସ୍‌-ଏକ୍ସ ଶ୍ରେଣୀରେ ଏକ ନମ୍ବର ସ୍ଥାନ ଅଧିକାର କରି ରାଜ୍ୟ ତଥା ଦେଶ ପାଇଁ ଗୌରବ ଆଣି ଦେଇଛନ୍ତି। ଏହି ସଫଳତା ପରେ ତାଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଗଞ୍ଜାମ ବ୍ଲକ ଅନ୍ତର୍ଗତ ମଲାଡ଼ ପଞ୍ଚାୟତ ପାଣିବନ୍ଧ ଗ୍ରାମର ଭାସ୍କର ମହାରଣା ଓ ପ୍ରମିଳା ମହାରଣାଙ୍କ ଝିଅ ହେଉଛନ୍ତି ମନସ୍ବିନୀ। ମୁମ୍ବାଇରେ ନାଭାଲ ୱାଟରମ୍ୟାନ୍‌ଶିପ ଟ୍ରେନିଂ ସେଣ୍ଟରଠାରେ ଗତ ୮ ତାରିଖରୁ ଚାଲିଥିବା ଚାମ୍ପିୟନଶିପର ଦ୍ୱିତୀୟ ରାଉଣ୍ଡରେ ମନସ୍ବିନୀ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଏହି ମଲ୍ଟି କ୍ଲାସ ଚାମ୍ପିୟନଶିପ୍‌ ପ୍ରତିଯୋଗିତାରେ ୯୮ ଜଣ ଖେଳାଳି ଭାଗ ନେଇଥିବା ବେଳେ ସେଥି ମଧ୍ୟରେ ୨୮ ଜଣ ମହିଳା ଖେଳାଳି ଥିଲେ। ଅନ୍ତର୍ଜାତୀୟ ସମୁଦ୍ର ବୁଡାଳି ସବୀର ବକ୍ସଙ୍କ ତତ୍ତ୍ୱାବଧାନରେ ୨୦୧୩ରୁ ମନସ୍ବିନୀ ଏହି ଦୁଃସାହସିକ ସାମୁଦ୍ରିକ କ୍ରୀଡାରେ ଗୋଟିଏ ପରେ ଗୋଟିଏ ସଫଳତା ଅର୍ଜନ କରି ଗଞ୍ଜାମ ପାଇଁ ଗୌରବ ଆଣିବାରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା: ବନ୍ଧା ହେଲେ ୱେବ ଚ୍ୟାନେଲ ସାମ୍ବାଦିକ

ଖୋର୍ଦ୍ଧା,୩୦।୧୨(ପ୍ରଭାତ ପାଣିଗ୍ରାହୀ): ସାମ୍ବାଦିକ ଆଳରେ ଗଞ୍ଜେଇ ଚୋରାଚାଲାଣ ପଡିଲା ମହଙ୍ଗା। ଖୋର୍ଦ୍ଧା ଅବକାରୀ ବିଭାଗର ଜିଲା ମୋବାଇଲ ୟୁନିଟ ହାତରେ ଧରାପଡ଼ିଲେ ୱେବ ଚ୍ୟାନେଲ ସାମ୍ବାଦିକ...

ତହସିଲଦାରଙ୍କ ଘରୁ ମିଳିଲା ବିଡ଼ାବିଡ଼ା ଟଙ୍କା ସାଙ୍ଗକୁ ପୁଳାପୁଳା ସୁନା: ଭିଜିଲାନ୍ସର ବଡ଼ଧରଣର ରେଡ୍‌

ଭୁବନେଶ୍ୱର,୩୦।୧୨: କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଆୟବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ହାବୁଡରେ ପଡ଼ିଛନ୍ତି। ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡାଙ୍କ ଘରେ ଭିଜିଲାନ୍ସ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ବଣଭୋଜି ନାରେ ପ୍ରଦୂଷଣ କଲେ ହେବ…

ଭୁବନେଶ୍ୱର,୩୦।୧୨: ବର୍ତ୍ତମାନ ସମୟରେ ପର୍ଯ୍ୟଟନ ଋତୁ ଚାଲୁଥିବା ବେଳେ ଅନେକ ସ୍ଥାନରେ ପର୍ଯ୍ୟଟକଙ୍କ ଗହଳି ଦେଖାଯାଉଛି । ବଣଭୋଜି କରି ମଜା ନେଉଛନ୍ତି ଲୋକେ ।...

ଖଣି ପାଇଁ ଜମି ଯିବାରୁ ଜୀବନ ହାରିଲେ ଯୁବକ, ୧୭ ଘଣ୍ଟାରୁ ଅଧିକ ସମୟ ମୃତଦେହକୁ ରଖି ବିକ୍ଷୋଭ କଲେ…

ଝାରସୁଗୁଡା, ୩୦।୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲା ଲଖନପୁର ବ୍ଲକ ଉବୁଡା ଗ୍ରାମର ଜଣେ ୨୫ ବର୍ଷୀୟ ଯୁବକଙ୍କ ସୋମବାର ଆତ୍ମହତ୍ୟା ପରେ ସ୍ଥାନୀୟ ଅଞ୍ଚଳରେ...

ନୂଆବର୍ଷ ପାଇଁ ପୁରୀରେ ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ପୁରୀ,୩୦।୧୨: ନୂଆବର୍ଷ ପାଳନ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିଦିଆଯାଇଛି। ଶ୍ରଦ୍ଧାଳୁଙ୍କ ସୁରକ୍ଷା ଏବଂ ଶୃଙ୍ଖଳିତ ଦର୍ଶନ ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ...

ଭଦ୍ରକରେ କିନ୍ନରଙ୍କୁ ଆକ୍ରମଣ: ଚୁଟି କାଟିବା ସହ ଟଙ୍କା ସୁନା ଲୁଟ ଅଭିଯୋଗ, ଥାନାରେ ଉତ୍ତେଜନା

ଭଦ୍ରକ, ୩୦/୧୨(ସନାତନ ରାଉତ): ଭଦ୍ରକରେ ୨ ଗୋଷ୍ଠୀ କିନ୍ନରଙ୍କ ବିବାଦ ଥମିବାର ନାଁ ଧରୁନି । ଉଭୟ ଗୋଷ୍ଠୀ ମଧ୍ୟରେ ଛକା ପଞ୍ଝା ଲାଗି ରହିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri