ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ ଆରମ୍ଭ ହୋଇଛି ଗଞ୍ଜାମ ପ୍ରସିଦ୍ଧ ଚନ୍ଦନ ଯାତ୍ରା ।ଏଥିପାଇଁ ଚଳ ଚଞ୍ଚଳ ହୋଇ ଉଠିଛି ସାହି ଓ ସହର । ପବିତ୍ର ଅକ୍ଷୟ ତୃତୀୟାରେ ଆରମ୍ଭ ହେଉଥିବା ଏହି ୨୧ ଦିନିଆ ଯାତ୍ରା ପୂର୍ବରୁ ଶ୍ରୀରାମ ନବମୀ ଦିନେ ଶୁଭ ଖୁଣ୍ଟି ପୋତାଯାଇଥିଲା। ପ୍ରଥମ ଦିନରେ ମଦନମୋହନ ଗୋପାଳ ସ୍ବାମୀଙ୍କ ଭବ୍ୟ ପରିକ୍ରମା ସାମନ୍ତରା ସାହିରୁ ଆରମ୍ଭ ହୋଇ ବିଭିନ୍ନ ସାହି ମାର୍ଗ ଦେଇ ନଗର ପରିକ୍ରମା କରିଥିଲେ ମଦନ ମୋହନ । ଠାକୁରଙ୍କ ପାଇଁ ଚନ୍ଦନ ଘୋରା ଯାଇଥିଲା। ପରେ ଠାକୁରଙ୍କୁ ଚାପ ଉପରେ ବିରାଜମାନ କରାଯାଇ ନୌକା ବିହାର କରାଯାଇଛି। ଶଙ୍ଖ, କାହାଳୀ ଓ ବାଙ୍କ ଧ୍ୱନିରେ ପରିବେଶ ଭକ୍ତିମୟ ହୋଇଉଠିଥିଲା। ତିନି ଘେରା ନୌକା ବିହାର ପରେ ଠାକୁରଙ୍କୁ ଚନ୍ଦନ କୁଣ୍ଡରେ ସ୍ନାନ କରାଯାଇଛି ଓ ବେଶ ପରିବର୍ତ୍ତନ ସହ ରତ୍ନ ସିଂହାସନରେ ବିଜେ କରାଯିବ। ପରେ ଆଳତୀ ଓ ରାଜଭୋଗ ନୀତି ସମ୍ପନ୍ନ ହେବ। ରାତ୍ରି ୧୦ଟା ପରେ ଦ୍ୱିତୀୟ ଚାପ ଯାତ୍ରା ମଧ୍ୟ ଅନୁଷ୍ଠିତ ହେବ। ପ୍ରଥମ ୧୪ ଦିନ ପର୍ଯ୍ୟନ୍ତ ଏହି ଚାପ ଯାତ୍ରା ଚାଲିବା ପରେ ଭଉଁରୀ ଯାତ୍ରା ଆରମ୍ଭ ହୋଇ ୨୧ ଦିନ ପର୍ଯ୍ୟନ୍ତ ଚାଲିବ। ଏହି ସମୟରେ ସାତ ଘେରା ନୌକା ବିହାର ଓ ଭଉଁରୀ ଖେଳ ଦର୍ଶକଙ୍କୁ ଆକର୍ଷିତ କରିବ। ଠାକୁର ମଦନ ମୋହନ ଚାପ ଖେଳିବା ଲାଗି ଚାପ ବନ୍ଧକୁ ସୁସଜ୍ଜିତ କରାଯାଇଛି । ୧୫ରୁ ୨୧ ଦିନ ମଧ୍ୟରେ କାଳିୟ ଦଳନରୁ ଆରମ୍ଭ କରି ଅନନ୍ତ ଶୟନ ପର୍ଯ୍ୟନ୍ତ ୭ଟି ବିଶେଷ ବେଶ ଦର୍ଶନ ହେବ। ଆଲୋକମାଳାରେ ସଜା ଠାକୁର ଓ ନିଆଳି ଡଙ୍ଗା ରାତ୍ରିରେ ଅପୂର୍ବ ଦୃଶ୍ୟ ସୃଷ୍ଟି କରିବ। ଯାତ୍ରାର ଶେଷ ଦିନରେ ଗୋପାଳ ସ୍ବାମୀ ତ୍ରୀବେଣୀ ମଠ ଛକକୁ ଯାଇ ଦେବଦେବୀଙ୍କୁ ନିମନ୍ତ୍ରଣ କରି ମନ୍ଦିରକୁ ପ୍ରତ୍ୟାବର୍ତ୍ତନ କରିବେ। ପରେ ପୂଜାର୍ଚ୍ଚନା, ନୌକା ବିହାର ଓ ଚନ୍ଦନ ଲେପନ ସହ ଯାତ୍ରାର ଭବ୍ୟ ସମାପନ ହେବ। ଉତ୍ସବକୁ ନେଇ ପ୍ରଶାସନ ପକ୍ଷରୁ ସୁରକ୍ଷା, ଭିଡ଼ ନିୟନ୍ତ୍ରଣ ଓ ଯାତାୟାତ ପାଇଁ ବିଶେଷ ବ୍ୟବସ୍ଥା ଗ୍ରହଣ କରାଯାଇଛି। ଭକ୍ତମାନଙ୍କୁ ଶୃଙ୍ଖଳାବଦ୍ଧ ଭାବେ ଯାତ୍ରାରେ ସହଯୋଗ କରିବାକୁ ଅନୁରୋଧ କରାଯାଇଛି। ଏଥିସହ ରାମଦୋଳି, ମିନା ବଜାର ପଡ଼ିଥିବା ଦେଖିବାକୁ ମିଳିଛି l

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri