ପରପାରିରେ ଗଞ୍ଜାମର ପୂର୍ବତନ ସରପଞ୍ଚ, ହୃଦଘାତରେ ଚାଲିଗଲା ଜୀବନ

ଗଞ୍ଜାମ,୧୪।୪(ଅନାଥ ତରାଇ/ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ବରପଲ୍ଲୀ ଗ୍ରାମର ଜଣେ ଜନପ୍ରିୟ ରାଜନୈତିକ ବ୍ୟକ୍ତିତ୍ୱ ତଥା ପୂର୍ବତନ ସରପଞ୍ଚ ନରସିଂହ ପଲାଇ (୭୭)ଙ୍କର ଆଜି ହୃଦ୍‌ଘାତରେ ପରଲୋକ ହୋଇଛି । ଆଜି ସକାଳ ସମୟରେ ସେ ହଠାତ୍ ଅସୁସ୍ଥ ହୋଇପଡ଼ିବା ପରେ ପରିବାର ଲୋକେ ତାଙ୍କୁ ତୁରନ୍ତ ଛତ୍ରପୁର ମେଡିକାଲରେ ଭର୍ତ୍ତି କରିଥିଲେ। ମାତ୍ର ସେଠାରେ ସ୍ୱାସ୍ଥ୍ୟାବସ୍ଥା ଅଧିକ ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଉଥିବା ସମୟରେ ରାସ୍ତାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ।

ସ୍ୱର୍ଗତ ନରସିଂହ ପଲାଇ ଜଣେ ଶାନ୍ତ ଓ ସରଳମନା ବ୍ୟକ୍ତି ଭାବେ ଅଞ୍ଚଳରେ ବେଶ୍ ପରିଚିତ ଥିଲେ। ୧୯୭୨ ମସିହାରେ ସେ ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡାଙ୍କୁ ପରାଜିତ କରି ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ବିଶେଷକରି ଏନଏସି ଗଠନ ପୂର୍ବରୁ ସେ ସେହି ଅଞ୍ଚଳର ଶେଷ ସରପଞ୍ଚ ଭାବେ ଦାୟିତ୍ୱ ତୁଲାଇଥିଲେ। କଂଗ୍ରେସ ଦଳର ଜଣେ ଦକ୍ଷ ସଂଗଠକ ଭାବେ ସେ ବହୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ନିର୍ବାହ କରିବା ସହ ସମାଜ ସଂସ୍କାର ଦିଗରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିଲେ। ଗଞ୍ଜାମ ଅଞ୍ଚଳରେ ଚାଲିଥିବା ଅସାମାଜିକ କାର୍ଯ୍ୟକଳାପ ଓ ରେଡ୍ ଲାଇଟ୍ ଏରିଆକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ସେ ଗ୍ରହଣ କରିଥିବା ଦୃଢ଼ ପଦକ୍ଷେପ ଆଜି ମଧ୍ୟ ଜନସାଧାରଣଙ୍କ ମନରେ ସ୍ମରଣୀୟ ହୋଇ ରହିଛି ।  ଅନ୍ତିମ ସଂସ୍କାର ସମୟରେ ବହୁ ରାଜନେତା ଓ ଶତାଧିକ ଶୁଭେଚ୍ଛୁ ଉପସ୍ଥିତ ରହି ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ତାଙ୍କର ପରଲୋକ ଅଞ୍ଚଳ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ବହୁ ବିଶିଷ୍ଟ ବ୍ୟକ୍ତି ମତ ପ୍ରକାଶ କରିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି।…

ଭଉଣୀ ଘରକୁ ଆସି ଗାଁକୁ ଫେରୁଥିଲେ, ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଛିଟିକି ପଡ଼ିଲା ବାଇକ୍, ଦୁଇ ଜଣ…

ଥୁଆମୂଳ ରାମପୁର,୨୯।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା-କଲେଜ ଛକ ମଧ୍ୟବର୍ତ୍ତୀ ଡୁମେର ଗଛ ବୁଲାଣି ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୬:୧୦…

ଏସିଆନ ଗେମ୍ସରୁ ଓହରିଗଲେ ନୀରଜ ଚୋପ୍ରା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୮: ଭାରତର ଷ୍ଟାର ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରାଙ୍କ ଗୋଡ଼ ଲିଗାମେଣ୍ଟ ଛିଣ୍ଡିଯିବା କାରଣରୁ ସେ ୨୦୨୬ ସିଜନ ଅବଶିଷ୍ଟାଂଶରୁ ଓହରିଯାଇଛନ୍ତି। ଫଳରେ ସେ ଜାପାନରେ ହେବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri