Posted inଜାତୀୟ

ଜ୍ଞାନବ୍ୟାପି ମାମଲା, ୧୦୦୦ ଫଟୋ-ଭିଡ଼ିଓ ସହିତ ୧୨ ପୃଷ୍ଠାର ରିପୋର୍ଟ ଦାଖଲ…

ବାରାଣସୀ, ୧୯।୫ : ଜ୍ଞାନବ୍ୟାପି ମସଜିଦ୍‌ ମାମଲାରେ କମିଶନର କୋର୍ଟରେ ୧୦୦୦ ଫଟୋ, ଭିଡ଼ିଓ ସହିତ ୧୨ ପୃଷ୍ଠାର ରିପୋର୍ଟ ଦାଖଲ କରିଛନ୍ତି। ଗୁରୁବାର କମିଶନର ବାରାଣସର କୋର୍ଟରେ ସର୍ଭେର ରିପୋର୍ଟ ଦାଖଲ କରିବାକୁ ପୂର୍ବରୁ ଦୁଇ ଦିନ ସମୟ ନେଇଥିଲେ। ମେ ୧୪ରୁ ୧୬ ମଧ୍ୟରେ ହୋଇଥିବା ସର୍ଭେ ରିପୋର୍ଟ ସମ୍ପର୍କରେ ଏଥିରେ ଉଲ୍ଲେଖ କରାଯାଇଛି।

କୋର୍ଟର ସ୍ବତନ୍ତ୍ର କମିଶନର ବିଶାଳ ସିଂ ସର୍ଭେ ରିପୋର୍ଟ ସିଭିଲ୍‌ ଜଜ୍‌ ସିନିଅର ଡିଭିଜନ ରବି କୁମାର ଦିବାକରଙ୍କ କୋର୍ଟରେ ଦାଖଲ କରିଛନ୍ତି। ସହାୟକ ଆଡଭୋକେଟ କମିଶନର ଅଜୟ ପ୍ରତାପ ସିଂ ଏବଂ ବିଶାଳ ସିଂ ମିଳିତ ଭାବେ ଏହି ରିପୋର୍ଟ ପ୍ରସ୍ତୁତ କରିଛନ୍ତି।

ଏହା ପୂର୍ବରୁ ପୂର୍ବତନ କୋର୍ଟ କମିଶନର ଅଜୟ ମିଶ୍ର ବାରାଣସୀ ସିଭିଲ କୋର୍ଟରେ ତାଙ୍କର ଦୁଇ ଦିନିଆ ସର୍ଭେ ରିପୋର୍ଟ ଉପସ୍ଥାପନ କରିଛନ୍ତି। ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପୂର୍ବତନ କୋର୍ଟ କମିଶନର ଅଜୟ ମିଶ୍ରଙ୍କ ଦ୍ୱାରା ଦାଖଲ ହୋଇଥିବା ଦୁଇ ପୃଷ୍ଠାର ରିପୋର୍ଟରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉଲ୍ଲେଖ କରାଯାଇଛି। ବୁଧବାର ପୂର୍ବତନ କୋର୍ଟ କମିଶନର ଅଜୟ ମିଶ୍ର ଦୁଇ ଦିନିଆ ସର୍ଭେ ରିପୋର୍ଟ ଉପସ୍ଥାପନ କରିଥିଲେ।

ରିପୋର୍ଟରେ, ଶେଷନାଗଙ୍କ ଆକୃତି ଏକ ପଥର ପ୍ଲେଟ ବିଷୟରେ ଉଲ୍ଲେଖ ଅଛି। ରିପୋର୍ଟରେ କୁହାଯାଇଛି ଯେ ମସଜିଦର ଉତ୍ତରରୁ ପଶ୍ଚିମ ଦିଗକୁ ଯିବାବେଳେ ଏହା ରହିଛି। ଏହା ବ୍ୟତୀତ ଅନେକ ସ୍ଥାନରେ ଦେବତାମାନଙ୍କର ଚିତ୍ର ଦେଖିବାକୁ ମିଳିଛି। କିଛି ପଥର ପ୍ଲେଟରେ କମଳର ଆକୃତି ରହିଛି। ଉତ୍ତରରୁ ପଶ୍ଚିମ ପର୍ଯ୍ୟନ୍ତ କାନ୍ଥର କୋଣରେ ମଧ୍ୟ ବହୁ ସଙ୍କେତ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri