Posted inଜାତୀୟ

ଜ୍ଞାନବ୍ୟାପି ମାମଲା, ସର୍ଭେ ଉପରେ ରୋକକୁ ସୁପ୍ରିମ୍‌କୋର୍ଟଙ୍କ ମନା, ଶିବଲିଙ୍ଗ ସଂରକ୍ଷଣ-ନମାଜ ପଢ଼ିବା ଜାରି ରଖିବାକୁ ନିର୍ଦ୍ଦେଶ…

ନୂଆଦିଲ୍ଲୀ, ୧୭।୫ : ଜ୍ଞାନବ୍ୟାପି ମସଜିଦର ସର୍ଭେ ଉପରେ ରୋକ ଜାରି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ଶୀର୍ଷ ଅଦାଲତ କହିଛନ୍ତି ଯେ ଏହି ମାମଲାରେ ନିମ୍ନ ଅଦାଲତରେ ବିଚାର ଚାଲିଛି। ତେଣୁ ଜିଲା କୋର୍ଟର ନିଷ୍ପତ୍ତିକୁ ଅପେକ୍ଷା କରାଯିବା ଉଚିତ୍‌। ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ହାଜର ହୋଇଥିବା ସୋଲିସିଟର ଜେନେରାଲ ତୁଷାର ମେହେଟ୍ଟା କହିଛନ୍ତି ଯେ ରାଚ୍ୟ ସରକାର ଏହି ପ୍ରସଙ୍ଗରେ ସାହାଯ୍ୟ ଆବଶ୍ୟକ କରୁଛନ୍ତି। ସୁପ୍ରିମକୋର୍ଟରେ ଅଞ୍ଜୁମନ ଇନ୍ତେଜାମିଆ ମସଜିଦ କମିଟି ପକ୍ଷରୁ ବାରାଣସୀ କୋର୍ଟର ସର୍ଭେ କରିବା ଆଦେଶକୁ ଚ୍ୟାଲେଞ୍ଜ କରିଛି ଯେଉଁଥିରେ ଅଧିନରେ ଭିଡିଓଗ୍ରାଫି କରାଯାଉଛି।

କମିଟି ପାଇଁ ହାଜର ହୋଇଥିବା ଆଡଭୋକେଟ ଅହମ୍ମଦ ଏହି ସମୟ ମଧ୍ୟରେ ସର୍ବୋଚ୍ଚ ଅଦାଲତରେ ଦାବି କରିଥିଲେ ଯେ ଏହି ମାମଲାରେ ସର୍ଭେ ଏବଂ କୋର୍ଟ କମିଶନଙ୍କ ନିଯୁକ୍ତିକୁ ସ୍ଥଗିତ ରଖନ୍ତୁ। ଏହି ପ୍ରସଙ୍ଗରେ ସ୍ଥିତାବସ୍ଥା ନିର୍ଦ୍ଦେଶ ଦିଆଯିବା ଉଚିତ ବୋଲି ସେ କହିଛନ୍ତି। ଉପାସନା ସ୍ଥାନଗୁଡିକ ବିଷୟରେ ଉଲ୍ଲେଖ କରି ସେ କହିଛନ୍ତି ଯେ ଏହାର ଧାରା ୩ ରେ ସ୍ଥିତି ବିଷୟରେ ଉଲ୍ଲେଖ କରାଯାଇଛି।

ସୁପ୍ରିମକୋର୍ଟ କହିଛନ୍ତି ଯେ ଶିବଲିଙ୍ଗ ଯେଉଁ ସ୍ଥାନରୁ ମିଳିଛି ସେଠାକୁ ସିଲ୍‌ କରାଯିବା ସହିତ ଓ୍ବଜୁଖାନାରେ ପ୍ରବେଶକୁ ବାରଣ କରି ବାରାଣାସୀର ଡିଏମଙ୍କୁ ଟ୍ରାଏଲ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ କେବଳ ୨୦ ଜଣଙ୍କୁ ମସଜିଦରେ ନମାଜ ପଢ଼ିବାକୁ ଅନୁମତି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

୧ ସେପ୍ଟେମ୍ୱରରୁ ମହଙ୍ଗା ହେବ ଅନଲାଇନ ସପିଂ! ପାର୍ସଲ ପ୍ରତି ଏତେ ବଢିଯିବ ଡେଲିଭରୀ ଚାର୍ଜ

ନୂଆଦିଲ୍ଲୀ,୨୯।୮: ଯଦି ଆପଣ ବି ପାର୍ୱଣ ଋତୁରେ ଅନଲାଇନ ସପିଂ (Online Shopping) କରିବାକୁ ପ୍ରସ୍ତୁତି କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଜରୁରୀ ଖବର। ସେପ୍ଟେମ୍ୱର…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

ସରକାରଙ୍କ ଚେଷ୍ଟା ଫେଲ୍‌! ପିଆଜ ଦର ୮୦ ଟଙ୍କା ପାର୍‌, ଜାଣନ୍ତୁ ନୂଆ ରେଟ୍‌ ଲିଷ୍ଟ

ନୂଆଦିଲ୍ଲୀ,୨୯।୮: ରୋଷେଇ ଘରରେ ପିଆଜ ଦର ପୁଣିଥରେ ସାଧାରଣ ଲୋକଙ୍କ ବଜେଟକୁ ପ୍ରଭାବିତ କରୁଛି। ଦେଶର ଅନେକ ଅଞ୍ଚଳରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖାଦେଇଛି। କିଛି…

ପୁଣି ସୃଷ୍ଟି ହେଲା ଲଘୁଚାପ: ୬ ଜିଲାରେ ଅତିପ୍ରବଳ ବର୍ଷା ସମ୍ଭାବନା, ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୯।୮: ବଙ୍ଗୋପସାଗର ପାର୍ଶବର୍ତ୍ତୀ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ସକାଳ ୫ଟା ୩୦ପେଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଥିବାର ଜଣାପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri