ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ରରେ କୁଢ଼କୁଢ଼ ଆବର୍ଜନା

ନୀଳଗିରି, ୧୪।୯(ସ୍ବ.ପ୍ର.): ବାଲେଶ୍ୱର ଜିଲାପାଳ ଦତ୍ତାତ୍ରେୟ ଭାଉସାହେବ ଶିନ୍ଦେ ମଙ୍ଗଳବାର ଅଚାନକ ନୀଳଗିରି ଗସ୍ତ କରି ଏନ୍‌ଏସିର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ପରିଦର୍ଶନ କରିଛନ୍ତି। ପ୍ରଥମେ ନୀଳଗିରି ଏନ୍‌ଏସି ରାଡ଼ାର ରାସ୍ତା ପାର୍ଶ୍ୱରେ ଥିବା ଶୁଖିଲା ଓ ଓଦା ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ପରିସରରେ ପଡିରହିଥିବା କୁଢ଼ କୁଢ଼ ଅଳିଆ ଆବାର୍ଜନା ପଡ଼ିଥିବା ଦେଖି ବିରକ୍ତି ପ୍ରକାଶ କରିବା ସହ ୬ଘଣ୍ଟା ମଧ୍ୟରେ ପରିଷ୍କାର କରିବାକୁ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ପରେ ଏନ୍‌ଏସିର ନିର୍ମାଣଧୀନ ଭେଣ୍ଡିଂଜୋନ୍‌, ସ୍ମାର୍ଟ ପାର୍କ ସହ ଥାନା ପଡ଼ିଆରେ ନିର୍ମାଣାଧୀନ ଷ୍ଟାଡ଼ିୟମର ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିବା ପରେ ଆହାର କେନ୍ଦ୍ରର ଭଣ୍ଡାରଗୃହ ଓ ସେଠାକାର ସ୍ବଚ୍ଛତା ବୁଲି ଦେଖିଥିଲେ। ଏହାପରେ ନୀଳଗିରି ଉପଖଣ୍ଡ ମେଡ଼ିକାଲ ପରିସରକୁ ଯାଇ ନିରାମୟ ଓଷଧ କେନ୍ଦ୍ର ଓ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ବୁଲି ଦେଖିଥିଲେ। ସମ୍ପୂର୍ଣ୍ଣ ହୋଇଥିବା ନୂତନ ମେଡ଼ିକାଲ ବିଲ୍ଡିଂ ଖୁବ୍‌ଶୀଘ୍ର ଉଦ୍‌ଘାଟନ ହେବା ନେଇ ସୂଚନା ଦେଇଥିଲେ। ଶେଷରେ ବାଲିଗୋହିରି ରନତ୍ାକର ଟାଉନ ହାଇସ୍କୁଲ ପରିସରରେ ରୂପାନ୍ତରଣ ଅଭିଯାନରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିବା ସହ ପ୍ରଧାନ ଶିକ୍ଷକ ବିନୋଦ ବିହାରୀ ପଣ୍ଡାଙ୍କ ସହ ଆଲୋଚନା କରିଥିଲେ। ଗସ୍ତ ସମୟରେ ନୀଳଗିରି ଉପଜିଲାପାଳ ଦୀପ୍ତିରଞ୍ଜନ ସେଠୀ, ତହସିଲଦାର ଅଶେଷ ନାୟକ, ନୀଳଗିରି ମେଡିକାଲ ଏସ୍‌ଡିଏମ୍‌ଓ ସରୋଜିନୀ ପ୍ରଧାନ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ବଡୁ, ପୂର୍ତ୍ତ ବିଭାଗ ଏସ୍‌ଡିଓ ଦୁର୍ଗାଚରଣ ସାହୁ, କନିଷ୍ଠଯନ୍ତ୍ରୀ ନବଘନ ମାରାଣ୍ଡି, ଅନୁସୂଚିତ ଜାତିର ନୀଳଗିରି ସଭାପତି ଶରତ କୁମାର ଦାସ, କ୍ଷୁଦ୍ର ଜଳସେଚନ ବିଭାଗ ଏସ୍‌ଡିଓ ନିମାଇଁ ନାୟକ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଲଟିଲା ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌

ଥୁଆମୂଳ ରାମପୁର,୮ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ସିଲେଟ ଗ୍ରାମ ପଞ୍ଚାୟତରେ ଏକ୍‌ ପିଡିଏସ୍‌ ଚାଉଳ ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ...

ଶୀତୁଆ ରାତିରେ ଶିକ୍ଷକଙ୍କ ଆନ୍ଦୋଳନ: ସରକାର ଦେଲେ ଏମିତି ପ୍ରତିଶ୍ରୁତି

ଭୁବନେଶ୍ୱର, ୮।୧୨(ରବିନାରାୟଣ ଜେନା):ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକମାନଙ୍କ ରଣହୁଙ୍କାରକୁ ରାଜ୍ୟ ସରକାର ଗୁରୁତ୍ୱର ସହ ଗ୍ରହଣ କରିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ ଉଚ୍ଚଶିକ୍ଷା ବିଭାଗ...

ଏଇ ଭାରତରେ

ବାହାରେ କିମ୍ବା ଘରେ ଅଦରକାରୀ ଜିନିଷ ଠୁଳ ହୋଇ ରହିବା ପ୍ରଦୂଷଣର କାରଣ ପାଲଟୁଛି। ପ୍ରଦୂଷଣ ହ୍ରାସ କରିବା ସକାଶେ ରିସାଇକ୍ଲିଂ ପଦ୍ଧତିରେ ଏଗୁଡ଼ିକର ପୁନଃ...

ପୁଟିନଙ୍କ ପରେ ଭାରତ ଆସିପାରନ୍ତି ଜେଲେନ୍‌ସ୍କି

ନୂଆଦିଲ୍ଲୀ,୮ା୧୨:ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ୨୦୨୬ ଜାନୁଆରୀରେ ଭାରତ ଆସିପାରନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ଙ୍କ ଗସ୍ତ ପରେ ନୂଆଦିଲ୍ଲୀ ପକ୍ଷରୁ କୂଟନୈତିକ ସନ୍ତୁଳନ ଉଦ୍ୟମ...

କଚ୍ଛପ ଗତି

କୌଣସି କାର୍ଯ୍ୟ ସମ୍ପାଦନରେ ଉଛୁର ହେଲେ, ଲକ୍ଷ୍ୟ ହାସଲରେ ଡେରି ହେଲେ କିମା ନିର୍ଦ୍ଦିଷ୍ଟ ସ୍ଥାନରେ ପହଞ୍ଚିବା ପାଇଁ ବିଳମ୍ବ ଘଟିଲେ ବିଳମ୍ବର କାରଣକୁ କଚ୍ଛପର...

ବାଘ ଆତଙ୍କ ଯୋଗୁ ୫୫ ସ୍କୁଲ ବନ୍ଦ: ଜାଣନ୍ତୁ କେଉଁଠି

ଡେରାଡୁନ୍‌,୮ା୧୨:ଉତ୍ତରାଖଣ୍ଡର ପୌରି ଜିଲାରେ କଲରାପତରିଆ ବାଘ ଆତଙ୍କ ଯୋଗୁ ୫୫ ସ୍କୁଲକୁ ସାମୟିକ ଭାବେ ବନ୍ଦ କରିଦିଆଯାଇଛି। ଉକ୍ତ ସ୍କୁଲଗୁଡ଼ିକର ପିଲାମାନଙ୍କୁ ଅନ୍‌ଲାଇନ ମୋଡ୍‌ରେ ପାଠପଢ଼ା...

ପୁଟିନ୍‌ଙ୍କ ଭାରତ ଗସ୍ତ ଅନ୍ତରାଳେ

ଭାରତକୁ ଆମେରିକା ନାଲିଆଖି ଦେଖାଇ ଟାରିଫ ବୃଦ୍ଧି କରିଛି। ଏହାସହ ଭାରତ-ରଷିଆ ସମ୍ପର୍କକୁ ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଘୋର ଅସନ୍ତୁଷ୍ଟ। ଏଭଳି ଏକ...

ଓଡ଼ିଶାରେ ବଢୁଛି ଓ୍ବେଷ୍ଟର୍ନ ପର୍ଯ୍ୟଟକଙ୍କ ସଂଖ୍ୟା: ୫ବର୍ଷରେ ୭ଗୁଣ ବୃଦ୍ଧି

ଭୁବନେଶ୍ୱର,୮୧୨(ରବିନାରାୟଣ ଜେନା):ରାଜ୍ୟର ପର୍ଯ୍ୟଟନ ଭିତ୍ତିଭୂମି ପ୍ରତି ଆକୃଷ୍ଟ ହୋଇ ବିଦେଶରୁ ଆସୁଥିବା ପର୍ଯ୍ୟଟକଙ୍କ ମଧ୍ୟରେ ଓ୍ବେଷ୍ଟର୍ନ ୟୁରୋପ ପର୍ଯ୍ୟଟକଙ୍କ ସଂଖ୍ୟା ଦିନକୁ ଦିନ ବଢୁଛି ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri