ପୁଷ୍ପା ପୋଷ୍ଟରରେ ଅଳିଆ ସଚେତନତା

ଅନୁଗୋଳ ଅଫିସ, ୩୦ା୧: ଦକ୍ଷିଣ ଭାରତୀୟ ବ୍ଲକବଷ୍ଟର ସିନେମା ପୁଷ୍କାର କ୍ରେଜ୍‌ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ବହୁଭାଷୀ ଫିଲ୍ମ ଏବଂ ଏହାର ପୋଷ୍ଟର ଏବେ ସଚେତନତାର ବାର୍ତ୍ତା ବାହକ ସାଜିଛି। ନିକଟରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନକାରୀଙ୍କୁ ସତର୍କ କରାଇବାକୁ ଏହାକୁ ବ୍ୟବହାର କରାଯାଇଥିଲା, ଯାହା ସୋସିଆଲ ମଡିଆରେ ଭାଇରାଲ ହୋଇଥିଲା। ଶନିବାର ଅନୁଗୋଳ ପୌର ପରିଷଦ କର୍ତ୍ତୃପକ୍ଷ ଅଳିଆ ପରିଚାଳନା ଲାଗି ଜନସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ‘ପୁଷ୍କା’ର ପୋଷ୍ଟର ବ୍ୟବହାର କରାଯାଇଛି। ଏହି ପୋଷ୍ଟରରେ ସିନେମାର ମୁଖ୍ୟ ନାୟକ ତଥା ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଡାଇଲଗ୍‌କୁ ଅବତାରଣା କରାଯାଇଛି। ‘ସେ ପୁଷ୍କା ହେଉ କି ପୁଷ୍କାରାଜ’ ଓଦା ଓ ଶୁଖିଲା ଅଳିଆକୁ ପୃଥକ୍‌ କରି ସ୍ବଚ୍ଛ ସବାରି ଗାଡ଼ିରେ ପ୍ରଦାନ ନ କଲେ ସମସ୍ତଙ୍କଠାରୁ ଜରିମାନା ଆଦାୟ କରାଯିବ। ଆସନ୍ତୁ ସମସ୍ତେ ଏକ୍‌ ହେବା। ଆମ ଘର ଚାରିପାଖ, ସାହି, ବଜାର, ହାଟ, ରାସ୍ତା ଆଦିକୁ ପରିଷ୍କାର ରଖିବା ଓ ନୀରୋଗ ରହିବା ବୋଲି ଏଥିରେ ଉଲ୍ଲେଖ ରହିଛି। ପୌରାଞ୍ଚଳବାସୀଙ୍କ ମଧ୍ୟରେ ଅଳିଆ ପରିଚାଳନା ଲାଗି ସଚେତନତା ସୃଷ୍ଟି କରିବା ଲାଗି ଏଭଳି ପଦକ୍ଷେପ ନିଆଯାଇଥିବା ନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ିଲେ ବରିଷ୍ଠ ନେତା ଭକ୍ତିପ୍ରସାଦ

ଅନୁଗୋଳ,୨୪।୪ (ଅମିତ କୁମାର ସାମଲ):ଅନୁଗୋଳ ଜିଲାର ବରିଷ୍ଠ ନେତା ଭକ୍ତି ପ୍ରସାଦ ଦାସ ମଙ୍ଗଳବାର ବିଜୁ ଜନତା ଦଳରୁ ଇସ୍ତଫା ଦେଇଛନ୍ତି। ଦଳରେ ତାଙ୍କୁ ଅଣଦେଖା...

ସମ ରଣନୀତିରେ ବିଜେଡି-ଭାଜପା

ବଇଣ୍ଡା,୨୨ା୪(ପରିକ୍ଷିତ ସାହୁ):ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା କ୍ଷେତ୍ରରେ ଆସନ୍ତା ମେ ୨୫ରେ ହେବ ଭୋଟଗ୍ରହଣ। ଏଥର ଏହି ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ପରିବର୍ତ୍ତନ...

ସ୍ବଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର ବାଟ ଦେଖାଉଛନ୍ତି ଶିକ୍ଷକ

ଛେଣ୍ଡିପଦା,୨୧ା୪(ଅଜିତ ଧଳ)ଶିକ୍ଷକତାରୁ ଟିକେ ସମୟ ପାଇଲେ ଲାଗିପଡ଼ନ୍ତି ଚାରା ଉତ୍ପାଦନରେ। ନିଜ ଫାର୍ମରେ ଥିବା ବିଭିନ୍ନ ଗଛରୁ କଲମୀକରଣ କରିବା ସହିତ କିପରି ସେଥିରୁ ଭଲ...

ଭୋଟ ଭିକ୍ଷା କଲେ ପ୍ରଣବ ଦାସ: ମୁଖ୍ୟମନ୍ତ୍ରୀଙ୍କୁ ସଶକ୍ତ କରିବାବୁ ଆଶୀର୍ବାଦ ଦିଅ

ଅନୁଗୋଳ,୧୯।୪ (ଅମିତ କୁମାର ସାମଲ):ସମ୍ବଲପୁର ଲୋକ ସଭା କ୍ଷେତ୍ରର ବିଜେଡି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ (ବବି) ଏହି...

ଅନୁଗୋଳରେ ପ୍ରଥମ କରି ମହିଳା କାର୍ଡ

ଅନୁଗୋଳ ୧୮।୪ (ଅମିତ କୁମାର ସାମଲ)ଅନୁଗୋଳ ବିଧାନସଭା କ୍ଷେତ୍ରରେ ବିଜେଡି ଖୋଲିଛି ମହିଳା କାର୍ଡ। ବିଜେଡିର ଦୀର୍ଘ ୨୪ ବର୍ଷ ଇତିହାସରେ ଦଳ କେବେ ବି...

ହାଇଓ୍ବାକୁ ଧକ୍କା ଦେଲା ବସ୍‌: ଚାଲିଗଲା ଜଣଙ୍କ ଜୀବନ,୧୫ରୁ ଅଧିକ ଆହତ

ଛେଣ୍ଡିପଦା,୧୬।୪(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଦେଇ ଯାଇଥିବା ଅନୁଗୋଳ ସମ୍ବଲପୁର ୫୫ନଂ ଜାତୀୟ ରାଜପଥର ଜରପଡା ଠାରେ ମଙ୍ଗଳବାର ସକାଳେ ଡଲଫିନ ବସ...

ଅନୁଗୋଳ ଜିଲାର ୪ ସ୍ଥାନରେ ପ୍ରାର୍ଥୀ ଦେଲା କଂଗ୍ରେସ

ଅନୁଗୋଳ,୧୫।୪ (ଅମିତ କୁମାର ସାମଲ): ଅନୁଗୋଳ ଜିଲା ପାଇଁ କଂଗ୍ରେସ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଜିଲାର ୫ ବିଧାନସଭା ନିର୍ବାଚନମଣ୍ଡଳୀ ମଧ୍ୟରୁ ଅନୁଗୋଳ, ତାଳଚେର,...

ବିଳମ୍ବ ହେଉଛି ଅନୁଗୋଳ ବିଜେଡିର ପ୍ରାର୍ଥୀ ଘୋଷଣା

ଅନୁଗୋଳ,୧୫।୪(ଅମିତ କୁମାର ସାମଲ): ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡିର ପ୍ରାର୍ଥୀ ଘୋଷଣା ବିଳମ୍ବିତ ହେଉଛି। ଫଳରେ ଏହାକୁ ନେଇ ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ, ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri