ଧାନକେଣ୍ଡାରେ ଅଗାଡ଼ି, ଜିଲାପାଳଙ୍କୁ ଫେରାଦ

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚାଷୀଙ୍କୁ ସମସ୍ୟା ପିଛା ଛାଡୁନାହିଁ। କେତେବେଳେ ଫସଲରେ ରୋଗପୋକ ତ ଆଉକେବେ ଝଡ଼ବର୍ଷା ଯୋଗୁ ଚାଷୀଙ୍କ ଫସଲ ଉଜୁଡି ଯାଉଛି। ବର୍ତ୍ତମାନ ଫସଲର ଧାନକେଣ୍ଡା ଅଗାଡ଼ି ହୋଇଯାଉଥିବା ଚାଷୀମାନଙ୍କୁ ଚିନ୍ତାରେ ପକାଇ ଦେଇଛି। ଏଭଳି ଅଭିଯୋଗ ନେଇ ମଙ୍ଗଳବାର ସଂଯୁକ୍ତ କୃଷକ ସଂଗଠନର ଏକ ପ୍ରତିନିଧି ଦଳ ଜିଲାପାଳ ଆଦିତ୍ୟ ଗୋୟଲଙ୍କୁ ଫେରାଦ ହୋଇ ଏକ ଦାବିପତ୍ର ପ୍ରଦାନ କରିଥିଲେ। ଅତିରିକ୍ତ ଜିଲାପାଳ ମଧୁଛନ୍ଦା ସାହୁ ଦାବିପତ୍ର ଗ୍ରହଣ କରିଥିଲେ। ଦାବିପତ୍ରର ଏକକିତା ନକଲ କୃଷି ଅଧିକାରୀ ରାଜୀବ ମିଶ୍ର ଏବଂ ତହସିଲଦାର ସୋନାଲି ପଟ୍ଟନାୟକଙ୍କୁ ମଧ୍ୟ ପ୍ରଦାନ କରାଯାଇଛି। ଦାବିପତ୍ରରେ ଉଲ୍ଲେଖ ରହିଛି, ଚଳିତବର୍ଷ ରବି ଧାନ ଫସଲ ସମସ୍ତ ଅଞ୍ଚଳରେ ଭଲ ହୋଇଥିଲା। ମାତ୍ର ଜିଲାର ଅନେକ ଗ୍ରାମର ଧାନ ଫସଲରେ ଅଜଣା ରୋଗପୋକ ଉପଦ୍ରବ ହୋଇଛି। କୀଟନାଶକ ପ୍ରୟୋଗ ସତ୍ତ୍ବେ କିଛି ସୁଫଳ ମିଳୁ ନଥିବା ଚାଷୀମାନେ ଅଭିଯୋଗ କରିଛନ୍ତି। ଅନ୍ୟପକ୍ଷରେ ଧାନକେଣ୍ଡା ବାହାରିବା ସମୟରେ ଶୁଖା ଧାନ ପ୍ରଚୁର ପରିମାଣରେ ବାହାରୁଛି । ଫଳରେ ତୁରନ୍ତ ଏକ ଜିଲାସ୍ତରୀୟ କମିଟି ଗଠନ କରି ପ୍ରଭାବିତ ଫସଲର ସରଜମିନ ତଦନ୍ତ କରି ୩୩ ପ୍ରତିଶତ ଫସଲ ନଷ୍ଟ ହୋଇଥିବା ପ୍ରଭାବିତ ଚାଷୀମାନଙ୍କୁ ଚି଼ହ୍ନଟ କରି ସବସିଡି କ୍ଷତିପୂରଣ ଏବଂ ବୀମା ଦେବା ବ୍ୟବସ୍ଥା କରାଯିବାକୁ ସଙ୍ଗଠନ ଦାବି କରିଛି। ଯେଉଁଠି କୀଟନାଶକ ପ୍ରୟୋଗ କଲେ ଧାନ ଚାଷ ଭଲ ହେବ, ସେଠାରେ ପ୍ରାମାଣିକ କୀଟନାଶକ ସବ୍‌ସିଡି ମାଧ୍ୟମରେ ଯୋଗାଇ ଦିଆଯାଉ ବୋଲି ଦାବି ହୋଇଛି। ଅତିରିକ୍ତ ଜିଲାପାଳ କୃଷି ଅଧିକାରୀକୁ ଡକାଇ ତୁରନ୍ତ ପଦକ୍ଷେପ ନେବାପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଏହି ପ୍ରତିନିଧି ଦଳରେ ସଂଯୁକ୍ତ କୃଷକ ସଂଗଠନର ସୁରେଶ ନେକାଣ୍ଟି, ନିରଞ୍ଜନ ପ୍ରଧାନ, ବାବ୍ରୁ ବାହାନ ସାହୁ, ପ୍ରଶାନ୍ତ ସାହୁ, ତପନ ମିଶ୍ର, ସୁଦାମ ପାତ୍ର, ଏକାଦଶିଆ ସାହୁ, କିଶୋର ସାହୁ, ଟେକରାଜ ପ୍ରଧାନ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଗ୍ରାହକଙ୍କ ପାଇଁ ଆଶ୍ଵସ୍ତି: ଟଳିଲା ଷ୍ଟ୍ରାଇକ୍, ମେ ୨୫ ଓ ୨୬ରେ ସ୍ଵାଭାବିକ ରହିବ ଷ୍ଟେଟ୍ ବ୍ୟାଙ୍କ…

ନୂଆଦିଲ୍ଲୀ,୨୨।୫: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (SBI) ଗ୍ରାହକଙ୍କ ପାଇଁ ଏକ ବଡ଼ ଆଶ୍ଵସ୍ତିକର ଖବର। ଆସନ୍ତା ମେ ୨୫ ଏବଂ ୨୬ ତାରିଖରେ ବ୍ୟାଙ୍କର ସମସ୍ତ…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

KKRକୁ ବଡ଼ ଝଟକା: ଭାଙ୍ଗିଗଲା ଆଙ୍ଗୁଠି, ଆଇପିଏଲ୍‌ରୁ ବାଦ୍ ପଡ଼ିଲେ ଷ୍ଟାର୍ ବ୍ୟାଟ୍ସମ୍ୟାନ୍…

କୋଲକାତା,୨୨।୫: ଆଇପିଏଲ୍ (IPL) ୨୦୨୬ରେ ପ୍ଲେ-ଅଫ୍ ଦୌଡ଼ରେ ରହିଥିବା କୋଲକାତା ନାଇଟ୍ ରାଇଡର୍ସ (KKR) ଦଳକୁ ଏକ ଶକ୍ତ ଧକ୍କା ଲାଗିଛି। ଦଳର ଶେଷ ଲିଗ୍ ମ୍ୟାଚ୍…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri