ଲୁଚାଚୋରାରେ ଘରୋଇ ଜାଗାରେ ପଡ଼ୁଛି ଅଳିଆ

ଅନୁଗୋଳ, ୨୨ା୩ (ଅମିତ କୁମାର ସାମଲ): ଅନୁଗୋଳ ସହରରୁ ବାହାରୁଥିବା ଆବର୍ଜନା କେଉଁଠାରେ ପକାଯିବ ତାହାକୁ ନେଇ ସୃଷ୍ଟି ହୋଇଥିବା ସମସ୍ୟାର ଏଯାଏ ସମାଧାନ ହୋଇପାରୁ ନାହିଁ। ବିଭିନ୍ନ ଓ୍ବାର୍ଡରୁ ଏ ନେଇ ବିରୋଧ ଉଠିବା ପରେ ପୌରପାଳିକା ପୁଣି ଗଳା ବାଟ ଖୋଜିଛି। ଏପରି କି ସହରରୁ ଅଳିଆ ନେଇ ଲୁଚାଚୋରାରେ ଘରୋଇ ଜାଗାରେ ଗଦାଉଥିବା ଅଭିଯୋଗ ହେଉଛି। ଏହାକୁ ନେଇ ପଞ୍ଚମହଲାଠାରେ ଅସନ୍ତୋଷର ନିଆଁ କୁହୁଳୁଥିବା ଜଣାପଡ଼ିଛି। ଭଦ୍ରାମି ଦୃଷ୍ଟିରୁ ପୌରପାଳିକା ଯେଉଁଭଳି ଭାବେ ଘରୋଇ ଜାଗାରେ ଅଳିଆ ପକାଉଛି, ସେଭଳି ଉଠାଇ ନେବା ଦରକାର। ନଚେତ ପରିସ୍ଥିତି ଆଗକୁ ଭୟଙ୍କର ହେବ ବୋଲି ଅଞ୍ଚଳବାସୀ ଚେତାବନୀ ଦେଇଛନ୍ତି।
ସୂଚନାଯୋଗ୍ୟ, ଗତ ୮ ଦିନ ହେବ ଅନୁଗୋଳ ପୌରପାଳିକାରେ ଅଳିଆ ବିବାଦ ଦେଖାଦେଇଛି। ସହର ଅଳିଆ କେଉଁଠି ପଡ଼ିବ ତାକୁ ନେଇ ବଡ଼ ସମସ୍ୟା ସୃଷ୍ଟି ହେଉଛି। ବିଭିନ୍ନ ଓ୍ବାର୍ଡର କାଉନସିଲର ମଧ୍ୟ ତାଙ୍କ ଓ୍ବାର୍ଡରେ ଅଳିଆ ଗଦାଇବାକୁ ବିରୋଧ କରୁଛନ୍ତି। ସ୍ଥାନୀୟ ଲୋକମାନଙ୍କ ମଧ୍ୟରୁ କିଏ ଠେଙ୍ଗାବାଡି ଧରି ଆଗୁକୁ ଆସୁଛି ତ ଆଉ କିଏ ଝାଡ଼ୁ ଧରି ବିରୋଧ କରୁଛନ୍ତି। ଇତିମଧ୍ୟରେ ପଞ୍ଚମହଲାରେ ଥିବା କିଛି ଘରୋଇ ଜାଗାରେ ପୌରପାଳିକା ଅଳିଆ ପକାଉଥିବାରୁ ଏଠାରେ ଅଳିଆ ଗଦାଇବା ପାଇଁ କିଏ ଅନୁମତି ପ୍ରଦାନ କଲା, ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଏ ସମ୍ପର୍କରେ ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, ଡମ୍ପିଂୟାର୍ଡରେ ଅଳିଆ ପଡ଼ିପାରୁ ନ ଥିବାରୁ ଖାଲି ଜାଗା ଦେଖି ଅଳିଆ ପକାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ପ୍ରବଳ ବର୍ଷିବ: ୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୧୮।୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅବପାତର ରୂପ ନେବା ପରେ ଏହା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା…

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri