ଏସ୍‌ସିବିରେ ଜମିରହୁଛି ଆବର୍ଜନା

କଟକ,୨୫ା୭(ଶିଳ୍ପା ପ୍ରିୟଦର୍ଶିନୀ): କଟକସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଆଣ୍ଡ୍‌ ହସ୍ପିଟାଲ (ଏସ୍‌ସିବି)ର ବିଭିନ୍ନ ବିଭାଗ ପରିସରରେ କୁଢ଼ କୁଢ଼ ଆବର୍ଜନା ଜମି ରହିଛି। ଏହାଦ୍ୱାରା ପୂତ୍ତିଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ଫଳରେ ସେହି ବାଟ ଦେଇ ଯାତାୟାତ କରୁଥିବା ଡାକ୍ତର, ନର୍ସିଂ ଅଫିସର, ରୋଗୀ ସମ୍ପର୍କୀୟ ଓ ଛାତ୍ରୀଛାତ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ସଫେଇ ଦାୟିତ୍ୱରେ ଥିବା ଏକ ଘରୋଇ ସଂସ୍ଥା ଆବର୍ଜନା ହଟାଇ ନ ଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବା ପାଇଁ ଦାବି ହେଉଛି।
ମିଳିଥିବା ସୂଚନା ଅନୁଯାୟୀ, ସହରରେ ଦିନକୁ ଦିନ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ସ୍ଥାନରେ ଦୀର୍ଘଦିନ ଧରି ଜମି ରହୁଥିବା ଜଳ ନିଷ୍କାସନ, ବୁସ୍‌ କଟିଂ ଓ ସଫେଇ ଉପରେ ଜିଲା ସ୍ବାସ୍ଥ୍ୟ ବିଭାଗ ଗୁରୁତ୍ୱ ଦେଉଛି। ହେଲେ ଏସ୍‌ସିବିରେ ଏହାର ଓଲଟା ଦୃଶ୍ୟ ଦେଖିବାକୁ ମିଳିଛି। ମେଡିକାଲର କେତେକ ସ୍ଥାନରେ ଦୀର୍ଘଦିନ ହେବ ବର୍ଷାପାଣି ଜମି ରହିଥିବାବେଳେ ଆଉ କେତେକ ସ୍ଥାନରେ ଆବର୍ଜନା ଗଦା ହୋଇଛି। ବିଶେଷକରି ମେଡିକାଲ ପରିସରର ସମସ୍ତ ଆବର୍ଜନାକୁ ମାନସିକ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ନିକଟରେ ଗଦା କରାଯାଏ। ପରେ ସେଠାରୁ ଉଠାଇ ନିଆଯାଏ। ହେଲେ ଏବେ ତାହାକୁ ଉଠାଯାଇ ନ ଥିବାରୁ ଦୁର୍ଗନ୍ଧମୟ ପରିବେଶ ସୃଷ୍ଟି ହୋଇଛି। ପ୍ରତିଦିନ ମେଡିକାଲ ପରିସର ଆବର୍ଜନାମୁକ୍ତ ରଖିବା ପାଇଁ ନିର୍ଦ୍ଦେଶ ଥିବାବେଳେ ତାହାକୁ କାର୍ଯ୍ୟକାରୀ କରା ନ ଯିବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଆବର୍ଜନା ଜମି ରହିବାରୁ ଡେଙ୍ଗୁ ଆଶଙ୍କା ବୃଦ୍ଧି ପାଇଛି। ଗତ ୪ ଦିନ ମଧ୍ୟରେ ଏସ୍‌ସିବି ମେଡିକାଲ ପରିସରରୁ ୪ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବୁଧବାର ଜଣେ ବରିଷ୍ଠ ପ୍ରଫେସର ଡେଙ୍ଗୁରେ ଆକ୍ରାନ୍ତ ହୋଇ ଡେଙ୍ଗୁ ଓ୍ବାର୍ଡେରେ ଭର୍ତ୍ତି ହୋଇଛନ୍ତି।
ମେଡିକାଲକୁ ଚିକିତ୍ସା ପାଇଁ ଆସିଥିବା ଅରିଲୋ ଅଞ୍ଚଳର ଡଲୁ ରାଉତ କହିଛନ୍ତି, ମେଡିକାଲରୁ ଡେଙ୍ଗୁରୋଗୀ ଚିହ୍ନଟ ହେବା ମନରେ ଭୟ ସୃଷ୍ଟି କରିଛି। ମେଡିକାଲ କର୍ତ୍ତୃପକ୍ଷ ସଫେଇ ଉପରେ ଗୁରୁତ୍ୱ ଦେବାର ଆବଶ୍ୟକତା ରହିଛି। ସେହିପରି ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଅଞ୍ଚଳର ସୁନାଧର ମଲ୍ଲିକ କହିଛନ୍ତି, ବର୍ଷା ଯୋଗୁ ମେଡିକାଲ ପରିସରରେ ପାଣି ଜମି ରହୁଛି। ଏଥିସହ ଆବର୍ଜନା ସଫା କରା ନ ଯିବାରୁ ଡେଙ୍ଗୁ ଭୟ ଲାଗିରହୁଛି। ଅପରପକ୍ଷରେ ମେଡିକାଲର ଜଣେ ଅଧିକାରୀ କହିଛନ୍ତି, ମେଡିକାଲ ପରିସର ସଫେଇ ପାଇଁ ଏକ ଘରୋଇ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି। ୪ଟି ଶିଫ୍ଟରେ ପ୍ରାୟ ୬୦୦ କର୍ମଚାରୀ ସଫେଇ କରିଥାନ୍ତି। ମେଡିକାଲର ପ୍ରଶାସନିକ ଅଧିକାରୀ ଡ. ଅବିନାଶ ରାଉତ କହିଛନ୍ତି, ମେଡିକାଲରୁ ଆବର୍ଜନା ସଫେଇ ପାଇଁ ଏକ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି। ଠିକ୍‌ ଭାବେ ସଫେଇ କରିବା ପାଇଁ ଉକ୍ତ ସଂସ୍ଥାର କର୍ମଚାରୀଙ୍କୁ ଅବଗତ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri