ଜାରକା ବଜାରରେ କୁଢ଼ କୁଢ଼ ଅଳିଆ ଆବର୍ଜ୍ଜନା: ରାସ୍ତାପାର୍ଶ୍ୱ ପାଲଟିଛି ଲୋକଙ୍କ ଶୌଚାଳୟ

ଧର୍ମଶାଳା,୨୦।୯(ଶିବପ୍ରାସାଦ ମହାନ୍ତି): ଯାଜପୁର ଜିଲାର ଜାରକା ବଜାରରେ ଦିନକୁ ଦିନ ଅପରିଷ୍କାର ପରିବେଶ ସୃଷ୍ଟି ହେଉଛି। ରାସ୍ତାପାଶର୍‌ବରେ କୁଢ଼ କୁଢ଼ ଅଳିଆ ଆବର୍ଜ୍ଜନା ପଡୁଥିବାରୁ ଏହା ପଚିସଢ଼ି ଦୃଗନ୍ଧ ପରିବେଶ ସୃଷ୍ଟି କରୁଛି। ଜିଲାର ପ୍ରମୁଖ ବଜାର ମଧ୍ୟରେ ଜାରକା ଅଞ୍ଚଳ ବେଶ ପରିଚିତ। ସରକାରୀ କାର୍ଯ୍ୟଳୟଠାରୁ ଆରମ୍ଭ କରି ବ୍ୟାଙ୍କ, ସ୍କୁଲ ଓ ବଡ଼ ବଡ଼ ବ୍ୟବସାୟ ପ୍ରତିଷ୍ଠାନ ଏଠାରେ ଗଢି ଉଠିଛି। ଦୈନଦିନ ହଜାର ହଜାର ଲୋକଙ୍କ ଗମନାଗମନ ଦେଖିବାକୁ ମିଳିଥାଏ। କିନ୍ତୁ କିଛି ବ୍ୟବସାୟଙ୍କ ଦୈରାତ୍ମ ମନୋଭାବ ଏବଂ ପ୍ରଶାସନିକ ସ୍ତରରେ କଟକଣା ଅଭାବରୁ ଜାରକା ଅଞ୍ଚଳରେ ଅପରିଷ୍କାର ପରିବେଶ ବଢ଼ିବାରେ ଲାଗିଛି।
୧୬ ନମ୍ବର ଜାତୀୟ ରାଜପଥର ଉଭୟ ପାର୍ଶ୍ୱ ସର୍ଭିସ ରୋଡରେ କୁଢ଼ କୁଢ଼ ଅଳିଆ ଆବର୍ଜ୍ଜନା ଗଦା ହୋଇଛି। ସେହିପରି ପୁରୁଣା ଓ ନୂଆ ଗଳି ପୋଲ ନିକଟରେ ଥିବା ରାସ୍ତାର ପାର୍ଶ୍ୱରେ ଥିବା ପିଣ୍ଡିରେ କିଛି ଫଳ ବ୍ୟବସାୟୀ ବେପାର ଶେଷ ପରେ କଦଳୀ କାନ୍ଦି, ପଚି ନଷ୍ଟ ହୋଇ ଯାଇଥିବା ଫଳ ଓ ଅଦରକାରୀ ଜିନିଷ ପକାଉଥିବା ଦେଖିବାକୁ ମିଳୁଛି। ଯାହା ଫଳରେ ତାହା ପଚି ନଷ୍ଟ ହୋଇ ଦୁର୍ଗନ୍ଧ ସୃଷ୍ଟି କରୁଛି। ଏହା ସହ ସ୍ଥାନୀୟ ବ୍ୟବସାୟୀଙ୍କ ଅଦରକାରୀ ଜିନିଷ ପତ୍ର ପକାଉ ଥିବାରୁ ରାସ୍ତାପାର୍ଶ୍ୱରେ କୁଢ଼ କୁଢ଼ ଅଳିଆ ଆବର୍ଜ୍ଜନା ଗଦା ହୋଇ ପଡ଼ି ରହିଛି। କିଛି ବ୍ୟକ୍ତି ମାନେ ମଧ୍ୟ ପାର୍ଶ୍ୱରେ ଛିଡ଼ା ହେଇ ପରିଶ୍ରା କରୁଛନ୍ତି, ଯାହା ଗୋଡି ରାସ୍ତା ଉପରକୁ ମଧ୍ୟ ଆସିଯାଉଛି। ତେଣୁ ଦୈନଦିନ ବିଭିନ୍ନ ଅଞ୍ଚଳରୁ ଲୋକଙ୍କ ଭିଡ଼ ଜମୁଥିବା ବେଳେ ଏହି ରାସ୍ତା ଉପରେ ଯାତାୟତ କରୁଥିବା ବ୍ୟକ୍ତି ବିଶେଷମାନେ ଏଭଳି ପରେବଶକୁ ନାପସନ୍ଦ କରିଛନ୍ତି। ଏହା ଉପରେ ପ୍ରଶାସନିକ ସ୍ତରରେ ଦୃଷ୍ଟି ଦେବା ସହ ଅସାଧୁ ବ୍ୟକ୍ତି ଓ ବ୍ୟବସାୟୀଙ୍କ ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ପୂର୍ବତନ ଡେପୁଟି ସ୍ପିକରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଖେଳିଗଲା ଚାଞ୍ଚଲ୍ୟ!

କୋଲକାତା,୧୬।୮: ପଶ୍ଚିମବଙ୍ଗର ବୀରଭୂମ ଜିଲ୍ଲାର ରାମପୁରହାଟରେ ତୃଣମୂଳ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଆଶିଷ ବାନାର୍ଜୀଙ୍କ ମୃତ୍ୟୁକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି। ରବିବାର (୧୬…

ଇରାନ ସହ ଯୁଦ୍ଧ ଭିତରେ ଟ୍ରମ୍ପ ନେଲେ ବଡ଼ ନିଷ୍ପତ୍ତି, ଖୁସି ହୋଇଗଲା ଚାଇନା!

ଓ୍ବାଶିଂଟନ,୧୬/୮: ମଧ୍ୟପ୍ରାଚ୍ୟରେ ଇରାନ ସହିତ ‘ମହାଯୁଦ୍ଧ’ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ସେ ପ୍ରଶାନ୍ତ ମହାସାଗରରେ ମୁତୟନ ଥିବା ନିଜର…

ନାଗ ପଞ୍ଚମୀରେ ଦୁର୍ଲଭ ଯୋଗ; ସୂର୍ଯ୍ୟ କରିବେ ଗୋଚର, ୩ ରାଶିଙ୍କ ଉପରେ ବର୍ଷିବ ଧନ ଦୌଲତ…

ଚଳିତବର୍ଷ, ପବିତ୍ର ନାଗ ପଞ୍ଚମୀ ତିଥି ଆସନ୍ତା ଅଗଷ୍ଟ ୧୭ ତାରିଖ ଅର୍ଥାତ୍ ସୋମବାରରେ ପାଳିତ ହେବାକୁ ଯାଉଛି । ଏହି ବର୍ଷ, ନାଗ ପଞ୍ଚମୀ ମଧ୍ୟ…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri