ମାଉଥ୍‌ ଓ୍ବାଶ୍‌ରେ ଗର୍ଗଲିଂ କଲେ ଦୂର ହେବ କରୋନା ସଂକ୍ରମଣ!

ବଜାରରେ ମିଳୁଥିବା ମାଉଥ୍‌ ଓ୍ବାଶ୍‌ ଦ୍ୱାରା ଗର୍ଗଲିଂ କଲେ ମୁହଁ ଓ ଗଳାରେ ଥିବା କରୋନା ଭାଇରସ୍‌ ସଂକ୍ରମଣ କିଛି ମାତ୍ରାରେ ଦୂର ହୋଇଯିବ ବୋଲି ବୈଜ୍ଞାନିକମାନେ ଏକ ଗବେଷଣା ପରେ ଦାବି କରିଛନ୍ତି। ପିଟିଆଇ ରିପୋର୍ଟ ଅନୁଯାୟୀ, ଜର୍ମାନର Ruhr University Bochumର ବୈଜ୍ଞାନିକ ଅନ୍ୟ ଗବେଶକଙ୍କ ସହ ମିଶି ମାଉଥ୍‌ ଓ୍ବାଶ୍‌ର ଉପଯୋଗ ଓ କରୋନା ଭାଇରସ୍‌କୁ ନେଇ ଗବେଷଣା କରିଛନ୍ତି। ଏହି ଗବେଷଣାରୁ ଜଣାପଡ଼ିଛି ଯେ, ମାଉଥ୍‌ ଓ୍ବାଶ୍‌ର ବ୍ୟବହାର ଦ୍ୱାରା ଶରୀରରେ କରୋନା ଦୂର ହେବ ବୋଲି ଦାବି କରାଯାଇ ନାହିଁ। କିନ୍ତୁ ବୈଜ୍ଞାନିକଙ୍କ କହିବା କଥା ଯେ, କରୋନା ରୋଗୀଙ୍କ ମୁହଁ ଓ ଗଳାରେ ବହୁ ସଂଖ୍ୟାରେ ଭାଇରସ୍‌ ରହିଥାନ୍ତି। ତେବେ ଭାଇରସ୍‌ର କିଛି ଅଂଶକୁ ନିଷ୍କ୍ରିୟ କରିବା ପାଇଁ ମାଉଥ୍‌ ଓ୍ବାଶ୍‌ର ବ୍ୟବହାର କରାଯାଇପାରେ। ଏହାଦ୍ୱାରା ମୁହଁ ଓ ଗଳାରେ ଥିବା ଭାଇରସ୍‌ର ପରିମାଣ କମିଯାଏ ଏବଂ ସୀମିତ ସମୟ ପାଇଁ ସଂକ୍ରମଣ ହେବାର ଆଶଙ୍କା ମଧ୍ୟ କମିଯାଇଥାଏ ବୋଲି ବୈଜ୍ଞାନିକମାନେ କହିଛନ୍ତି। Journal of Infectious Diseasesରେ ଏହି ଗବେଷଣା ପ୍ରକାଶିତ ହୋଇଛି। ଏଥିସହ ବୈଜ୍ଞାନିକମାନେ ଚେତାବନୀ ଦେଇଛନ୍ତି ଯେ, କରୋନା ସଂକ୍ରମଣ ପାଇଁ ମାଉଥ୍‌ ଓ୍ବାଶ୍‌ ଉପଯୁକ୍ତ ଚିକିତ୍ସା ନୁହେଁ ଏବଂ ଏହା ସଂକ୍ରମଣକୁ ସମ୍ପୂର୍ଣ୍ଣ ରୂପେ ପ୍ରତିରୋଧ କରିପାରିବ ନାହିଁ। ସଂକ୍ରମଣ ମୁଖ୍ୟତଃ ସଂକ୍ରମିତ ବ୍ୟକ୍ତିଙ୍କ ନିଶ୍ୱାସରୁ ନିର୍ଗତ ହୋଇଥିବା ଭାଇରସ୍‌ କଣିକାର ସଂସ୍ପର୍ଶରେ ଆସିବା ପରେ ହୋଇଥାଏ। ତେଣୁ ମାଉଥ୍‌ ଓ୍ବାଶ୍‌ରେ ଗର୍ଗଲିଂ କରିବା ପରେ ସଂକ୍ରମଣ ହେବାର ସମ୍ଭାବନା କମିଯାଏ। କିନ୍ତୁ ଏହି ବିଷୟ ଉପରେ ଅଧିକ କ୍ଲିନିକାଲ ଗବେଷଣା ଆବଶ୍ୟକ ରହିଛି ବୋଲି ବୈଜ୍ଞାନିକମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

ରଣବୀରଙ୍କୁ ବାସନ୍ଦ କଲା ଫିଲ୍ମ କର୍ମଚାରୀ ସଂଘ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୫ା୫:ଫାରହାନ୍‌ ଅଖତରଙ୍କ ନିର୍ଦ୍ଦେଶିତ ଆଗାମୀ ଚଳଚ୍ଚିତ୍ର ଡନ୍‌-୩ରୁ ଧୁରନ୍ଧର-୨ ଷ୍ଟାର ରଣବୀର ସିଂ ଅଚାନକ ଓହରିଯିବା ସହ ସହଯୋଗ ନ କରିବା କାରଣରୁ ଫେଡେରେଶନ ଅଫ୍‌ ଓ୍ବେଷ୍ଟର୍ନ…

ବାପାଙ୍କୁ ବ୍ରହ୍ମପୁର ଯିବି କହି ଭଡ଼ା ଘରେ ଝୁଲିପଡିଲେ ମହିଳା, ସନ୍ଦେହ ଘେରରେ…

ମୋହନା, ୨୫।୫( ମନ୍ମଥ ମିଶ୍ର ): ଜଣେ ବିବାହିତା ମହିଳା ବେକରେ ଶାଢ଼ି ବାନ୍ଧି ଭଡ଼ା ଘରେ ଆତ୍ମହତ୍ୟା କରିଥିବା ଜଣାପଡିଛି। ସୂଚନା ପ୍ରକାରେ ମୋହନା ନିବାସୀ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ବିଦ୍ୟୁତ୍‌ ଆଘାତରେ ଚାଲିଗଲା ଯୁବକଙ୍କ ଜୀବନ, ପୁଅକୁ ହରାଇ ଝୁରୁଛି ବେସାହାରା ମା’

ମୋହନା,୨୫।୫( ମନ୍ମଥ ମିଶ୍ର ): ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ । ମୃତକ ହେଲେ ପୂର୍ଣ୍ଣ ମଲ୍ଲିକ ( ୨୫ )। ଏଭଳି ହୃଦୟ ବିଦାରକ ଦୃଶ୍ୟ…

ଗଞ୍ଜାମରେ ଧାରା-୩୦ ଲାଗୁ: ପୋଲିସର ବିନାନୁମତିରେ ହୋଇପାରିବ ନାହିଁ ରାଜନୈତିକ ସଭା, ୯୦ ଦିନ ଯାଏ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାରେ ରାଜନୈତିକ ମତଭେଦ ହେତୁ ବିଭିନ୍ନ ଦଳର ସଦସ୍ୟମାନଙ୍କ ମଧ୍ୟରେ ଦୀର୍ଘଦିନ ଧରି ମତାନ୍ତର/ମନାନ୍ତର ଲାଗି ରହିଛି। ଏଭଳି ପରିସ୍ଥିତିର ସୁଯୋଗ ନେଇ…

ମାଟ୍ରିକରେ ଫେଲ୍‌ ହୋଇଯିବା ପରେ ଭୟରେ ଆନ୍ଧ୍ର ପଳାଇଥିଲେ ନାବାଳକ, ଏବେ ଗାଁକୁ ଫେରିଲେ ଶବ ହୋଇ…

ପଟ୍ଟାଙ୍ଗି, ୨୫।୫(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଗାଙ୍ଗରାଜପୁର ପଞ୍ଚାୟତର ସେଟରାଇ ଗ୍ରାମର ନାବାଳକ କାମେଶ ମାରି ପଡୋଶୀ ଆନ୍ଧ୍ର ରାଜ୍ୟରେ ଦୁର୍ଘଟଣା…

ପଦାରେ ପଡିଲା ପ୍ରଧାନଶିକ୍ଷକଙ୍କ କଳା କାରନାମା: ଶାଳକାଠ ଚୋରାଚାଲାଣ ହେଉଥିବା ବେଳେ ଧରିଲେ ଗ୍ରାମବାସୀ

ଥୁଆମୂଳ ରାମପୁର, ୨୫।୫ (ଦୁର୍ଗା କୀର୍ତ୍ତି): ଜଣେ ଶିକ୍ଷିତ ବ୍ୟକ୍ତି ତଥା ସମାଜର ଗଠନକର୍ତ୍ତା କୁହାଯାଉଥିବା ଜଣେ ପ୍ରଧାନଶିକ୍ଷକଙ୍କ କଳା କାରନାମା ଏବେ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri