ସଫେଇ କର୍ମଚାରୀଙ୍କ ପାଇଁ ‘ଗରିମା’

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟର ସଫେଇ କର୍ମଚାରୀମାନଙ୍କ କଲ୍ୟାଣ ପାଇଁ ରାଜ୍ୟ ସରକାର ‘ଗରିମା’ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ସେଫ୍ଟିକ ଟାଙ୍କି ତଥା ଅନ୍ୟାନ୍ୟ ବିପଦପୂର୍ଣ୍ଣ ସ୍ଥାନରୁ ମଇଳା କାଢୁଥିବା ସଫେଇ କର୍ମଚାରୀମାନେ ଏହାଦ୍ୱାରା ଉପକୃତ ହେବେ। ଏଥିପାଇଁ ପ୍ରାଥମିକ ପର୍ଯ୍ୟାୟରେ ୫୦ କୋଟି ଟଙ୍କାର କର୍ପସ ପାଣ୍ଠି ଗଠନ କରାଯିବ। ସଫେଇ କର୍ମଚାରୀଙ୍କ ପାଇଁ ରାଜ୍ୟ କମିଶନ ଗଠନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ୱାରା କାର୍ଯ୍ୟକାରୀ ହେବାକୁ ଥିବା ଏହି ଯୋଜନା ରାଜ୍ୟର ସମସ୍ତ ୧୧୪ ପୌରସଂସ୍ଥାରେ କାର୍ଯ୍ୟକାରୀ ହେବ। ଏହି ଯୋଜନାରେ ୨୦ ହଜାର ସଫେଇ କର୍ମଚାରୀଙ୍କ ସମେତ ସେମାନଙ୍କର ୧ ଲକ୍ଷ ପରିବାର ସଦସ୍ୟ ଉପକୃତ ହେବେ।
ଗରିମା ଯୋଜନାରେ ବିପଦପୂର୍ଣ୍ଣ ପରିମଳ କାର୍ଯ୍ୟରେ ନିୟୋଜିତ କର୍ମଚାରୀଙ୍କୁ ଚିହ୍ନଟ କରାଯିବା ସହିତ ସେମାନଙ୍କ ନିରାପତ୍ତା ଓ ମର୍ଯ୍ୟାଦା ଉପରେ ଗୁରୁତ୍ୱ ଦିଆଯାଇଛି। ସେମାନଙ୍କର କଠିନ ଓ ବିପଦପୂର୍ଣ୍ଣ କାମକୁ ସମ୍ମାନ ଜଣାଇ ସ୍ବତନ୍ତ୍ର ଭତ୍ତା, ସ୍ବାସ୍ଥ୍ୟ ସୁବିଧା, ଜୀବନ ବୀମା, ପିଲାଙ୍କ ପାଇଁ ଉଚ୍ଚ ଶିକ୍ଷା, ଗୃହ ନିର୍ମାଣ ଓ ଦୁଇ ଚକିଆ ଯାନ କ୍ରୟ ପାଇଁ ୯୦ ପ୍ରତିଶତ ଅନୁଦାନ, ବ୍ୟକ୍ତିଗତ ସୁରକ୍ଷା ଉପକରଣ, ଅନୁକମ୍ପାମୂଳକ ସହାୟତା, ଇପିଏଫ, ଇଏସ୍‌ଆଇ ଏବଂ ପରିବାର ପେନସନ ଆଦି ବିଭିନ୍ନ କଲ୍ୟାଣ ଯୋଜନାରେ ସହାୟତା ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି।
ଏହି ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାରା ବିଶ୍ୱ ବର୍ତ୍ତମାନ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ କରୁଛି। ଗାନ୍ଧିଜୀ ସାରା ଜୀବନ ସମାଜର ଏହି ଅବହେଳିତ ବର୍ଗର କଲ୍ୟାଣ, ଅଧିକାର ଓ ମର୍ଯ୍ୟାଦା ପାଇଁ ଲଢ଼େଇ କରିଛନ୍ତି। ପରିମଳକୁ ଗାନ୍ଧିଜୀ ସ୍ବାଧୀନତାଠାରୁ ଅଧିକ ଗୁରୁତ୍ୱ ଦେଉଥିଲେ। ବାପୁଙ୍କ ୧୫୦ତମ ଜୟନ୍ତ୍ରୀ ଅବସରରେ ରାଜ୍ୟ ସରକାରଙ୍କ ଗରିମା ଯୋଜନା ବାପୁଙ୍କ ପ୍ରତି ବିନମ୍ର ଶ୍ରଦ୍ଧାଞ୍ଜଳି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ବାପୁଙ୍କ ସ୍ବପ୍ନକୁ ସାକାର କରିବା ସହିତ ସଫେଇ କର୍ମଚାରୀମାନଙ୍କୁ ସମାଜରେ ସେମାନଙ୍କ ଉଚିତ ସ୍ଥାନ ଦେବାରେ ଏହା ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି। ସେହିପରି କୋଭିଡ୍‌ ଯୁଦ୍ଧ ସମୟରେ ସେମାନେ ଯେପରି ନିଜର ଜୀବନକୁ ବିପଦରେ ପକାଇ ସେବା କରି ଚାଲିଛନ୍ତି ମୁଖ୍ୟମନ୍ତ୍ରୀ ତା’ର ଉଚ୍ଚ ପ୍ରଶଂସା କରିଛନ୍ତି।
ରାଜ୍ୟରେ ଚାଲିଥିବା ସାମାଜିକ କଲ୍ୟାଣ କାର୍ଯ୍ୟକ୍ରମ କ୍ଷେତ୍ରରେ ଏହା ଆଉ ଏକ ସଫଳ ଅଧ୍ୟାୟ ଆରମ୍ଭ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି ଯେ, ପରିମଳ କର୍ମଚାରୀଙ୍କ ପାଇଁ ଏହି ଯୋଜନା କାର୍ଯ୍ୟକାରୀ କରିବାରେ ଓଡିଶା ଦେଶରେ ପ୍ରଥମ ରାଜ୍ୟ। ସେମାନଙ୍କ ଦକ୍ଷତା ବୃଦ୍ଧି ପାଇଁ ମଧ୍ୟ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଗରିମା ଯୋଜନା ସମ୍ପର୍କିତ ଏକ ଅଡିଓ ଏବଂ ଲୋଗୋ ଉନ୍ମୋଚନ କରିଛନ୍ତି। ଗରିମା ଯୋଜନାକୁ ଆଗେଇ ନେବା ପାଇଁ ଓଡ଼ିଶା ସରକାରଙ୍କ ନଗର ଉନ୍ନୟନ ବିଭାଗ ଏବଂ ଅହମ୍ମଦାବାଦର ସହରାଞ୍ଚଳ ପରିଚାଳନା ସେଣ୍ଟର ମାଧ୍ୟମରେ ବୈଷୟିକ ସହଯୋଗ ପାଇଁ ବୁଝାମଣା ପତ୍ର ସ୍ବାକ୍ଷର ହୋଇଛି। ଏହି କାର୍ଯ୍ୟକ୍ରମରେ ନଗର ଉନ୍ନୟନ ବିଭାଗ ସଚିବ ଜି.ମାଥିଭାଥନନ ସ୍ବାଗତ ଭାଷଣ ଦେଇଥିଲେ। ମୁଖ୍ୟ ଶାସନ ସଚିବ, ଉନ୍ନୟନ କମିଶନର, ମୁଖ୍ୟମନ୍ତ୍ରୀଙ୍କ ସଚିବ(୫-ଟି) ଏବଂ ନଗର ଉନ୍ନୟନର ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri