ଗର୍ଜିଲା କଂଗ୍ରେସ; ଏମିଜିଏନଇଆରଇଜିଏସ ଯୋଜନାର ନାଁ ପରିବର୍ତ୍ତନ ନେଇ ମୁଖ୍ୟମନ୍ତ୍ରୀ-ପ୍ରଧାନମନ୍ତ୍ରୀଙ୍କୁ ଚିଠି

ଦାରିଙ୍ଗବାଡି,୨୯।୧(ଅରୁଣ ସାହୁ): ଏମିଜିଏନଇଆରଇଜିଏସ ଯୋଜନାର ନାମ ପରିବର୍ତ୍ତନକୁ କଂଗ୍ରେସର ବିରୋଧ। ଗୁରୁବାର କଂଗ୍ରେସ ପକ୍ଷରୁ ଏନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ପରିସରରେ କଂଗ୍ରେସର ବ୍ଲକ ସଭାପତି ଜିରୀମୟ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଜି. ଉଦୟଗିରି ବିଧାୟକ ପ୍ରଫୁଲ୍ଲ ଚନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟତମ ଅତିଥିଭାବେ ଦଳର ଜିଲା ସଭାପତି ଚନ୍ଦ୍ରଶେଖର ପରିଡା ଯୋଗଦେଇ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଥିଲେ। ସେମାନଙ୍କ ଅଭିଯୋଗ ଯେ, ସରକାର ଏମିଜିଏନଇଆରଇଜିଏସ ଯୋଜନାର ନାମ ପରିବର୍ତ୍ତନ କରି ଭିବିଜି ରାମଜୀ ବା ବିକଶିତ ଭାରତ ଗ୍ୟାରେଣ୍ଟି ଫର ରୋଜଗାର ଆଣ୍ଡ ଆଜିବିକା ମିଶନ ନାମରେ ନାମକରଣ କରିଛନ୍ତି। ତେବେ ଦେଶକୁ ସ୍ବାଧୀନତା ଆଣିଥିବା ମହାତ୍ମା ଗାନ୍ଧୀଙ୍କ ନାମକୁ ଲୋପ କରିବାକୁ ଭାଜପା ଏକ ବଡ଼ ଷଡଯନ୍ତ୍ର କରୁଥିବା ବିଧାୟକ ଏବଂ ଜିଲା ସଭାପତି ଅଭିଯୋଗ ଆଣିଥିଲେ।

ସେହିପରି ସରକାର ସ୍ମାର୍ଟ ମିଟର ଲଗାଇ ଗରିବ ଲୋକଙ୍କୁ ଲୁଟିବା ଏକ ନିନ୍ଦନୀୟ ବୋଲି ଏହାର ପ୍ରତିବାଦ ଜଣାଇଥିଲେ। ଏହା କୌଣସି ସାଧାରଣ ବିଧାନମୂଳକ ପ୍ରକ୍ରିୟା ନୁହେଁ। ଏହା ଏକ ରାଜନୈତିକ ଚକ୍ରାନ୍ତ, ଯାହାର ଉଦ୍ଦେଶ୍ୟ ଏକ ଐତିହାସିକ, ଅଧିକାର-ଆଧାରିତ ଜନକଲ୍ୟାଣ ଆଇନକୁ ଦୁର୍ବଳ କରିବା ଏବଂ ଭାରତର ସବୁଠାରୁ ପରିଚିତ କଲ୍ୟାଣକାରୀ ଆଇନରୁ ମହାତ୍ମା ଗାନ୍ଧୀଙ୍କ ନାମ ଓ ମୂଲ୍ୟବୋଧକୁ ମିଳାଇଦେବାପ୍ରୟାସ ବୋଲି ଦଳ ଅଭିଯୋଗ କରିଥିଲା। ଭାଜପା ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ନିଶ୍ଚିନ୍ତ ଯୋଜନାକୁ(MGNREGA)କୁ ରଦ୍ଦ କରିବା ପାଇଁ ଏକ ବିଲ ଆଣି ଏକ ଭୟାବହ ଏବଂ ଯୋଜନାବଦ୍ଧ ପଦକ୍ଷେପ ଗ୍ରହଣ କରୁଥିବା ନିନ୍ଦନୀୟ ବୋଲି କୁହାଯାଇଛି।

ଏହି ଯୋଜନା ଜନସାଧାରଣଙ୍କ ସଂଘର୍ଷରୁ ଜନ୍ମ ନେଇଥିଲା ଏବଂ ‘ପ୍ରତି ହାତକୁ କାମ ଦିଅ, କାମର ପୂରା ଦାମ୍‌ ଦିଅ’ ବାଣୀକୁ ସାକାର କରିଥିଲା I ଏହା ଗ୍ରାମୀଣ ଭାରତର ଲୋକମାନଙ୍କୁ କାମ ମାଗିବାର ଆଇନଗତ ଅଧିକାର ଦେଇଥିବା ଓ ସମଗ୍ର ଗ୍ରାମୀଣ ଭାରତରେ ୧ ଶହ ଦିନର ରୋଜଗାର ନିଶ୍ଚିତ କରିଥିଲା। ଏହାସହ ବିକେନ୍ଦ୍ରୀକୃତ ଶାସନକୁ ଶକ୍ତିଶାଳୀ କରିଥିଲା। ମହିଳା ଓ ଜମିହୀନମାନଙ୍କୁ ସଶକ୍ତ କରିଥିଲା ଏବଂ ଶ୍ରମର ଗରିମାକୁ ସୁରକ୍ଷିତ କରିଥିଲା ବୋଲି ଦଳ କହିଛି। ଏନେଇ ଦଳ ପକ୍ଷରୁ ସଭା ପରେ ବିରାଟ ଶୋଭାଯାତ୍ରାରେ ଦାରିଙ୍ଗବାଡି ପରିକ୍ରମା କରି ବ୍ଲକ କାର୍ଯ୍ୟାଳୟ ପରିସରରେ ଦଳର ନେତା ଓ କର୍ମୀ ପହଞ୍ଚି ଧାରଣା ଦେଇଥିଲେ। ପରେ ବିଡିଓ ପ୍ରୀତିରଞ୍ଜନ ରଥଙ୍କୁ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଦେଶର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରିଥିଲେ। ପରେ ଦଳ ପକ୍ଷରୁ ସମସ୍ତେ ସାରିଙ୍ଗିଇର୍ପିଠାରେ ଥିବା ସଭାଗୃହରେ ଏକ ନୂତନବର୍ଷ ଓ ନୂତନ କମିଟିକୁ ନେଇ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ପାଳନ କରିଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମଲି ଜେନା ହତ୍ୟାକାଣ୍ଡ ମାମଲା: ୮ ଦୋଷୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡାଦେଶ

ବଞ୍ଚୋ,୨୯ା୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଶାଳଦେଇ ଗ୍ରାମର ବହୁଚର୍ଚ୍ଚିତ ମଲି ଜେନା ହତ୍ୟାକାଣ୍ଡ ଘଟଣାରେ…

ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ

ଯୋଡ଼ା,୨୯ା୧(ମାନସ ମହାନ୍ତି): ଅଫିମ ଚାଷ ନଷ୍ଟ କଲା ପୋଲିସ । କେନ୍ଦୁଝର ଜିଲାର ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ, ଜାଣନ୍ତୁ କେବେଠୁ..

ବାରିପଦା,୨୯ା୧: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା…

ପାରିବାରିକ କଳହ ନେଲା ଜୀବନ, ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳା ମୃତ

ଗୁଣୁପୁର,୨୯ା୧(ସଂକେତ ପାତ୍ର/ସୁଜାତା ପାଢ଼ୀ ): ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳାଙ୍କ ମୃତ୍ୟୁ। ଏହି ଅଭାବନୀୟ ଘଟଣାଟି ଘଟିଛି ରାୟଗଡା ଜିଲା ଗୁଣପୁର ମେଡିକାଲ କଲୋନୀରେ। ଭିଣୋଇ ଏବଂ…

ନାବାଳକଙ୍କୁ ବାଲିରେ ପୋତିଦେଲେ ୬ ସାଙ୍ଗ, ଭିଡିଓ ଉତ୍ତୋଳନ କରି ଦେଲେ ଏମିତି ଧମକ

ଗୁଣପୁର,୨୯ା୧(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ପିଲାଖେଳ ଯେ, ଜଣେ ନାବାଳକଙ୍କ ଜୀବନ ନେଇଯାଇଥାନ୍ତା ତାହା ଏକ ଭିଡିଓରୁ ଜଣାପଡ଼େ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା…

ବାଲସି ଧାନ ମଣ୍ଡିରେ ଦୁଇମାସରୁ ଉର୍ଦ୍ଧ୍ବ ହେଲା ପଡ଼ିରହିଛି ଧାନ, ଶୀତ କାକରରେ ଜଗୁଛନ୍ତି ଚାଷୀ

କେସିଙ୍ଗା,୨୯ା୧(ତୁମେଶ୍ବର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ବାଲସି ଧାନ ମଣ୍ଡିରେ ଦୀର୍ଘ ଦୁଇ ମାସ ହେଲା ଧାନ ପଡି ରହିଛି । ପ୍ରବଳ ଶୀତ…

ନବଜାତ ଶିଶୁକନ୍ୟାକୁ ଅଳିଆଗଦାରେ ଫିଙ୍ଗିଦେଲେ, ଗାଁରେ ଜୋର୍‌ ଧରିଛି ଚର୍ଚ୍ଚା

ବଲାଙ୍ଗୀର/ସଇଁତଳା,୨୯ା୧(ସୁନିଲ କୁମାର ମହାନ୍ତି/ରାଖାଲ ଶତପଥୀ): ଅଳିଆଗଦାରୁ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଏପରି ଏକ ଘଟଣା ଘଟିଛି ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଧରପଗଡ଼…

କପ୍ତିପଦାରେ ଜବରଦଖଲ ଉଚ୍ଛେଦ, ଏନଏସି ମାନ୍ୟତା ପାଇବା ପରେ…

ଉଦଳା,୨୯।୧(ସନ୍ତୋଷ କୁମାର ବାଚ୍ଛିନୀ): ନୂତନ ଏନଏସି ଭାବେ କପ୍ତିପଦା ଘୋଷଣା ହୋଇଛି । ଏନଏସି ମାନ୍ୟତା ପାଇବା ପରେ ଆଜି ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri