ତ୍ୱଚା ଲାଗି ରସୁଣ

ରସୁଣ କେବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ ବରଂ ଏଥିରେ ଭରି ରହିଛି ଅନେକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପଦାନ। ଜାଣନ୍ତୁ ଏହାକୁ ବ୍ୟବହାର କରିବାର ଉପାୟ…

ଦୁଇ କୋଲା ରସୁଣକୁ ଛେଚି ରସ ବାହାର କରି ସମ ପରିମାଣରେ ହ୍ବାଇଟ୍‌ ଭିନେଗାର ମିଶାଇ ଭଲଭାବେ ଗୋଳାଇ ଦିଅନ୍ତୁ। ତୁଳା ସାହାଯ୍ୟରେ ଉକ୍ତ ମିଶ୍ରଣକୁ ବାରମ୍ବାର ନେଇ ବ୍ରଣ ହୋଇଥିବା ସ୍ଥାନରେ ଲଗାନ୍ତୁ। ଏଥିରେ ଭରି ରହିଥିବା ଆଣ୍ଟିଅକ୍ସିଡାଣ୍ଟ, ଆଣ୍ଟିଫଙ୍ଗାଲ, ଆଣ୍ଟିବାୟୋଟିକ୍‌, ଆଣ୍ଟିସେପ୍ଟିକ୍‌ ଏବଂ ଜର୍ମିସାଇଡ୍‌ ତତ୍ତ୍ୱ ଖୁବ୍‌ଶୀଘ୍ର ବ୍ରଣ ସମସ୍ୟା ଦୂର କରିବାରେ ସାହାଯ୍ୟ କରିଥାଏ।
ଦାଗ ଥିଲେ ମୁହଁର ସୌନ୍ଦର୍ଯ୍ୟ ଏବଂ ଆକର୍ଷଣ କମିଯାଏ। ତେଣୁ ଏହି ସମସ୍ୟା ଘରୋଇ ଉପାୟରେ ଦୂରକରିବା ଲାଗି ଅଳ୍ପ ପାଣିରେ ୩-୪ଟି ରସୁଣ କୋଲା ଛେଚି ପକାନ୍ତୁ ଏବଂ ଭଲ ଭାବେ ଫୁଟାଇ ଦିଅନ୍ତୁ। ଏହାକୁ କାଢି ପେଷ୍ଟ ପ୍ରସ୍ତୁତ କରି ଦାଗ ଥିବା ସ୍ଥାନରେ ଲଗାଇ କିଛି ସମୟ ରଖିବା ପରେ ଧୋଇ ଦିଅନ୍ତୁ। କିଛିଦିନ ଏପରି କଲେ ଦାଗ ଧୀରେ ଧୀରେ ଲିଭିଯିବ।
କେଶ ଝଡ଼ିବା ବର୍ତ୍ତମାନ ଅନେକଙ୍କ ଲାଗି ଏକ ପ୍ରମୁଖ ସମସ୍ୟା। ଯଦି ଆପଣ ବି ଏହି ସମସ୍ୟା ଦେଇ ଗତି କରୁଛନ୍ତି ତେବେ ଆଦୌ ବ୍ୟସ୍ତ ହୁଅନ୍ତୁ ନାହିଁ। ପ୍ରତିଦିନ କେଶରେ ରସୁଣ ତେଲ ମସାଜ କରି କିଛି ସମୟ କେଶକୁ ଘୋଡ଼ାଇ ରଖନ୍ତୁ। ଭଲ ଭାବେ ତେଲ ଭେଦିଯିବା ପରେ ଧୋଇ ଦିଅନ୍ତୁ। ପ୍ରତିଦିନ ଏପରି କଲେ ଖୁବ୍‌ କମ୍‌ ଦିନ ଭିତରେ ଆପଣ ଫରକ ଜାଣିପାରିବେ।
ନଡ଼ିଆ କିମ୍ବା ଅନ୍ୟ କୌଣସି ତେଲରେ ୩-୪ କୋଲା ରସୁଣ ପକାଇ ଫୁଟାଇ ଦିଅନ୍ତୁ। ଏହାକୁ ଷ୍ଟ୍ରେଚ୍‌ ମାର୍କ ଉପରେ ଧୀରେ ଧୀରେ ମସାଜ କରନ୍ତୁ। ଏହାଦ୍ୱାରା ରସୁଣରେ ଥିବା ସଲଫର ଶରୀରରେ ଥିବା ଭିଟାମିନ୍‌-ବି ସହିତ ମିଶି ତ୍ୱଚାର ଇଲାଷ୍ଟିସିଟି ବଢ଼ାଇଥାଏ। ପ୍ରତିଦିନ ଏହାକୁ ଲଗାଇଲେ ଆପଣ କିଛି ସପ୍ତାହ ମଧ୍ୟରେ ଷ୍ଟ୍ରେଚ୍‌ ମାର୍କ ଦୂର ହେଉଥିବା ଅନୁଭବ କରିବେ।
୨-୩ କୋଲା ରସୁଣକୁ ଭଲ ଭାବେ ଛେଚି କିମ୍ବା ବାଟି ଫେସ୍‌ପ୍ୟାକ୍‌ରେ ମିଶାଇ ମୁହଁରେ ଲଗାନ୍ତୁ। କିଛି ସମୟ ରଖିବା ପରେ ମୁହଁ ଧୋଇ ଦିଅନ୍ତୁ। ପ୍ରତିଦିନ ଏପରି କଲେ ଏଥିରେ ଥିବା ସଲଫର୍‌ କୋଲାଜେନ୍‌ ପ୍ରସ୍ତୁତ କରି ପ୍ରିମ୍ୟାଚୋର ଏଜିଂ ସମସ୍ୟା ଦୂର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri