ତ୍ୱଚା ଲାଗି ରସୁଣ

ରସୁଣ କେବଳ ଖାଦ୍ୟର ସ୍ବାଦ ବଢ଼ାଇ ନ ଥାଏ ବରଂ ଏଥିରେ ଭରି ରହିଛି ଅନେକ ସୌନ୍ଦର୍ଯ୍ୟ ବୃଦ୍ଧିକାରୀ ଉପଦାନ। ଜାଣନ୍ତୁ ଏହାକୁ ବ୍ୟବହାର କରିବାର ଉପାୟ…

ଦୁଇ କୋଲା ରସୁଣକୁ ଛେଚି ରସ ବାହାର କରି ସମ ପରିମାଣରେ ହ୍ବାଇଟ୍‌ ଭିନେଗାର ମିଶାଇ ଭଲଭାବେ ଗୋଳାଇ ଦିଅନ୍ତୁ। ତୁଳା ସାହାଯ୍ୟରେ ଉକ୍ତ ମିଶ୍ରଣକୁ ବାରମ୍ବାର ନେଇ ବ୍ରଣ ହୋଇଥିବା ସ୍ଥାନରେ ଲଗାନ୍ତୁ। ଏଥିରେ ଭରି ରହିଥିବା ଆଣ୍ଟିଅକ୍ସିଡାଣ୍ଟ, ଆଣ୍ଟିଫଙ୍ଗାଲ, ଆଣ୍ଟିବାୟୋଟିକ୍‌, ଆଣ୍ଟିସେପ୍ଟିକ୍‌ ଏବଂ ଜର୍ମିସାଇଡ୍‌ ତତ୍ତ୍ୱ ଖୁବ୍‌ଶୀଘ୍ର ବ୍ରଣ ସମସ୍ୟା ଦୂର କରିବାରେ ସାହାଯ୍ୟ କରିଥାଏ।
ଦାଗ ଥିଲେ ମୁହଁର ସୌନ୍ଦର୍ଯ୍ୟ ଏବଂ ଆକର୍ଷଣ କମିଯାଏ। ତେଣୁ ଏହି ସମସ୍ୟା ଘରୋଇ ଉପାୟରେ ଦୂରକରିବା ଲାଗି ଅଳ୍ପ ପାଣିରେ ୩-୪ଟି ରସୁଣ କୋଲା ଛେଚି ପକାନ୍ତୁ ଏବଂ ଭଲ ଭାବେ ଫୁଟାଇ ଦିଅନ୍ତୁ। ଏହାକୁ କାଢି ପେଷ୍ଟ ପ୍ରସ୍ତୁତ କରି ଦାଗ ଥିବା ସ୍ଥାନରେ ଲଗାଇ କିଛି ସମୟ ରଖିବା ପରେ ଧୋଇ ଦିଅନ୍ତୁ। କିଛିଦିନ ଏପରି କଲେ ଦାଗ ଧୀରେ ଧୀରେ ଲିଭିଯିବ।
କେଶ ଝଡ଼ିବା ବର୍ତ୍ତମାନ ଅନେକଙ୍କ ଲାଗି ଏକ ପ୍ରମୁଖ ସମସ୍ୟା। ଯଦି ଆପଣ ବି ଏହି ସମସ୍ୟା ଦେଇ ଗତି କରୁଛନ୍ତି ତେବେ ଆଦୌ ବ୍ୟସ୍ତ ହୁଅନ୍ତୁ ନାହିଁ। ପ୍ରତିଦିନ କେଶରେ ରସୁଣ ତେଲ ମସାଜ କରି କିଛି ସମୟ କେଶକୁ ଘୋଡ଼ାଇ ରଖନ୍ତୁ। ଭଲ ଭାବେ ତେଲ ଭେଦିଯିବା ପରେ ଧୋଇ ଦିଅନ୍ତୁ। ପ୍ରତିଦିନ ଏପରି କଲେ ଖୁବ୍‌ କମ୍‌ ଦିନ ଭିତରେ ଆପଣ ଫରକ ଜାଣିପାରିବେ।
ନଡ଼ିଆ କିମ୍ବା ଅନ୍ୟ କୌଣସି ତେଲରେ ୩-୪ କୋଲା ରସୁଣ ପକାଇ ଫୁଟାଇ ଦିଅନ୍ତୁ। ଏହାକୁ ଷ୍ଟ୍ରେଚ୍‌ ମାର୍କ ଉପରେ ଧୀରେ ଧୀରେ ମସାଜ କରନ୍ତୁ। ଏହାଦ୍ୱାରା ରସୁଣରେ ଥିବା ସଲଫର ଶରୀରରେ ଥିବା ଭିଟାମିନ୍‌-ବି ସହିତ ମିଶି ତ୍ୱଚାର ଇଲାଷ୍ଟିସିଟି ବଢ଼ାଇଥାଏ। ପ୍ରତିଦିନ ଏହାକୁ ଲଗାଇଲେ ଆପଣ କିଛି ସପ୍ତାହ ମଧ୍ୟରେ ଷ୍ଟ୍ରେଚ୍‌ ମାର୍କ ଦୂର ହେଉଥିବା ଅନୁଭବ କରିବେ।
୨-୩ କୋଲା ରସୁଣକୁ ଭଲ ଭାବେ ଛେଚି କିମ୍ବା ବାଟି ଫେସ୍‌ପ୍ୟାକ୍‌ରେ ମିଶାଇ ମୁହଁରେ ଲଗାନ୍ତୁ। କିଛି ସମୟ ରଖିବା ପରେ ମୁହଁ ଧୋଇ ଦିଅନ୍ତୁ। ପ୍ରତିଦିନ ଏପରି କଲେ ଏଥିରେ ଥିବା ସଲଫର୍‌ କୋଲାଜେନ୍‌ ପ୍ରସ୍ତୁତ କରି ପ୍ରିମ୍ୟାଚୋର ଏଜିଂ ସମସ୍ୟା ଦୂର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ସମୟରେ କେମିତି ନେବେ ପ୍ରାଣୀଙ୍କ ଯତ୍ନ

ଅଂଶୁଘାତ ପାଇଁ  ସତର୍କ ଓ ସାବଧାନ ରୁହନ୍ତୁ । ପ୍ରଚୁର ଥଣ୍ଡା ପାଣି ପିଇବାକୁ ଦିଅନ୍ତୁ। ଗୁହାଳକୁ ଥଣ୍ଡା ରଖିବା ସହ ସଙ୍କର ଜାତୀୟ ଗାଈ...

ଖରାଦିନେ ଗର୍ଭବତୀ ମହିଳା ଏମିତି ନିଅନ୍ତୁ ଯତ୍ନ

ଖରାଦିନେ ଗର୍ଭବତୀ ମହିଳାଙ୍କୁ ଅଧିକ ସତର୍କ ରହିବାକୁ ହେବ। ଏହି ଦିନେ ଗ୍ରୀଷ୍ମତାପରୁ ରକ୍ଷାପାଇବା ପାଇଁ ଜାଣିରଖନ୍ତୁ କିଛି ଉପାୟ। ଖରାଦିନେ ପ୍ରଚୁର ପାଣି ତ...

ସିଙ୍ଗଲ୍‌ ଚାଇଲ୍ଡ ଥିଲେ.. ଏମିତି ନିଅନ୍ତୁ ଯତ୍ନ

ଆଜିକାଲି ଅନେକଙ୍କର ପସନ୍ଦ ସିଙ୍ଗଲ ଚାଇଲ୍ଡ। କ୍ୟାରିୟର ପାଇଁ ହେଉ ବା ଆର୍ଥିକ ଚାପ ଅବା ଲାଳନପାଳନର ଅସୁବିଧା ଯୋଗୁ ସେମାନେ ଏମିତି ପସନ୍ଦ ବାଛି...

ଅବସାଦ ଦୂର ପାଇଁ ଆପଣାନ୍ତୁ ଏହି ଟିପ୍ସ

ଶରୀରକୁ ସୁସ୍ଥ ଓ ମଜଭୁତ ରଖିବାରେ ଉତ୍ତମ ଖାଦ୍ୟର ଭୂମିକା ଗୁରୁତ୍ୱପୂର୍ଣ୍ଣ। ଆମେ କେତେ ରୋଗମୁକ୍ତ ଓ ସୁସ୍ଥ ଜୀବନ ବିତାଉଛେ, ତାହା ଅନେକାଂଶରେ ନିର୍ଭର...

ପାଣି ପିଅନ୍ତୁ କି ନ ପିଅନ୍ତୁ ଘରେ ରଖନ୍ତୁ ସୁରେଇ, ଆଣିବ ସୌଭାଗ୍ୟ…

ଖରାଦିନେ ମାଠିଆ ହେଉ ଅଥବା ସୁରେଇର ପାଣି ପିଇବାକୁ ଯେମିତି ଥଣ୍ଡା ଲାଗେ ସେମିତି ସ୍ବାସ୍ଥ୍ୟପ୍ରଦ ବି ହୋଇଥାଏ। ସେଥିପାଇଁ ପୂର୍ବେ ଘରେ ଘରେ ମାଠିଆ,...

ବାସ୍ତୁ ଅନୁଯାୟୀ ଘରର ମୁଖ୍ୟ ପ୍ରବେଶ ଦ୍ୱାର କିପରି ହେବା ଦରକାର…ଜାଣନ୍ତୁ

ଘରର ଭିତର ପାର୍ଶ୍ୱ କେତେ ସୁନ୍ଦର ଓ ସୁବ୍ୟବସ୍ଥିତ; ତାହାର ଅନୁମାନ ଘରର ମୁଖ୍ୟ ପ୍ରବେଶ ଦ୍ୱାରକୁ ଦେଖିଲେ ହିଁ ଜଣାପଡିଯାଏ। ତେଣୁ ଘରର ମୁଖ୍ୟ...

ଶରୀର ପାଇଁ ଉପକାରୀ ଜିରା: ଏମିତି କରନ୍ତୁ ସେବନ

ଆମେ ସାଧାରଣତଃ ଅଧିକାଂଶ ଖାଦ୍ୟ ପ୍ରସ୍ତୁତ କରିବା ବେଳେ ଜିରା ବ୍ୟବହାର କରିଥାଉ। ଏହାର ସୁଗନ୍ଧ କେବଳ ଭଲ ନୁହେଁ ବରଂ ଏଥିରେ ଭରି ରହିଥିବା...

କେମିତି ହେବେ ଆଦର୍ଶ ଅଭିଭାବକ: ଜାଣନ୍ତୁ ଟିପ୍ସ

ପିଲାଙ୍କ ପ୍ରଥମ ଗୁରୁ ହେଉଛନ୍ତି ଅଭିଭାବକ। ସେମାନଙ୍କ ଉତ୍ତମ ଭବିଷ୍ୟତ ଗଢ଼ିବାରେ ଅଭିଭାବକଙ୍କର ହିଁ ଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। କାରଣ ପିଲାମାନେ ସର୍ବଦା ଅନୁକରଣ ପ୍ରିୟ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri