ହାଇଦ୍ରାବାଦରେ ଉଦ୍‌ଘାଟିତ ହେଲା ଗରୁଡଭେଗାର ଗ୍ଲୋବାଲ କର୍ପୋରେଟ୍‌ ଅଫିସ

ହାଇଦ୍ରାବାଦ,୪।୧୨: ଦେଶର ପ୍ରମୁଖ ଅନ୍ତର୍ଜାତୀୟ କୋରିଅର୍‌ ଏବଂ ଲଜିଷ୍ଟିକ ସଂସ୍ଥା ଗରୁଡଭେଗାର ପୁଣି ଏକ ଗ୍ଲୋବାଲ କର୍ପୋରେଟ ଅଫିସ ହାଇଦ୍ରାବାଦରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅଫିସର ଉଦ୍‌ଘାଟନ ପରେ ଗରୁଡଭେଗା ଆଉ ଏକ ମାଇଲଖୁଣ୍ଟରେ ପହଞ୍ଚି ପାରିଛି।

ନିକଟରେ ଅନୁଷ୍ଠିତ ଉକ୍ତ ଉଦ୍‌ଘାଟନୀ ସମାରୋହରେ ଗରୁଡାଭେଗାର ବରିଷ୍ଠ ନେତୃତ୍ୱ ଏବଂ ଇଣ୍ଡଷ୍ଟ୍ରି ଏକ୍ସପର୍ଟ, ତେଲେଙ୍ଗାନା ସରକାରଙ୍କ ଲଜିଷ୍ଟିକ ନିର୍ଦ୍ଦେଶକ ଅପର୍ଣ୍ଣା ଭୂମି ଏବଂ ଜିଏମ୍‌ଆର୍‌ ହାଇଦ୍ରାବାଦ ଅନ୍ତର୍ଜାତୀୟ ବିମାନବନ୍ଦରର କାର୍ଗୋ କମର୍ସିଆଲ ମୁଖ୍ୟ ପ୍ରସାଦ ଜଲିଗାମା ପ୍ରମୁଖ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ସୁରେଶ ମାଧବପେଡି ମଧ୍ୟ ଉପସ୍ଥିତ ରହିଥିଲେ।

ଏହି ନୂତନ କର୍ପୋରେଟ ଅଫିସ ଖୋଲିିବା ବିଶ୍ୱସ୍ତରୀୟ କାର୍ଯ୍ୟକଳାପକୁ ବୃଦ୍ଧି କରି ଗ୍ରାହକଙ୍କୁ ଉତ୍ତମ ସେବା ଯୋଗାଇ ଦେବା ସଂସ୍ଥାର ମୁଖ୍ୟ ଉଦ୍ଦେଶ୍ୟ। ଏହି ଅବସରରେ ଗରୁଡଭେଗାର ସିଇଓ ସତୀଶ ଲାକରାଜୁ କହିଛନ୍ତି, ଦକ୍ଷିଣ ରାଜ୍ୟରେ ସଂସ୍ଥାର ସଫଳତା ପରେ ଉତ୍ତର, ପୂର୍ବ ଏବଂ ପଶ୍ଚିମ ଭାରତରେ ନୂତନ ଗ୍ଲୋବାଲ କର୍ପୋରେଟ ଅଫିସ ଖୋଲି ଲୋକଙ୍କ ସେବା କରିବା ସହ ସଂସ୍ଥାର ଅଭିବୃଦ୍ଧି ଆଡକୁ ପଦକ୍ଷେପ ନିଆଯାଉଛି। ବର୍ତ୍ତମାନ ୟୁରୋପ, ଅଷ୍ଟ୍ରେଲିଆ, ନ୍ୟୁଜିଲାଣ୍ଡ ଏବଂ ଆଫ୍ରିକାକୁ ସେବା ପହଞ୍ଚାଇବା ପାଇଁ ଗରୁଡଭେଗାର ଉଦ୍ୟମ ଚାଲିଛି। ଉଦ୍‌ଘାଟନୀ କାର୍ଯ୍ୟକ୍ରମରେ କମ୍ପାନୀର କାର୍ଯ୍ୟନିର୍ବାହୀ, ଫ୍ରାଞ୍ଚାଇଜ୍‌ ଅଂଶୀଦାର ଏବଂ ଶିଳ୍ପପତିଙ୍କ ସମେତ ପ୍ରମୁଖ ହିତାଧିକାରୀ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଘୁଞ୍ଚିଲା ଆର୍‌ଆଇ ପରୀକ୍ଷା, କାହିଁକି ଜାଣନ୍ତୁ…

ଭୁବନେଶ୍ୱର,୧୮।୬: OSSSC ପକ୍ଷରୁ ଆୟୋଜିତ ହେବାକୁ ଥିବା ଆର୍‌ଆଇ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ଆସନ୍ତା ୨୦ ତାରିଖରେ ହେବାକୁ ଥିବା ପରୀକ୍ଷା ୨୮ ତାରିଖରେ ହେବ ବୋଲି…

ଫ୍ରାନ୍ସରେ ମୋଦିଙ୍କ ବଡ଼ ବୟାନ, କହିଲେ ଫ୍ରାନ୍ସରେ ମୋଟ ଯେତିକି ଘର ଅଛି ଆମେ ୧୨ ବର୍ଷରେ ସେତିକି ଘର ନିର୍ମାଣ କରିଦେଇଛୁ

ପ୍ୟାରିସ,୧୬।୮: ଗୁରୁବାର (୧୮ ଜୁନ, ୨୦୨୬) ଦିନ ପ୍ୟାରିସରେ ଭାରତୀୟ ସମ୍ପ୍ରଦାୟକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତବ୍ୟ ଦେଇଥିଲେ ଯେ ପ୍ୟାରିସ ହେଉଛି ରଙ୍ଗର…

ହକି ତାରକା ମନପ୍ରୀତଙ୍କ ରେକର୍ଡ, ଫିଟନେସ ପାଇଁ କୋହଲିଙ୍କୁ ଦେଲେ ଶ୍ରେୟ

ନୂଆଦିଲ୍ଲୀ, ୧୮।୬: ଭାରତୀୟ ହକି ତାରକା ମନପ୍ରୀତ ସିଂ ନିକଟରେ ଭାରତ ପକ୍ଷରୁ ସର୍ବାଧିକ ୪୧୩ ମ୍ୟାଚ ଖେଳିବାର ରେକର୍ଡ ଅର୍ଜନ କରିଛନ୍ତି। ମନପ୍ରୀତ ପୂର୍ବତନ ଅଧିନାୟକ…

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri