ଆଇସ୍‌କ୍ରିମ୍‌ ଫ୍ୟାକ୍ଟ୍ରିରେ ଗ୍ୟାସ ଦୁର୍ଘଟଣା: ପୁଅ ମୃତ, ବାପା ଗୁରୁତର

ବାଙ୍କୀ, ୧୮।୭(ଡି.ଏନ୍‌.ଏ)- କଟକ ଜିଲା ବାଙ୍କୀ ଚର୍ଚ୍ଚିକାସାହିରେ ଥିବା ଏକ ଆଇସ୍‌କ୍ରିମ୍‌ ଫ୍ୟାକ୍ଟିରେ ଶନିବାର ପୂର୍ବାହ୍ନରେ ଦୁର୍ଘଟଣା ଘଟିଛି। ଏଥିରେ ପୁଅ ସ୍ମୃତିରଞ୍ଜନ ସୁବୁଦ୍ଧି(୨୫)ଙ୍କ ମୃତ୍ୟୁ ଘଟିଥିବାବେଳେ ବାପା ସୁଶାନ୍ତ(୫୧) ଗୁରୁତର ଆହତ ହୋଇଛନ୍ତି। ଉଭୟଙ୍କୁ ପ୍ରଥମେ ବାଙ୍କୀ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ସ୍ବୃତିରଞ୍ଜନଙ୍କୁ ମୃତ ଘୋଷଣା କରିଥିଲେ। ଗୁରୁତର ସୁଶାନ୍ତଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ସ୍ଥାନାନ୍ତର କରାଯାଇଛି।
ମିଳିଥିବା ସୂଚନାନୁସାରେ ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅନ୍ତର୍ଗତ ଠଣାପଲ୍ଲୀ ଗ୍ରାମର ସୁୁଶାନ୍ତ ଏବଂ ପୁଅ ସ୍ମୃତିରଞ୍ଜନ ବାଙ୍କୀ ଚର୍ଚ୍ଚିକା ସାହିରେ ଥିବା ଏକ ଆଇସ୍‌କ୍ରିମ୍‌ ଫ୍ୟାକ୍ଟିକୁ କମ୍ପ୍ରେସର ମରାମତି କରିବାକୁ ଆସିଥିଲେ। କମ୍ପ୍ରେସରରୁ ଗ୍ୟାସ ବାହାର କରୁଥିବାବେଳେ ଗ୍ୟାସ ଟାଙ୍କି ଫାଟିଯାଇଥିଲା। ଫଳରେ ସ୍ମୃତିରଞ୍ଜନଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବାବେଳେ ବାପା ସୁଶାନ୍ତ ଗୁରୁୁତର ହୋଇଥିଲେ। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ଉଭୟଙ୍କୁ ବାଙ୍କୀ ମେଡିକାଲ ନେଇଥିଲେ। ସାହି ଭିତରେ ଥିବା ଆଇସ୍‌କ୍ରିମ ଫ୍ୟାକ୍ଟ୍ରିରେ ଏଭଳି ଦୁର୍ଘଟଣା ଘଟିବା ପରେ ସ୍ଥାନୀୟ ଅଞ୍ଚଳବାସୀ ଆତଙ୍କିତ ହୋଇଯାଇଥିଲେ। ତୁରନ୍ତ ଏଠାରୁ ଆଇସ୍କ୍ରିମ ଫ୍ୟାକ୍ଟ୍ରିକୁ ସ୍ଥାନାନ୍ତର କରିବାକୁ ସ୍ଥାନୀୟ ଲୋକମାନେ ପ୍ରଶାସନିକ ଅଧିକାରୀଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ଲକ୍ଷ ଘନଫୁଟ ଟପିଲା ହୀରାକୁଦକୁ ବନ୍ୟାଜଳ ପ୍ରବେଶ: ପୁଣି ଖୋଲିଲା ଜଳଭଣ୍ଡାରର ୨ଟି ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର, ୨୮/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ଅହେତୁକ ବୃଦ୍ଧି ପାଇବା ଯୋଗୁ ସୋମବାର ପୁଣି ୨ଟି ସ୍ଲୁଇସ୍‌ ଗେଟ୍‌ ଖୋଲାଯାଇଛି। ଫଳରେ…

ସୁଶାନ୍ତ ସିଂଙ୍କ ପୋଷ୍ଟମର୍ଟମକୁ ନେଇ ଭଉଣୀ ଶ୍ୱେତାଙ୍କ ନୂଆ ଦାବି, ଆଖିରେ ଆଘାତ….

ବଲିଉଡ୍‌ର ଦିବଙ୍ଗତ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ୬ ବର୍ଷରୁ ଅଧିକ ସମୟ ବିତିଥିଲେ ମଧ୍ୟ ମାମଲାଟି ପୁଣିଥରେ ଚର୍ଚ୍ଚାକୁ ଆସିଛି । ସୁଶାନ୍ତଙ୍କ ଭଉଣୀ…

ଷ୍ଟାଡିୟମରୁ ଚୋରି ହୋଇଗଲା ଭାରତୀୟ ଖେଳାଳିଙ୍କ ଦାମୀ ବ୍ୟାଟ୍! ଭିଡିଓ କରି କହିଲେ…

ନୂଆଦିଲ୍ଲୀ,୨୮ା୯: ଭାରତୀୟ କ୍ରିକେଟର ଦୀପକ ଚହରଙ୍କ ୩ଟି କ୍ରିକେଟ୍‌ ବ୍ୟାଟ୍‌ ଗ୍ରାଉଣ୍ଡରୁ ଚୋରି ହୋଇଥିବା ଜଣାପଡ଼ିଛି । ଚୋରି ହୋଇଥିବା ବ୍ୟାଟ୍‌ଗୁଡ଼ିକର ମୋଟ ମୂଲ୍ୟ ପ୍ରାୟ ଦେଢ଼…

ନୂଆପଡ଼ାରେ ପୁଣି ବାଘ ଆତଙ୍କ: ରାସ୍ତା ପାର ହେଲା କଲରାପତରିଆ, ଭୟରେ ଗ୍ରାମବାସୀ

ନୂଆପଡ଼ା, ୨୮/୯ (ମକାରୁ ବେମାଲ): ନୂଆପଡ଼ା ଜିଲାରେ କିଛି ଦିନର ବ୍ୟବଧାନ ପରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ରବିବାର ରାତି ପ୍ରାୟ ସାଢ଼େ ୧୦ଟା ସମୟରେ…

ପ୍ରତିବର୍ଷ ଏକ ବର୍ଗକିଲୋମିଟର ସଙ୍କୁଚିତ ହେଉଛି ମା’ ବରୁଣେଇ ପୀଠ, ପର୍ଯ୍ୟଟକଙ୍କ ପାଇଁ ପାଲଟିଛି ଅପହଞ୍ଚ

କେନ୍ଦ୍ରାପଡା,୨୮ା୯ (ଜଗନ୍ନାଥ ଧଳ): ଜାତୀୟ ଉଦ୍ୟାନ ଭିତରକନିକା ଜୈବ ବିବିଧତା ବିଭବ ମଧ୍ୟରେ ବରୁଣେଇ ଦୀପରେ ମା’ ବରୁଣେଇ ଦୀର୍ଘ ବର୍ଷ ଧରି ପୂଜା ପାଉଥିଲେ ମଧ୍ୟ…

ସ୍କୁଲ ଯିବା ବାଟରେ ସ୍କୁଟି ଆଗକୁ ଆସିଗଲା ଛେଳି, ଦୁର୍ଘଟଣାରେ ଚାଲିଗଲା ଶିକ୍ଷୟିତ୍ରୀଙ୍କ ଜୀବନ

ବାସୁଦେବପୁର,୨୮ା୯(କାଳି ପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ମନ୍ଦାରୀ ବନ୍ଧ ମୁଣ୍ଡ ପୋଲ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ମୃତକ ହେଉଛନ୍ତି ବାସୁଦେବପୁର ପୌରାଞ୍ଚଳ…

ଦେଶୀ ବିହନ ସଂରକ୍ଷଣରେ ବୈଦନାଥଙ୍କ ନିଆରା ପ୍ରୟାସ, ୨୨ କିସମର ଧାନ ସଂଗ୍ରହ କରି…

କର୍ଲାମୁଣ୍ଡା,୨୮ା୯(ପ୍ରଦୀପ କୁମାର ସାହୁ): ଦେଶୀ ବିହନର ସୁରକ୍ଷା ସହ ପ୍ରାକୃତିକ ଚାଷକୁ ପ୍ରୋତ୍ସାହନ, ମାଟି ଓ ଜୈବବିବିଧତାର ସୁରକ୍ଷା ତଥା ବିଷମୁକ୍ତ ଓ ପୁଷ୍ଟିକର ଖାଦ୍ୟ ଉତ୍ପାଦନ…

ରେକର୍ଡ ଭାଙ୍ଗିବା ପରେ ମୁହଁ ଖୋଲିଲେ କୋହଲି, ଗିଲ୍‌ଙ୍କ କ୍ୟାପ୍ଟେନ୍ସିକୁ ନେଇ କହିଲେ ବଡ଼ କଥା

ନୂଆଦିଲ୍ଲୀ,୨୮ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ODIରେ ଦମଦାର ପ୍ରଦର୍ଶନ କରିଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟର ବିରାଟ କୋହଲି । ମାତ୍ର ୮୮ ବଲ୍‌ରୁ ୧୩୯ ରନ୍‌ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?