ଗ୍ୟାସ ଓ ପେଟ୍ରୋଲ ପମ୍ପ ମାଲିକଙ୍କ ମନମାନୀ, ପ୍ରଶାସନର ନିର୍ଦ୍ଦେଶକୁ ବେଖାତିର କରୁଥିବା ଅଭିଯୋଗ, ତୁରନ୍ତ…

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ବିଶ୍ୱ ଖାଉଟି ଦିବସ ଅବସରରେ ଭଞ୍ଜନଗରଠାରେ ଖାଉଟି ସୁରକ୍ଷା ଓ ଅଧିକାରକୁ ନେଇ ଗମ୍ଭୀର ପ୍ରଶ୍ନ ଉଠିଛି। ସୋମବାର କାରଗିଲ ଭବନଠାରେ ଉପଭୋକ୍ତା ଓକିଲାତି ସଂଘ (ବାର୍ଡ), ଅବସରପ୍ରାପ୍ତ ସୈନିକ ସଂଘ ଏବଂ ଗ୍ରାହକ ପଞ୍ଚାୟତର ମିଳିତ ସହଯୋଗରେ ବିଶ୍ୱ ଗ୍ରାହକ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଖାଉଟିମାନଙ୍କୁ ଶୋଷଣ କରାଯାଉଥିବା ନେଇ ଉଦ୍‌ବେଗ ପ୍ରକାଶ ପାଇଛି।

ଅବସରପ୍ରାପ୍ତ ସେନା କର୍ମଚାରୀ ସଂଘର ସଭାପତି ମହେନ୍ଦ୍ର ସ୍ବାଇଁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ ଯୋଗ ଦେଇଥିଲେ। ସେ ସମସ୍ତ ବ୍ୟବସାୟିକ ଅନୁଷ୍ଠାନରେ ଖାଉଟିଙ୍କ ଅଧିକାର ଓ କର୍ତ୍ତବ୍ୟ ସୂଚନାକୁ ଓଡ଼ିଆ ଭାଷାରେ ଲେଖିବା ଉପରେ ଗୁରୁତ୍ୱ ଦେଇଥିଲେ। ସେହିଭଳି ଯୋଗାଣ ବିଭାଗ ଅଧିକାରୀ ଶୁଭଶ୍ରୀ ଜେନା କହିଥିଲେ ଯେ, ବର୍ତ୍ତମାନ ଗ୍ୟାସ ବା ପେଟ୍ରୋଲର କୌଣସି ଅଭାବ ନାହିଁ। ଯଦି କେହି କଳାବଜାରରେ ରନ୍ଧନ ଗ୍ୟାସ ବିକ୍ରି କରନ୍ତି, ତେବେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

ଏହି ସଭାରେ ଖାଉଟି ସଂଘ ପକ୍ଷରୁ କେତେକ ଗୁରୁତର ଅଭିଯୋଗ ଅଣାଯାଇଛି। ଭଞ୍ଜନଗର ଇଣ୍ଡେନ ଗ୍ୟାସ ବିତରକ ଜାଣିଶୁଣି ସଭାକୁ ଅନୁପସ୍ଥିତ ରହିବାକୁ ନେଇ ଖାଉଟିମାନେ କ୍ଷୋଭ ପ୍ରକାଶ କରିଥିଲେ। ଘରୋଇ ଖାଉଟିଙ୍କୁ ନିୟମ ଅନୁସାରେ ଗ୍ୟାସ ମିଳୁ ନ ଥିବା ବେଳେ ବାହାର ହୋଟେଲ ଓ ବ୍ୟବସାୟୀଙ୍କ ପାଖରେ ଘରୋଇ ସିଲିଣ୍ଡର ୧୫୦୦ ଟଙ୍କାରେ ଚୋରାରେ ମିଳୁଥିବା ଅଭିଯୋଗ ହୋଇଛି। ବିତରକଙ୍କ ହେଲ୍ପଲାଇନ ନମ୍ବର ନଲାଗିବା ଏବଂ ହ୍ବାଟସଆପ୍‌ରେ କୌଣସି ଉତ୍ତର ନ ମିଳିବା ଯୋଗୁ ଗ୍ରାହକମାନେ ହନ୍ତସନ୍ତ ହେଉଛନ୍ତି। ଉପଜିଲାପାଳଙ୍କ ନିର୍ଦ୍ଦେଶ ସତ୍ତ୍ୱେ ପେଟ୍ରୋଲ ପମ୍ପଗୁଡ଼ିକରେ ମାଗଣା ପବନ, ଶୁଦ୍ଧ ଜଳ, ଫାଷ୍ଟ-ଏଡ ଏବଂ ଓଡ଼ିଆରେ ଖାଉଟି ଫଳକ ଭଳି ସୁବିଧା ଏବେ ସୁଦ୍ଧା ଉପଲବ୍ଧ ହୋଇନାହିଁ।

ଘୁମୁସର ଉପଖଣ୍ଡର ବିଭିନ୍ନ ବ୍ଲକରେ କାର୍ଯ୍ୟରତ ୨୨ଟି ଗ୍ୟାସ ବିତରକ ସଂସ୍ଥା ଖାଉଟିଙ୍କ ଅଧିକାରକୁ ଖୋଲାଖୋଲି ଭାବେ ଉଲ୍ଲଙ୍ଘନ କରୁଥିବା ନେଇ ବୋର୍ଡ ସମ୍ପାଦକ ପ୍ରକାଶ ଚନ୍ଦ୍ର ସାହୁ ଏବଂ ଗ୍ରାହକ ପଞ୍ଚାୟତ ସଭାପତି ତ୍ରିନାଥ ଗୌଡ଼ ଅଭିଯୋଗ କରିଛନ୍ତି। ଯୁଦ୍ଧ ବାହାନାରେ ଖାଉଟିଙ୍କୁ ଲୁଟୁଥିବା ବ୍ୟବସାୟୀଙ୍କ ବିରୋଧରେ ପ୍ରଶାସନ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସଂଘ ଦାବି କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ସାମାଜିକ କର୍ମୀଙ୍କୁ ମରଣାନ୍ତକ ଆକ୍ରମଣ: ସୁନା ଚେନ ଓ ଟଙ୍କା ଲୁଟିନେଲେ, ଗାଁରେ ଚାପା ଉତ୍ତେଜନା

ଦିଗପହଣ୍ଡି,୧୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବଟିକରପଡ଼ା ଗ୍ରାମରେ ଜଣେ ସାମାଜିକ କର୍ମୀଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି।…

କର୍ମୀଙ୍କ ବିଶ୍ୱାସରେ ବିଷ ଦେଲେ ବିଧାୟକ, କ୍ରସ ଭୋଟିଂକୁ ନିନ୍ଦା, ରମେଶଙ୍କ ସହ ୩ଜଣଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି

ଭଞ୍ଜନଗର,୧୭।୩ (ବାବୁଲା ପ୍ରଧାନ): ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ଓଡ଼ିଶା ରାଜନୀତିରେ ବଡ଼ ଧରଣର ଚର୍ଚ୍ଚା ଲାଗି ରହିଛି। କଂଗ୍ରେସ ଓ ବିଜେଡିର ୧୧…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଭେଲିଡେସନ ଆକ୍ଟକୁ ବିରୋଧ, ମାର୍ଚ୍ଚ ୨୫କୁ କଳା ଦିବସ ଭାବେ ପାଳିବେ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘର

ଭଞ୍ଜନଗର,୧୭ା୩(ବାବୁଲା ପ୍ରଧାନ): ଭଞ୍ଜନଗର ଓଡିଶା ସେବା ନିବୃତ୍ତ କର୍ମଚାରୀ ଓ ଶିକ୍ଷକ ବିକାଶ ମଞ୍ଚ ଆନୁକୂଲ୍ୟରେ ଭଞ୍ଜନଗରଠାରେ ସଂଘ ସଭାପତି ବିଭୂତି ଭୂଷଣ ଜେନାଙ୍କ ଅଧ୍ୟକ୍ଷତାରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri